< ପ୍ରଥମ ଶାମୁୟେଲ 8 >
1 ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
サムエルは年老いて、その子らをイスラエルのさばきづかさとした。
2 ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍ଶେବାରେ ବିଚାରକର୍ତ୍ତା ଥିଲେ।
長子の名はヨエルといい、次の子の名はアビヤと言った。彼らはベエルシバでさばきづかさであった。
3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
しかしその子らは父の道を歩まないで、利にむかい、まいないを取って、さばきを曲げた。
4 ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
この時、イスラエルの長老たちはみな集まってラマにおるサムエルのもとにきて、
5 ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”
言った、「あなたは年老い、あなたの子たちはあなたの道を歩まない。今ほかの国々のように、われわれをさばく王を、われわれのために立ててください」。
6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
しかし彼らが、「われわれをさばく王を、われわれに与えよ」と言うのを聞いて、サムエルは喜ばなかった。そしてサムエルが主に祈ると、
7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
主はサムエルに言われた、「民が、すべてあなたに言う所の声に聞き従いなさい。彼らが捨てるのはあなたではなく、わたしを捨てて、彼らの上にわたしが王であることを認めないのである。
8 ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି।
彼らは、わたしがエジプトから連れ上った日から、きょうまで、わたしを捨ててほかの神々に仕え、さまざまの事をわたしにしたように、あなたにもしているのである。
9 ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।”
今その声に聞き従いなさい。ただし、深く彼らを戒めて、彼らを治める王のならわしを彼らに示さなければならない」。
10 ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।
サムエルは王を立てることを求める民に主の言葉をことごとく告げて、
11 ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।
言った、「あなたがたを治める王のならわしは次のとおりである。彼はあなたがたのむすこを取って、戦車隊に入れ、騎兵とし、自分の戦車の前に走らせるであろう。
12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
彼はまたそれを千人の長、五十人の長に任じ、またその地を耕させ、その作物を刈らせ、またその武器と戦車の装備を造らせるであろう。
13 ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
また、あなたがたの娘を取って、香をつくる者とし、料理をする者とし、パンを焼く者とするであろう。
14 ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।
また、あなたがたの畑とぶどう畑とオリブ畑の最も良い物を取って、その家来に与え、
15 ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।
あなたがたの穀物と、ぶどう畑の、十分の一を取って、その役人と家来に与え、
16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
また、あなたがたの男女の奴隷および、あなたがたの最も良い牛とろばを取って、自分のために働かせ、
17 ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।
また、あなたがたの羊の十分の一を取り、あなたがたは、その奴隷となるであろう。
18 ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।”
そしてその日あなたがたは自分のために選んだ王のゆえに呼ばわるであろう。しかし主はその日にあなたがたに答えられないであろう」。
19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
ところが民はサムエルの声に聞き従うことを拒んで言った、「いいえ、われわれを治める王がなければならない。
20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”
われわれも他の国々のようになり、王がわれわれをさばき、われわれを率いて、われわれの戦いにたたかうのである」。
21 ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।
サムエルは民の言葉をことごとく聞いて、それを主の耳に告げた。
22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।”
主はサムエルに言われた、「彼らの声に聞き従い、彼らのために王を立てよ」。サムエルはイスラエルの人々に言った、「あなたがたは、めいめいその町に帰りなさい」。