< ପ୍ରଥମ ଶାମୁୟେଲ 7 >
1 ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
克黎雅特耶阿陵人遂下來,將上主的約櫃抬上去,送到住在丘嶺上的阿彼納達布家裏,並且祝聖他的兒子厄肋阿匝爾,看守上主的約櫃。
2 ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ।
自從約櫃停放在克黎雅特耶阿陵的那天起,過了很長的時間,大約二十年之久,以色列全家又歸向上主。
3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
那時撒慕爾對以色列全家說:「如果你們全心歸向上主,就該將外邦的神由你們中間剷除,一心歸向上主,惟獨事奉上主,他必由培肋舍特人手中解救你們。」
4 ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
以色列子民遂剷除了巴耳和阿市托勒特,唯獨事奉上主。
5 ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।”
於是撒慕爾說:「你們把全以色列聚集在米茲帕,我要為你們懇求上主。」
6 ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
他們便集在米茲帕,汲了水來,倒在上主面前,並且在那一天禁食說:「我們犯了罪,得罪了上主! 」從此撒慕爾在米茲帕治理以色列子民。
7 ଏଥିମଧ୍ୟରେ ଇସ୍ରାଏଲ-ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ-ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।
培肋舍特人一聽說以色列子民聚集在米茲帕,培肋舍特的酋長就上來攻打以色列,以色列子民聽說培肋舍特人前來,大為震驚,
8 ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।”
對撒慕爾說:「你不要停止為我們哀求上主,我們的天主,好叫他救我們脫離培肋舍特人的威脅。」
9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
撒慕爾遂拿了一隻還在吃奶的羔羊獻給上主,作全燔祭,為以色列呼籲上主,上主應允了他。
10 ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
當撒慕爾正在奉獻全燔祭時,培肋舍特人前來,要與以色列交戰;但上主在那一天使雷聲向著培肋舍特人大作,恐嚇他們,他們就在以色列面前潰退了。
11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
以色列人遂從米茲帕出來追擊培肋舍特人,擊殺他們直到貝特加爾下邊。
12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”
以後,撒慕爾取了一塊石頭,豎立在米茲帕與耶撒納中間,給那石起名叫厄本厄則爾,說:「直到這時上主救助了我們。」
13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
培肋舍特人受了這次挫折以後,不敢再來侵犯以色列的邊境;撒慕爾活著時,上主的手常壓制了培肋舍特人。
14 ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।
培肋舍特人由以色列奪去的城市,自厄刻龍直到加特,都歸還了以色列人;以色列人由培肋舍特人手中收復了自己的領土;在那時以色列和阿摩黎人之間平安無事。
15 ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।
撒慕爾一生做了以色列的民長。
16 ସେ ପ୍ରତି ବର୍ଷ ବେଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
他每年去視察貝特耳、基耳加耳和米茲帕,在這些地方治理以色列人。
17 ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।
以後他回到辣瑪,因為他的家在那裏,他也在那裏治理以色列人,並在那裏給上主建了一座祭壇。