< ପ୍ରଥମ ଶାମୁୟେଲ 6 >
1 ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।
上主的約櫃在培肋舍特地方七個月之久。
2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।”
培肋舍特人召集司祭和占卜者說:「我們對上主的約櫃該作什麼﹖請告訴我們,用什麼方法可將它送回原處﹖」
3 ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”
他們回答說:「你們若將以色列天主的約櫃送回,不可空空的將它送回,必須奉上贖罪的禮品:這樣你們纔能痊癒,也會明瞭他的手為什麼沒有離開你們。」
4 ତହୁଁ ସେମାନେ ପଚାରିଲେ, “ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା?” ଏଥିରେ ସେମାନେ କହିଲେ, “ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।
他們問說:「我們應奉上什麼贖罪的禮品﹖」他們回答說:「按照培肋舍特酋長的數目,奉上五個金毒瘡像和五個金鼠像,因為你們所有的人和你們的酋長,都遭遇同樣的災禍。
5 ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।
所以你們應製造你們患的毒瘡像,和損壞你們地方的老鼠的像,應歸光榮於以色列的天主:這樣或許他會對你們,對你們的神和你們的地方放鬆他的手。
6 ଯେପରି ମିସରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ିଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ?
你們為什麼像埃及人和法郎一樣心硬呢﹖不是上主玩弄了他們以後,埃及人纔放走了他們嗎﹖
7 ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;
現今,趕快製造一輛新車,牽出兩頭正在哺乳,還沒有負過軛的母牛來,套上這輛新車,把小牛牽回棚裏去;
8 ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ।
然後把上主的約櫃裝在車上,把那奉上作為贖罪禮品的金器,都盛在一匣子內,放在約櫃旁邊,然後讓它去。
9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”
但你們應留神:若是約櫃取道往自己的地方去,即往貝特舍默士去,那麼,這大災難,即是上主加給我們的;若不然,我們就知道,不是他的手打擊了我們,而我們所遭遇的是出於偶然。」
10 ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।
人們就這樣作了;牽出兩頭正在哺乳的母牛來,套上那輛新車,將牛犢關在棚裏,
11 ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।
把上主的約櫃,以及裝有金老鼠和毒瘡像的匣子,都放在車上。
12 ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
那對母牛直直奔向貝特舍默士的路上走去,一邊走,一邊叫,不偏左也不偏右;培肋舍特的酋長跟在後面,一直到了貝特舍默士的邊境。
13 ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।
那時,貝特舍默士人正在谷中收割麥子,舉目一看,見是上主的約櫃,就前去歡迎。
14 ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।
車來到貝特舍默士人約叔亞的莊田,就在那裏停住了。那裏有一塊大石頭,人就將車輛的木頭劈開,把母牛祭獻給上主作全燔祭。
15 ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।
肋未人先把上主的約櫃和旁邊盛有金器的匣子搬下來,放在那塊大石上。貝特舍默士人當天給上主獻了全燔祭,宰殺了許多犧牲。
16 ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।
培肋舍特的五位酋長見事已成,當天就回了厄刻龍。
17 ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;
以下是培肋舍特人奉獻給上主作為贖罪禮品的金毒瘡像:阿市多得一個,迦薩一個,阿市刻隆一個,加特一個,厄刻龍一個。
18 ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।
金老鼠也是依照培肋舍特五酋長的城市數目,包括有垣墻的城市和所有的村落。那曾安放過上主約櫃的大石,直到今日還在貝特舍默士人約叔亞的田內,作為見證。
19 ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।
當貝特舍默士人看見上主的約櫃時,耶苛尼雅的子孫沒有與他們一起表示歡樂,所以上主擊殺了他們中七十人。百姓就難受,因為上主這樣嚴厲打擊了百姓。
20 ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”
於是貝特舍默士人說:「在這神聖的天主上主面前,誰還能站得住﹖從我們這裏把它送到誰那裏去呢﹖」
21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”
他們遂派使者到克黎雅特耶阿陵的居民那裏,對他們說:「培肋舍特人送回了上主的約櫃,你們下來,將它抬上去,放在你們那裏。」