< ପ୍ରଥମ ଶାମୁୟେଲ 5 >

1 ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।
Basi Wafilisti wakawa wamelitwaa sanduku la Mungu, wakalileta kutoka Ebenezeri hadi Ashdodi.
2 ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।
Wafilisti walilichukua sanduku la Mungu, wakalileta ndani ya nyumba ya Dagoni, na wakalikalisha pembeni mwa Dagoni.
3 ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
Watu wa Ashdodi walipoamka mapema siku ya pili, tazama, Dagoni ilianguka chini kifudifudi mbele ya sanduku la BWANA. Hivyo waliichukua Dagoni na kuisimamisha tena katika sehemu yake.
4 ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
Lakini walipoamka mapema kesho yake, tazama, Dagoni alikuwa ameanguka chini kifudifudi mbele ya sanduku la BWANA. Kichwa cha Dagoni na vitanga vyake miwili vilikatika na kulala mlangoni. Kiwiliwili cha Dagoni ndicho kilibaki tu.
5 ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।
Na hii ndiyo sababu, makuhani wa Dagoni na yeyote aingiae ndani ya nyumba ya Dagoni, hata leo, hawezi kukanyaga mlango wa Dagoni katika Ashdodi.
6 ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
Mkono wa BWANA ulikuwa mzito juu ya watu wa Ashdodi. Aliwaangamiza akawatesa kwa majipu, Ashdodi na wilaya zake kwa pamoja.
7 ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
Watu wa Ashdodi walipotambua kilichokuwa kinatokea, walisema, “Sanduku la Mungu wa Israeli lisikae kwetu, kwa sababu mkono wake ni mzito juu yetu na juu ya mungu wetu Dagoni.”
8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
Basi wakawatuma watu wawakusanye pamoja viongozi wote wa Wafilisti; wakawambia, “Tufanye nini na sanduku la Mungu wa Israeli?” Wakawajibu, “Sanduku la Mungu wa Israeli lihamishwe na kupelekwa Gathi.” Basi wakalihamisha hilo sanduku la Mungu wa Israeli hadi huko Gathi.
9 ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
Lakini baada ya kulipeleka huko, mkono wa BWANA ulikuwa juu ya mji huo, ukasababisha machafuko makubwa. Akawatesa watu wa mji huo, wakubwa kwa wadogo; na majipu yakaota juu ya miili yao.
10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”
Basi, wakalipeleka sanduku la Mungu hadi Ekroni. Lakini mara tu sanduku la Mungu lilipoingia Ekroni, watu wa Ekroni walipiga kelele wakisema, “Wametuletea sanduku la Mungu wa Israeli kutuua sisi na watu wetu.”
11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
Basi wakawatuma watu wawakusanye pamoja viongozi wote wa Wafilisti; wakawambia, “Lipelekeni mbali sanduku la Mungu wa Israeli, na lirudishwe katika makao yake, ili lisije kutuua sisi na watu wetu.” Kwa maana kulikuwa na hofu ya kutisha mjini mwote; Mkono wa Mungu ulikuwa mzito mno huko.
12 ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।
Watu ambao hawakufa waliteswa na majipu, na kilio cha mji kilipanda hadi mbinguni.

< ପ୍ରଥମ ଶାମୁୟେଲ 5 >