< ପ୍ରଥମ ଶାମୁୟେଲ 9 >

1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।
Panali munthu wina wa fuko la Benjamini, wotchuka, dzina lake Kisi, mwana wa Abieli, mwana wa Zerori, mwana wa Bekorati, mwana wa Afiya.
2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।
Iyeyu anali ndi mwana dzina lake Sauli, mnyamata wa maonekedwe abwino. Pakati pa Aisraeli onse panalibe wofanana naye. Anali wamtali kotero kuti anthu onse ankamulekeza mʼmapewa.
3 ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”
Tsono abulu a Kisi, abambo ake a Sauli anasowa. Choncho Kisi anati kwa mwana wake Sauli, “Tenga wantchito mmodzi ndipo mupite mukafunefune abuluwo.”
4 ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍‍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
Choncho iwo anadutsa dziko la mapiri a Efereimu ndi dera la Salisa, koma sanawapeze. Anadutsa ku Saalimu koma abuluwo sanawapeze. Kenaka anadutsa dziko la Benjamini, koma osawapezabe.
5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”
Atafika ku dera la Zufi, Sauli anawuza mnyamata wake kuti, “Tiye tibwerere, mwina abambo anga angasiye kudandaula za abulu ndipo adzayamba kudandaula za ife.”
6 ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”
Koma mnyamatayo anayankha kuti, “Taonani, mu mzinda uwo muli munthu wa Mulungu. Anthu amamupatsa ulemu kwambiri, ndipo zonse zimene amanena zimachitika. Tiyeni tipite kumeneko tsopano. Mwina adzatiwuza kumene tiyenera kulowera.”
7 ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”
Sauli anafunsa mnyamata wake kuti, “Tikapita tikamupatsa chiyani munthuyo pakuti chakudya chimene chinali mʼmatumba mwathu chatha? Tilibe mphatso iliyonse yoti timutengere munthu wa Mulungu. Nanga tili ndi chiyani?”
8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”
Mnyamatayo anayankha kuti, “Onani, ndili ndi kandalama kakangʼono ka siliva. Ndikamupatsa munthu wa Mulunguyo ndipo akatidziwitsa kumene kuli abuluwo.”
9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
(Kale mu Israeli ngati munthu afuna kukapempha nzeru kwa Mulungu ankanena kuti, “Tiyeni tipite kwa mlosi.” Ndiye kuti munthu amene lero akutchedwa mneneri, kale ankatchedwa mlosi).
10 ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
Tsono Sauli anawuza mnyamata wake kuti, “Chabwino, tiye tipite.” Ndipo ananyamuka kupita ku mzinda umene kunali munthu wa Mulunguyo.
11 ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”
Akukwera phiri kupita ku mzindawo anakumana ndi atsikana akutuluka mu mzindamo kukatunga madzi, ndipo anawafunsa kuti, “Kodi mlosi uja alipo?”
12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
Iwo anayankha, “Inde alipo. Ali kutsogolo kwanuku, fulumirani tsopano, wangobwera kumene mu mzinda wathu uno lero, chifukwa lero anthu akupereka nsembe ku phiri.
13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”
Mukangolowa mu mzindawo mumupeza asanapite ku phiri kukadya. Anthu sangayambe kudya iye asanabwere chifukwa iyeyu ayenera kudalitsa nsembeyo. Kenaka anthu oyitanidwa adzayamba kudya. Pitani tsopano, chifukwa muyenera kumupeza nthawi ino.”
14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
Choncho anapita ku mzinda kuja. Akulowa mu mzindamo, anaona Samueli akutuluka mu mzindamo akubwera kumene kunali iwo, koma amapita ku phiri, ku malo wopatulika.
15 ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,
Koma chadzulo lake Sauli asanafike, Yehova anali atamuwuza kale Samueli za zimenezi kuti,
16 “କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”
“Mawa nthawi ngati yomwe ino ndidzakutumizira munthu wochokera ku dziko la Benjamini. Udzamudzoze kuti akhale mtsogoleri wa anthu anga, Aisraeli. Iye adzawapulumutsa mʼdzanja la Afilisti. Ine ndaona kuzunzika kwawo ndipo ndamva kulira kwawo.”
17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।”
Samueli atamuona Sauli, Yehova anamuwuza kuti, “Munthu ndinakuwuza uja ndi uyu. Iyeyu adzalamulira anthu anga.”
18 ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”
Tsono Sauli anayandikira Samueli pa chipata ndipo anamufunsa, “Kodi mungandiwuze kumene kuli nyumba ya mlosi?”
19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହାସବୁ ତୁମ୍ଭକୁ ଜଣାଇବି।
Samueli anayankha, “Ine ndine mlosiyo. Tsogolani kupita ku phiri pakuti lero mudya ndi ine, ndipo mawa mmawa ndidzakuwuzani zonse zimene zili mu mtima mwanu.
20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”
Musadere nkhawa za abulu anu amene akhala akusowa masiku atatu apitawa, poti apezeka kale. Kodi Aisraeli onse akufunitsitsa ndani? Kodi si ndiwe ndi nyumba yonse ya abambo ako?”
21 ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?”
Sauli anayankha, “Inetu ndine Mbenjamini, fuko lalingʼono la mafuko onse a Israeli, ndipo banja langa ndi lalingʼono pakati pa mabanja a fuko la Benjamini. Nanga nʼchifukwa chiyani mukunena zimenezi kwa ine?”
22 ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
Ndipo Samueli anatenga Sauli ndi mnyamata wake uja ndi kulowa nawo mʼchipinda chachikulu ndipo anawakhazika kutsogolo kwa anthu oyitanidwa. Onse pamodzi analipo anthu makumi atatu.
23 ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।”
Tsono Samueli anati kwa wophika, “Bwera nayo nyama imene ndinakupatsa, imene ndinakuwuza kuti uyisunge pambali.”
24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
Kotero wophikayo anatenga mwendo wa nyama ndipo anawuyika patsogolo pa Sauli. Samueli anati “Nayi nyama imene ndinakusungira kuti pa nthawi yake udye pamodzi ndi anthu amene ndawayitana.” Ndipo Sauli anadya tsiku limenelo ndi Samueli.
25 ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।
Atatsika kuchoka ku phiri kuja, Samueli anamukonzera Sauli malo ogona pa denga la nyumba yake, ndipo Sauli anagona pamenepo.
26 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କୁ ଡାକି କହିଲେ, “ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି।” ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
Tsono mʼbandakucha Samueli anayitana Sauli pa dengapo nati, “Konzeka ndipo ine ndikuperekeza.” Choncho Sauli anadzuka ndipo onse awiri, Samueli ndi Sauli anakalowa mu msewu.
27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।”
Atakafika ku mathero a mzindawo, Samueli anati kwa Sauli, “Muwuzeni mnyamata wanu kuti atsogole, koma inuyo muyime pangʼono kuti ndikuwuzeni mawu ochokera kwa Mulungu.”

< ପ୍ରଥମ ଶାମୁୟେଲ 9 >