< ପ୍ରଥମ ଶାମୁୟେଲ 31 >

1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
Un Fīlisti karoja pret Israēli un Israēla vīri bēga no Fīlistiem un krita nokauti uz Ģilboas kalniem.
2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
Un Fīlisti lauzās uz Saulu un uz viņa dēliem, un nokāva Jonatānu un Abinadabu un Malķizuū, Saula dēlus.
3 ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
Un tā kaušanās bija briesmīga pret Saulu, un strēlnieki to aizņēma ar saviem stopiem, un viņš tapa ļoti ievainots no tiem strēlniekiem.
4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
Tad Sauls sacīja uz savu bruņu nesēju: izvelc savu zobenu un nodur mani ar to, ka šie neapgraizītie nenāk un mani nenodur un mani neliek smieklā. Bet viņa bruņu nesējs negribēja, jo viņš bijās ļoti. Tad Sauls ņēma zobenu un metās uz to.
5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
Kad nu viņa bruņu nesējs redzēja, ka Sauls bija miris, tad tas arīdzan metās savā zobenā un mira līdz ar viņu.
6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
Tā Sauls nomira un viņa trīs dēli un viņa bruņu nesējs un visi viņa vīri tai dienā kopā.
7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
Kad nu Israēla vīri, kas bija viņpus tās ielejas un viņpus Jardānes, redzēja, ka Israēla vīri bija bēguši un ka Sauls ar saviem dēliem bija nomiris, tad tie atstāja tās pilsētas un bēga, un Fīlisti nāca un dzīvoja iekš tām.
8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
Un otrā dienā Fīlisti nāca, tos nokautos aplaupīt, un atrada Saulu un viņa trīs dēlus uz Ģilboas kalniem guļam.
9 ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
Un tie viņam nocirta galvu un novilka bruņas, un sūtīja pa Fīlistu zemi apkārt, ziņu dot savu elka dievu namos un pa tiem ļaudīm.
10 ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
Un tie nolika viņa bruņas Astartes namā un viņa miesas tie pakāra BetŠanā pie mūra.
11 ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,
Kad nu Jabesas iedzīvotāji Gileādā dzirdēja, ko Fīlisti Saulam bija darījuši,
12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।
Tad visi spēcīgie vīri cēlās un gāja cauru nakti un ņēma Saula miesas un viņa dēlu miesas no BetŠanas mūra, un tās veda uz Jabesu un tās tur sadedzināja,
13 ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
Un ņēma viņu kaulus un tos apraka apakš Jabesas kokiem un gavēja septiņas dienas.

< ପ୍ରଥମ ଶାମୁୟେଲ 31 >