< ପ୍ରଥମ ଶାମୁୟେଲ 4 >

1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
Nalo neno la Samweli likaja kwa Israeli yote. Basi Waisraeli walitoka kwenda kupigana dhidi ya Wafilisti. Waisraeli wakapiga kambi huko Ebenezeri, nao Wafilisti wakapiga kambi huko Afeki.
2 ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
Wafilisti wakapanga safu za majeshi yao kupambana na Israeli, wakati vita vilipoenea, Israeli wakashindwa na Wafilisti, ambao waliwaua askari wa Israeli wapatao 4,000 kwenye uwanja wa vita.
3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
Askari waliporudi kambini, wazee wa Israeli wakawauliza, “Kwa nini Bwana ameruhusu leo tushindwe mbele ya Wafilisti? Tuleteni Sanduku la Agano la Bwana kutoka Shilo, ili lipate kwenda pamoja nasi, na kutuokoa kutoka mikono ya adui zetu.”
4 ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
Hivyo wakawatuma watu huko Shilo, nao wakalichukua Sanduku la Agano la Bwana Mwenye Nguvu Zote, aliyekaa kwenye kiti chake cha enzi kati ya makerubi. Nao wale wana wawili wa Eli, Hofni na Finehasi, walikuwako huko pamoja na Sanduku la Agano la Mungu.
5 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
Wakati Sanduku la Agano la Bwana lilikuja kambini, Waisraeli wote wakapiga kelele kwa sauti kuu hata ardhi ikatikisika.
6 ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
Wafilisti waliposikia makelele wakauliza, “Ni nini makelele haya yote katika kambi ya Waebrania?” Walipofahamu kuwa Sanduku la Bwana limekuja kambini,
7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
Wafilisti wakaogopa, wakasema, “Mungu amekuja kambini, ole wetu. Halijatokea jambo kama hili tangu hapo.
8 ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
Ole wetu! Ni nani atakayetuokoa kutoka mikononi mwa miungu hii yenye nguvu? Ni miungu ile iliyowapiga Wamisri kwa mapigo ya aina zote huko jangwani.
9 ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
Tuweni hodari, enyi Wafilisti! Tuweni wanaume, la sivyo mtakuwa watumwa wa Waebrania, kama wao walivyokuwa kwenu. Kuweni wanaume, mpigane!”
10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
Basi Wafilisti wakapigana, nao Waisraeli wakashindwa na kila mtu akakimbilia hemani mwake. Mauaji yalikuwa makubwa sana, Israeli wakapoteza askari 30,000 waendao kwa miguu.
11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।
Sanduku la Mungu likatekwa, na hao wana wawili wa Eli, Hofni na Finehasi, wakauawa.
12 ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
Siku ile ile mtu mmoja wa kabila la Benyamini akakimbia kutoka kwenye uwanja wa vita na kwenda Shilo, nguo zake zikiwa zimeraruka na akiwa na mavumbi kichwani mwake.
13 ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
Alipofika, Eli alikuwa ameketi juu ya kiti chake kando ya barabara akiangalia, kwa sababu moyo wake ulikuwa na hofu kwa ajili ya Sanduku la Mungu. Mtu yule alipoingia mjini na kueleza kilichokuwa kimetokea, mji wote ukalia.
14 ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
Eli akasikia kelele za kilio, naye akauliza, “Ni nini maana ya makelele haya?” Yule mtu akafanya haraka kwenda kwa Eli,
15 ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
wakati huu Eli alikuwa na miaka tisini na minane nayo macho yake yalikuwa yamepofuka na hakuweza kuona.
16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
Akamwambia Eli, “Mimi nimetoka vitani sasa hivi, nimekimbia kutoka huko leo hii.” Eli akamuuliza, “Je, mwanangu, ni nini kimetokea huko?”
17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
Yule mtu aliyeleta habari akajibu, “Israeli amekimbia mbele ya Wafilisti, nalo jeshi limepata hasara kubwa. Pia wana wako wawili, Hofni na Finehasi, wamekufa, na Sanduku la Mungu limetekwa.”
18 ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
Mara alipotaja Sanduku la Mungu, Eli alianguka kutoka kwenye kiti chake kwa nyuma kando ya lango. Shingo yake ikavunjika naye akafa, kwa kuwa alikuwa mzee tena mzito. Alikuwa amewaongoza Israeli kwa miaka arobaini.
19 ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
Mkwewe, mke wa Finehasi, alikuwa mjamzito na karibu wakati wa kujifungua. Aliposikia habari kwamba Sanduku la Mungu limetekwa na ya kuwa baba mkwe wake na mumewe wamekufa, akapata utungu naye akajifungua lakini akazidiwa na utungu.
20 ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
Alipokuwa akifa, wanawake waliokuwa wanamhudumia wakamwambia, “Usikate tamaa, umemzaa mwana.” Lakini hakujibu wala kuweka maanani.
21 ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
Alimwita yule mtoto Ikabodi, akisema, “Utukufu umeondoka katika Israeli,” kwa sababu ya kutekwa kwa Sanduku la Mungu na vifo vya baba mkwe na mumewe.
22 ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
Akasema, “Utukufu umeondoka katika Israeli, kwa kuwa Sanduku la Mungu limetekwa.”

< ପ୍ରଥମ ଶାମୁୟେଲ 4 >