< ପ୍ରଥମ ଶାମୁୟେଲ 5 >
1 ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।
Filisterne tog da Guds Ark og bragte den fra Eben Ezer til Asdod.
2 ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।
Og Filisterne tog Guds Ark og bragte den ind i Dagons Hus og stillede den ved Siden af Dagon.
3 ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
Men tidligt næste Morgen, da Asdoditerne gik ind i Dagons Hus, se, da var Dagon faldet næsegrus til Jorden foran HERRENS Ark. De tog da Dagon og stillede ham paa Plads igen.
4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
Men da de kom tidligt næste Morgen, se, da var Dagon faldet næsegrus til Jorden foran HERRENS Ark; Hovedet og begge Hænder var slaaet af og laa paa Tærskelen; kun Kroppen var tilbage af ham.
5 ଏହେତୁ ଦାଗୋନ୍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।
Derfor undgaar Dagons Præster og alle, som gaar ind i Dagons Hus, endnu den Dag i Dag at træde paa Dagons Tærskel i Asdod.
6 ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
Og HERRENS Haand laa tungt paa Asdoditerne; han bragte Fordærvelse over dem, og med Pestbylder slog han Asdod og Egnen der omkring.
7 ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
Da Asdoditerne skønnede, hvorledes det hang sammen, sagde de: »Israels Guds Ark maa ikke blive hos os, thi hans Haand tager haardt paa os og paa Dagon, vor Gud!«
8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
De sendte da Bud og kaldte alle Filisterfyrsterne sammen hos sig og sagde: »Hvad skal vi gøre med Israels Guds Ark?« De svarede: »Israels Guds Ark skal flyttes til Gat!« Saa flyttede de Israels Guds Ark;
9 ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
men efter at de havde flyttet den derhen, ramte HERRENS Haand Byen, saa de grebes af stor Rædsel; og han slog Indbyggerne i Byen, smaa og store, saa der brød Pestbylder ud paa dem.
10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”
De sendte da Guds Ark til Ekron; men da Guds Ark kom til Ekron, raabte Ekroniterne: »De har flyttet Israels Guds Ark over til mig for at bringe Død over mig og mit Folk!«
11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
Og de sendte Bud og kaldte alle Filisterfyrsterne sammen og sagde: »Send Israels Guds Ark bort og lad den komme hen igen, hvor den har hjemme, for at den ikke skal bringe Død over mig og mit Folk!« Thi der var kommet Dødsangst over hele Byen, Guds Haand laa saare tungt paa den.
12 ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।
De Mænd, som ikke døde, blev slaaet med Pestbylder, saa at Klageraabet fra Byen naaede op til Himmelen.