< ପ୍ରଥମ ଶାମୁୟେଲ 4 >

1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
イスラエルびとは出てペリシテびとと戦おうとして、エベネゼルのほとりに陣をしき、ペリシテびとはアペクに陣をしいた。
2 ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
ペリシテびとはイスラエルびとにむかって陣備えをしたが、戦うに及んで、イスラエルびとはペリシテびとの前に敗れ、ペリシテびとは戦場において、おおよそ四千人を殺した。
3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
民が陣営に退いた時、イスラエルの長老たちは言った、「なにゆえ、主はきょう、ペリシテびとの前にわれわれを敗られたのか。シロへ行って主の契約の箱をここへ携えてくることにしよう。そして主をわれわれのうちに迎えて、敵の手から救っていただこう」。
4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
そこで民は人をシロにつかわし、ケルビムの上に座しておられる万軍の主の契約の箱を、そこから携えてこさせた。その時エリのふたりの子、ホフニとピネハスは神の契約の箱と共に、その所にいた。
5 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
主の契約の箱が陣営についた時、イスラエルびとはみな大声で叫んだので、地は鳴り響いた。
6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
ペリシテびとは、その叫び声を聞いて言った、「ヘブルびとの陣営の、この大きな叫び声は何事か」。そして主の箱が、陣営に着いたことを知った時、
7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
ペリシテびとは恐れて言った、「神々が陣営にきたのだ」。彼らはまた言った、「ああ、われわれはわざわいである。このようなことは今までなかった。
8 ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
ああ、われわれはわざわいである。だれがわれわれをこれらの強い神々の手から救い出すことができようか。これらの神々は、もろもろの災をもってエジプトびとを荒野で撃ったのだ。
9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
ペリシテびとよ、勇気を出して男らしくせよ。ヘブルびとがあなたがたに仕えたように、あなたがたが彼らに仕えることのないために、男らしく戦え」。
10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
こうしてペリシテびとが戦ったので、イスラエルびとは敗れて、おのおのその家に逃げて帰った。戦死者はひじょうに多く、イスラエルの歩兵で倒れたものは三万であった。
11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।
また神の箱は奪われ、エリのふたりの子、ホフニとピネハスは殺された。
12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
その日ひとりのベニヤミンびとが、衣服を裂き、頭に土をかぶって、戦場から走ってシロにきた。
13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
彼が着いたとき、エリは道のかたわらにある自分の座にすわって待ちかまえていた。その心に神の箱の事を気づかっていたからである。その人が町にはいって、情報をつたえたので、町はこぞって叫んだ。
14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
エリはその叫び声を聞いて言った、「この騒ぎ声は何か」。その人は急いでエリの所へきてエリに告げた。
15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
その時エリは九十八歳で、その目は固まって見ることができなかった。
16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
その人はエリに言った、「わたしは戦場からきたものです。きょう戦場からのがれたのです」。エリは言った、「わが子よ、様子はどうであったか」。
17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
しらせをもたらしたその人は答えて言った、「イスラエルびとは、ペリシテびとの前から逃げ、民のうちにはまた多くの戦死者があり、あなたのふたりの子、ホフニとピネハスも死に、神の箱は奪われました」。
18 ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
彼が神の箱のことを言ったとき、エリはその座から、あおむけに門のかたわらに落ち、首を折って死んだ。老いて身が重かったからである。彼のイスラエルをさばいたのは四十年であった。
19 ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
彼の嫁、ピネハスの妻はみごもって出産の時が近づいていたが、神の箱が奪われたこと、しゅうとと夫が死んだというしらせを聞いたとき、陣痛が起り身をかがめて子を産んだ。
20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
彼女が死にかかっている時、世話をしていた女が彼女に言った、「恐れることはありません。男の子が生れました」。しかし彼女は答えもせず、また顧みもしなかった。
21 ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
ただ彼女は「栄光はイスラエルを去った」と言って、その子をイカボデと名づけた。これは神の箱の奪われたこと、また彼女のしゅうとと夫のことによるのである。
22 ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
彼女はまた、「栄光はイスラエルを去った。神の箱が奪われたからです」と言った。

< ପ୍ରଥମ ଶାମୁୟେଲ 4 >