< ପ୍ରଥମ ଶାମୁୟେଲ 4 >
1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
೧ಇಸ್ರಾಯೇಲರು ಫಿಲಿಷ್ಟಿಯರಿಗೆ ವಿರೋಧವಾಗಿ ಯುದ್ಧಕ್ಕೆ ಹೊರಟು ಎಬೆನೆಜೆರಿನ ಸಮೀಪದಲ್ಲಿ ಪಾಳೆಯಮಾಡಿಕೊಂಡರು; ಫಿಲಿಷ್ಟಿಯರು ಬಂದು ಅಫೇಕಿನಲ್ಲಿ ಇಳಿದುಕೊಂಡರು.
2 ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
೨ಇವರು ಇಸ್ರಾಯೇಲರಿಗೆ ಎದುರಾಗಿ ವ್ಯೂಹಕಟ್ಟಿ ಯುದ್ಧಮಾಡಲು ಇಸ್ರಾಯೇಲರು ಸೋತರು; ಫಿಲಿಷ್ಟಿಯರು ರಣರಂಗದಲ್ಲಿ ಸುಮಾರು ನಾಲ್ಕು ಸಾವಿರ ಮಂದಿ ಇಸ್ರಾಯೇಲರನ್ನು ಸಂಹರಿಸಿದರು.
3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
೩ಇಸ್ರಾಯೇಲರು ತಮ್ಮ ಪಾಳೆಯಕ್ಕೆ ಹಿಂದಿರುಗಿದ ಮೇಲೆ ಅವರ ಹಿರಿಯರು ಅವರಿಗೆ, “ಯೆಹೋವನು ಈ ಹೊತ್ತು ನಮ್ಮನ್ನು ಫಿಲಿಷ್ಟಿಯರಿಂದ ಅಪಜಯಪಡಿಸಿದ್ದೇಕೆ? ಶೀಲೋವಿನಿಂದ ಯೆಹೋವನ ಒಡಂಬಡಿಕೆಯ ಮಂಜೂಷವನ್ನು ತರಿಸೋಣ; ಆತನು ನಮ್ಮ ಮಧ್ಯದಲ್ಲಿ ಬಂದು ಶತ್ರುಗಳ ಕೈಯಿಂದ ನಮ್ಮನ್ನು ತಪ್ಪಿಸಲಿ” ಎಂದು ಆಲೋಚನೆ ಹೇಳಿದ್ದರಿಂದ ಅವರು ಜನರನ್ನು ಕಳುಹಿಸಿ
4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
೪ಕೆರೂಬಿಗಳ ಮಧ್ಯದಲ್ಲಿ ಆಸೀನನಾಗಿರುವ ಸೇನಾಧೀಶ್ವರ ಯೆಹೋವನ ಒಡಂಬಡಿಕೆಯ ಮಂಜೂಷವನ್ನು ತರಿಸಿದರು. ಏಲಿಯ ಇಬ್ಬರು ಮಕ್ಕಳಾದ ಹೊಫ್ನಿ, ಫೀನೆಹಾಸ್ ಎಂಬವರು ದೇವರ ಒಡಂಬಡಿಕೆಯ ಮಂಜೂಷದ ಸಂಗಡ ಇದ್ದರು.
5 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
೫ಯೆಹೋವನ ಒಡಂಬಡಿಕೆಯ ಮಂಜೂಷವು ಪಾಳೆಯಕ್ಕೆ ಬಂದಾಗ ಇಸ್ರಾಯೇಲ್ಯರೆಲ್ಲಾ ಭೂಮಿ ಕಂಪಿಸುವ ಹಾಗೆ ಆರ್ಭಟಿಸಿದರು.
6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
೬ಫಿಲಿಷ್ಟಿಯರು ಇದನ್ನು ಕೇಳಿ, “ಇಬ್ರಿಯರ ಪಾಳೆಯದಲ್ಲಿ ಇಂಥ ಆರ್ಭಟಕ್ಕೇನು ಕಾರಣ” ಎಂದು ವಿಚಾರಿಸುವಲ್ಲಿ ಯೆಹೋವನ ಮಂಜೂಷವು ಪಾಳೆಯದಲ್ಲಿ ಬಂದದ್ದೇ ಕಾರಣವೆಂದು ತಿಳಿದುಕೊಂಡರು.
