< ପ୍ରଥମ ଶାମୁୟେଲ 9 >
1 ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।
et erat vir de Beniamin nomine Cis filius Abihel filii Seror filii Bechoreth filii Afia filii viri Iemini fortis robore
2 ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।
et erat ei filius vocabulo Saul electus et bonus et non erat vir de filiis Israhel melior illo ab umero et sursum eminebat super omnem populum
3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”
perierant autem asinae Cis patris Saul et dixit Cis ad Saul filium suum tolle tecum unum de pueris et consurgens vade et quaere asinas qui cum transissent per montem Ephraim
4 ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
et per terram Salisa et non invenissent transierunt etiam per terram Salim et non erant sed et per terram Iemini et minime reppererunt
5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”
cum autem venissent in terram Suph dixit Saul ad puerum suum qui erat cum eo veni et revertamur ne forte dimiserit pater meus asinas et sollicitus sit pro nobis
6 ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”
qui ait ei ecce est vir Dei in civitate hac vir nobilis omne quod loquitur absque ambiguitate venit nunc ergo eamus illuc si forte indicet nobis de via nostra propter quam venimus
7 ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”
dixitque Saul ad puerum suum ecce ibimus quid feremus ad virum panis defecit in sitarciis nostris et sportulam non habemus ut demus homini Dei nec quicquam aliud
8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”
rursum puer respondit Sauli et ait ecce inventa est in manu mea quarta pars stateris argenti demus homini Dei ut indicet nobis viam nostram
9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
olim in Israhel sic loquebatur unusquisque vadens consulere Deum venite et eamus ad videntem qui enim propheta dicitur hodie vocabatur olim videns
10 ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
et dixit Saul ad puerum suum optimus sermo tuus veni eamus et ierunt in civitatem in qua erat vir Dei
11 ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”
cumque ascenderent clivum civitatis invenerunt puellas egredientes ad hauriendam aquam et dixerunt eis num hic est videns
12 ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
quae respondentes dixerunt illis hic est ecce ante te festina nunc hodie enim venit in civitate quia sacrificium est hodie populo in excelso
13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”
ingredientes urbem statim invenietis eum antequam ascendat excelsum ad vescendum neque enim comesurus est populus donec ille veniat quia ipse benedicit hostiae et deinceps comedunt qui vocati sunt nunc ergo conscendite quia hodie repperietis eum
14 ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
et ascenderunt in civitatem cumque illi ambularent in medio urbis apparuit Samuhel egrediens obviam eis ut ascenderet in excelsum
15 ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,
Dominus autem revelaverat auriculam Samuhel ante unam diem quam veniret Saul dicens
16 “କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”
hac ipsa quae nunc est hora cras mittam ad te virum de terra Beniamin et ungues eum ducem super populum meum Israhel et salvabit populum meum de manu Philisthinorum quia respexi populum meum venit enim clamor eorum ad me
17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।”
cumque aspexisset Samuhel Saulem Dominus ait ei ecce vir quem dixeram tibi iste dominabitur populo meo
18 ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”
accessit autem Saul ad Samuhelem in medio portae et ait indica oro mihi ubi est domus videntis
19 ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହାସବୁ ତୁମ୍ଭକୁ ଜଣାଇବି।
et respondit Samuhel Sauli dicens ego sum videns ascende ante me in excelsum ut comedatis mecum hodie et dimittam te mane et omnia quae sunt in corde tuo indicabo tibi
20 ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”
et de asinis quas perdidisti nudius tertius ne sollicitus sis quia inventae sunt et cuius erunt optima quaeque Israhel nonne tibi et omni domui patris tui
21 ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?”
respondens autem Saul ait numquid non filius Iemini ego sum de minima tribu Israhel et cognatio mea novissima inter omnes familias de tribu Beniamin quare ergo locutus es mihi sermonem istum
22 ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
adsumens itaque Samuhel Saulem et puerum eius introduxit eos in triclinium et dedit eis locum in capite eorum qui fuerant invitati erant enim quasi triginta viri
23 ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।”
dixitque Samuhel coco da partem quam dedi tibi et praecepi ut reponeres seorsum apud te
24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
levavit autem cocus armum et posuit ante Saul dixitque Samuhel ecce quod remansit pone ante te et comede quia de industria servatum est tibi quando populum vocavi et comedit Saul cum Samuhel in die illa
25 ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।
et descenderunt de excelso in oppidum et locutus est cum Saul in solario
26 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କୁ ଡାକି କହିଲେ, “ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି।” ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
cumque mane surrexissent et iam dilucesceret vocavit Samuhel Saul in solarium dicens surge ut dimittam te et surrexit Saul egressique sunt ambo ipse videlicet et Samuhel
27 ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।”
cumque descenderent in extrema parte civitatis Samuhel dixit ad Saul dic puero ut antecedat nos et transeat tu autem subsiste paulisper ut indicem tibi verbum Domini