< ପ୍ରଥମ ଶାମୁୟେଲ 31 >
1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
I Filistei vennero a battaglia con Israele, ma gli Israeliti fuggirono davanti ai Filistei e ne caddero trafitti sul monte Gelboe.
2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।
I Filistei si strinsero attorno a Saul e ai suoi figli e colpirono a morte Giònata, Abinadàb e Malkisuà, figli di Saul.
3 ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
La lotta si aggravò contro Saul: gli arcieri lo presero di mira con gli archi ed egli fu ferito gravemente dagli arcieri.
4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
Allora Saul disse al suo scudiero: «Sfodera la spada e trafiggimi, prima che vengano quei non circoncisi a trafiggermi e a schernirmi». Ma lo scudiero non volle, perché era troppo spaventato. Allora Saul prese la spada e vi si gettò sopra.
5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
Quando lo scudiero vide che Saul era morto, si gettò anche lui sulla sua spada e morì con lui.
6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
Così morirono insieme in quel giorno Saul e i suoi tre figli, lo scudiero e ancora tutti i suoi uomini.
7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
Quando gli Israeliti che erano dall'altra parte della valle e quelli che erano oltre il Giordano, videro che l'esercito d'Israele era in fuga ed erano morti Saul e i suoi figli, abbandonarono le loro città e fuggirono. I Filistei vennero e vi si stabilirono.
8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
Il giorno dopo, quando i Filistei vennero per depredare i cadaveri, trovarono Saul e i suoi tre figli caduti sul monte Gelboe.
9 ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
Essi tagliarono la testa di lui, lo spogliarono dell'armatura e inviarono queste cose nel paese dei Filistei, girando dovunque per dare il felice annunzio ai templi dei loro idoli e a tutto il popolo.
10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
Posero poi le sue armi nel tempio di Astàrte e appesero il suo corpo alle mura di Beisan.
11 ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,
I cittadini di Iabes di Gàlaad vennero a sapere quello che i Filistei avevano fatto a Saul.
12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।
Allora tutti gli uomini valorosi si mossero: partirono nel pieno della notte e sottrassero il corpo di Saul e i corpi dei suoi figli dalle mura di Beisan, li portarono a Iabes e qui li bruciarono.
13 ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
Poi presero le loro ossa, le seppellirono sotto il tamarisco che è in Iabes e fecero digiuno per sette giorni.