7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
೭ದೇವರು ಇವರ ಪಾಳೆಯಕ್ಕೆ ಬಂದಿದ್ದಾನಲ್ಲಾ ಎಂದು ಫಿಲಿಷ್ಟಿಯರು ಬಹಳವಾಗಿ ಭಯಪಟ್ಟು, “ಅಯ್ಯೋ! ಮುಂಚೆ ಹೀಗಾಗಿರಲ್ಲಿಲ್ಲ.
8 ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
೮ಅಯ್ಯೋ! ಪರಾಕ್ರಮವುಳ್ಳ ಈ ದೇವರ ಕೈಯಿಂದ ನಮ್ಮನ್ನು ಬಿಡಿಸುವವರು ಯಾರು? ಐಗುಪ್ತ್ಯರನ್ನು ಅರಣ್ಯದಲ್ಲಿ ಸಂಪೂರ್ಣವಾಗಿ ನಾಶಮಾಡಿಬಿಟ್ಟ ದೇವರುಗಳು ಇವರೇ ಅಲ್ಲವೋ!
9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
೯ಫಿಲಿಷ್ಟಿಯರೇ, ಬಲಗೊಳ್ಳಿರಿ, ಶೂರರಾಗಿರಿ; ನಿಮಗೆ ದಾಸರಾಗಿದ್ದ ಇಬ್ರಿಯರಿಗೆ ನೀವೇ ದಾಸರಾದೀರಿ. ಆದಕಾರಣ ಶೌರ್ಯದಿಂದ ಯುದ್ಧಮಾಡಬೇಕು” ಎಂದು ಹೇಳಿಕೊಂಡು
10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
೧೦ಫಿಲಿಷ್ಟಿಯರು ಯುದ್ಧಮಾಡಲು ಇಸ್ರಾಯೇಲರು ಸೋತು ತಮ್ಮ ತಮ್ಮ ಮನೆಗಳಿಗೆ ಓಡಿಹೋದರು. ಮಹಾ ಸಂಹಾರವಾಯಿತು; ಇಸ್ರಾಯೇಲರಲ್ಲಿ ಮೂವತ್ತು ಸಾವಿರ ಕಾಲಾಳುಗಳು ಮಡಿದರು.
11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
೧೧ದೇವರ ಮಂಜೂಷವು ಶತ್ರುವಶವಾಯಿತು; ಏಲಿಯ ಮಕ್ಕಳಾದ ಹೊಫ್ನಿಯೂ ಮತ್ತು ಫೀನೆಹಾಸನೂ ಹತರಾದರು.
12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
೧೨ಅದೇ ದಿನ ಒಬ್ಬ ಬೆನ್ಯಾಮೀನನು ರಣರಂಗದಿಂದ ತಪ್ಪಿಸಿಕೊಂಡು ತನ್ನ ಬಟ್ಟೆಗಳನ್ನು ಹರಿದುಕೊಂಡು ತಲೆಯ ಮೇಲೆ ಮಣ್ಣುಹಾಕಿಕೊಂಡು ಶೀಲೋವಿಗೆ ಬಂದು
13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
೧೩ನಡೆದದ್ದನ್ನು ತಿಳಿಸಲಾಗಿ ಜನರೆಲ್ಲಾ ಗೋಳಾಡತೊಡಗಿದರು. ದೇವರ ಮಂಜೂಷವೇನಾಯಿತೋ ಎಂಬ ಚಿಂತೆಯಿಂದ ಮಂದಿರದ್ವಾರದ ಬಳಿಯಲ್ಲಿ ಆಸೀನನಾಗಿ ದಾರಿಯನ್ನು ನೋಡುತ್ತಿದ್ದ ಏಲಿಯು ಆ ದುಃಖದ ಧ್ವನಿಯನ್ನು ಕೇಳಿ
14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
೧೪ಈ ಗದ್ದಲವೇನೆಂದು ವಿಚಾರಿಸಲು ಒಡನೆ ಆ ಮನುಷ್ಯನು ಏಲಿಯ ಬಳಿಗೆ ಬಂದು ನಡೆದದ್ದೆಲ್ಲವನ್ನೂ ತಿಳಿಸಿದನು. ಏಲಿಯು ತೊಂಭತ್ತೆಂಟು ವರ್ಷದವನು;
15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
೧೫ಕಣ್ಣುಗಳು ಇಂಗಿಹೋಗಿ ಕುರುಡನಾಗಿದ್ದನು.
