< ପ୍ରଥମ ଶାମୁୟେଲ 1 >
1 ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;
Agora havia um certo homem de Ramathaim Zophim, da região montanhosa de Efraim, e seu nome era Elkanah, o filho de Jeroham, o filho de Elihu, o filho de Tohu, o filho de Zuph, um efraimita.
2 ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
Ele tinha duas esposas. O nome de uma era Hannah, e o nome da outra Peninnah. Peninnah teve filhos, mas Hannah não teve filhos.
3 ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ।
Este homem saiu de sua cidade de ano a ano para adorar e sacrificar a Yahweh dos exércitos em Shiloh. Os dois filhos de Eli, Hophni e Phinehas, sacerdotes de Yahweh, estavam lá.
4 ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
Quando chegou o dia em que Elkanah sacrificou, ele deu porções a Peninnah sua esposa e a todos os filhos e filhas dela;
5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
mas ele deu uma porção dupla a Hannah, pois ele amava Hannah, mas Yahweh tinha calado o ventre dela.
6 ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
Seu rival a provocou severamente, para irritá-la, porque Yahweh havia fechado seu útero.
7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
Assim, ano após ano, quando ela foi até a casa de Yahweh, seu rival a provocou. Por isso ela chorou, e não comeu.
8 ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
Elkanah, seu marido lhe disse: “Hannah, por que você chora? Por que você não come? Por que seu coração está de luto? Não sou melhor para você do que dez filhos?”
9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
Então Hannah se levantou depois de terem terminado de comer e beber em Shiloh. Agora Eli, o sacerdote, estava sentado em seu assento junto ao umbral da porta do templo de Yahweh.
10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
Ela estava em amargura de alma, e rezava a Javé, chorando amargamente.
11 ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
Ela fez um voto, e disse: “Javé dos Exércitos, se você de fato olhar para a aflição de seu servo e se lembrar de mim, e não se esquecer de seu servo, mas dar a seu servo um menino, então eu o darei a Javé todos os dias de sua vida, e nenhuma navalha virá sobre sua cabeça”.
12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
Enquanto ela continuava orando diante de Iavé, Eli viu sua boca.
13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
Agora Hannah falava em seu coração. Somente seus lábios se moviam, mas sua voz não era ouvida. Por isso, Eli pensou que ela estava bêbada.
14 ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
Eli disse-lhe: “Por quanto tempo você vai ficar bêbada? Livre-se de seu vinho”.
15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
Hannah respondeu: “Não, meu senhor, eu sou uma mulher de espírito doloroso. Não tenho bebido vinho ou bebida forte, mas derramei minha alma antes de Yahweh”.
16 ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
Não considere sua serva uma mulher perversa; pois tenho falado da abundância da minha queixa e da minha provocação”.
17 ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
Então Eli respondeu: “Vá em paz; e que o Deus de Israel conceda sua petição que você lhe pediu”.
18 ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
Ela disse: “Deixe seu servo encontrar favor em sua vista”. Então a mulher seguiu seu caminho e comeu; e sua expressão facial não era mais triste.
19 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
Eles se levantaram de manhã cedo e adoraram Yahweh, depois voltaram e vieram para sua casa em Ramah. Então Elkanah conheceu Hannah, sua esposa; e Yahweh lembrou-se dela.
20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
Quando chegou a hora, Hannah concebeu e deu à luz um filho; e ela o chamou de Samuel, dizendo: “Porque eu lhe pedi de Yahweh”.
21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
O homem Elkanah, e toda sua casa, subiu para oferecer a Yahweh o sacrifício anual e seu voto.
22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
Mas Hannah não subiu, pois disse a seu marido: “Não até que a criança seja desmamada; então eu o trarei, para que ele apareça diante de Iavé, e fique lá para sempre”.
23 ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
Elkanah seu marido lhe disse: “Faça o que lhe parece bom”. Espere até que você o tenha desmamado; somente Yahweh possa estabelecer sua palavra”. Então a mulher esperou e cuidou de seu filho até que o desmamasse.
24 ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
Quando ela o desmamou, ela o levou com ela, com três touros, uma efa de refeição e um recipiente de vinho, e o trouxe para a casa de Yahweh em Shiloh. A criança era jovem.
25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
Eles mataram o touro e trouxeram a criança para Eli.
26 ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
Ela disse: “Oh, meu senhor, como vive sua alma, meu senhor, eu sou a mulher que esteve ao seu lado aqui, orando a Javé”.
27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
Eu rezei por esta criança, e Javé me deu minha petição que eu lhe pedi.
28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
Portanto, também o entreguei a Iavé. Enquanto ele viver, ele será dado a Iavé”. Ele adorava Yahweh lá.