16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
೧೬ಆ ಮನುಷ್ಯನು ಏಲಿಗೆ, “ನಾನು ರಣರಂಗದಲ್ಲಿದ್ದವನು; ಈ ಹೊತ್ತೇ ಅಲ್ಲಿಂದ ಓಡಿಬಂದೆನು” ಅನ್ನಲು ಏಲಿಯು ಅವನನ್ನು, “ನನ್ನ ಮಗನೇ, ವರ್ತಮಾನವೇನು?” ಎಂದು ಕೇಳಿದನು.
17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
೧೭ಅವನು ಏಲಿಗೆ, “ಇಸ್ರಾಯೇಲರು ಫಿಲಿಷ್ಟಿಯರಿಗೆ ಬೆನ್ನುತೋರಿಸಿದರು; ಮಹಾಸಂಹಾರವಾಯಿತು. ನಿನ್ನ ಇಬ್ಬರು ಮಕ್ಕಳಾದ ಹೊಫ್ನಿ, ಫೀನೆಹಾಸರು ಸತ್ತರು; ದೇವರ ಮಂಜೂಷವು ಶತ್ರುವಶವಾಯಿತು” ಎಂದು ತಿಳಿಸಿದನು.
18 ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
೧೮ಮುದುಕನೂ, ಸ್ಥೂಲಕಾಯನೂ ಆದ ಏಲಿಯು ದೇವರ ಒಡಂಬಡಿಕೆಯ ಮಂಜೂಷದ ವರ್ತಮಾನವನ್ನು ಕೇಳಿದೊಡನೆಯೇ ಪೀಠದಿಂದ ಹಿಂದಕ್ಕೆ ಬಾಗಿಲಿನ ಕಡೆಗೆ ಬಿದ್ದು ಕುತ್ತಿಗೆ ಮುರಿದು ಸತ್ತನು. ಅವನು ಇಸ್ರಾಯೇಲರನ್ನು ನಲ್ವತು ವರ್ಷ ಪಾಲಿಸಿದ್ದನು.
19 ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
೧೯ಅವನ ಸೊಸೆಯಾದ ಫೀನೆಹಾಸನ ಹೆಂಡತಿ ದಿನತುಂಬಿದ ಗರ್ಭಿಣಿಯಾಗಿದ್ದಳು. ಅವಳು ದೇವರ ಮಂಜೂಷವು ಶತ್ರು ವಶವಾಯಿತೆಂಬ ವರ್ತಮಾನವನ್ನೂ, ತನ್ನ ಮಾವನೂ, ತನ್ನ ಗಂಡನೂ ಹತರಾದದ್ದನ್ನೂ ಕೇಳಿದೊಡನೆ ಪ್ರಸವವೇದನೆಯುಂಟಾಗಿ ಮಗುವನ್ನು ಹೆತ್ತಳು.
20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
೨೦ಆಕೆಯು ಸಾಯುವ ಸಮಯದಲ್ಲಿ ಬಳಿಯಲ್ಲಿ ನಿಂತಿದ್ದ ಸ್ತ್ರೀಯರು, “ಭಯಪಡಬೇಡ, ಮಗನನ್ನು ಹಡೆದಿರುವೆ” ಎಂದು ಹೇಳಿದರು. ಆಕೆಯು ಅವರ ಮಾತಿಗೆ ಲಕ್ಷ್ಯಕೊಡಲಿಲ್ಲ, ಪ್ರತ್ಯುತ್ತರಕೊಡಲಿಲ್ಲ.
21 ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
೨೧ದೇವರ ಮಂಜೂಷವು ಶತ್ರುವಶವಾದ್ದರಿಂದಲೂ, ಮಾವನೂ, ಗಂಡನೂ ಮೃತರಾದ್ದರಿಂದಲೂ, “ಮಹಿಮೆಯು ಇಸ್ರಾಯೇಲರನ್ನು ಬಿಟ್ಟು ಹೋಯಿತೆಂದು ಹೇಳಿ ಆ ಕೂಸಿಗೆ ಈಕಾಬೋದ್” ಎಂದು ಹೆಸರಿಟ್ಟಳು.
22 ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
೨೨“ದೇವರ ಮಂಜೂಷವು ಶತ್ರುವಶವಾದ್ದರಿಂದಲೇ ಇಸ್ರಾಯೇಲರ ಮಹಿಮೆಯು ಹೊರಟುಹೋಯಿತೆಂದು” ಹೇಳಿದಳು.