< ୧ ଥେସଲନୀକୀୟ 1 2 >

1 ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବୃଥା ହୋଇ ନାହିଁ।
કેમ કે, હે ભાઈઓ, તમે જાણો છો કે અમારું તમારી મધ્યે આવવું નિષ્ફળ ગયું નથી.
2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।
વળી તમે તે પણ જાણો છો કે અમે અગાઉ ફિલિપ્પીમાં દુઃખ તથા અપમાન સહ્યાં, છતાં ઘણાં વિરોધોમાં તમને ઈશ્વરની સુવાર્તા કહેવાને આપણા ઈશ્વરની સહાયથી હિંમતવાન હતા.
3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
કેમ કે અમારા બોધમાં ભૂલચૂક, અશુદ્ધતા કે કપટ હતાં નહિ;
4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
પણ જેમ ઈશ્વરે સુવાર્તા કહેવાને અમને વિશ્વાસુ ગણ્યા તેમ અમે માણસોને ખુશ કરવાને નહિ, પણ અમારાં હૃદયોના પારખનાર ઈશ્વરને પ્રસન્ન કરવાને બોલીએ છીએ.
5 ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।
તમે જાણો છો કે, ન તો અમે કદી ખુશામતનાં વચનો બોલ્યા કે ન તો દંભ કરીને દ્રવ્યલોભ રાખ્યો; ઈશ્વર સાક્ષી છે,
6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରିପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।
ખ્રિસ્તનાં પ્રેરિત તરીકે અમારો અધિકાર હતો, તોપણ માણસોથી, એટલે કે, તમારાથી કે કોઈ બીજાથી, અમે માન માગતા નહોતા.
7 କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
પણ જેમ દૂધ પાનાર મા પોતાનાં બાળકોનું જતન કરે છે, તેમ અમે તમારી સાથે કોમળતાથી વર્ત્યા હતા.
8 ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।
કેમ કે તમારી ઉપર સ્નેહ હોવાથી અમે તમને કેવળ ઈશ્વરની સુવાર્તા જ નહિ, પણ પોતાનો જીવ આપવાને પણ રાજી હતા, કેમ કે તમે અમને ઘણાં જ પ્રિય થઈ પડ્યા હતા.
9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।
ભાઈઓ, તમને અમારો શ્રમ તથા કષ્ટ યાદ છે, કેમ કે તમારામાંના કોઈ પર બોજારૂપ ન થઈએ માટે અમે રાતદિવસ કામ કરીને તમને ઈશ્વરની સુવાર્તા પ્રગટ કરી.
10 ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।
૧૦તમો વિશ્વાસીઓની સાથે અમે કેવી રીતે પવિત્રતાથી, ન્યાયીપણાથી તથા નિર્દોષપણાથી વર્તતા હતા; તે વિષે તમે અને ઈશ્વર સાક્ષી છો.
11 ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,
૧૧તે પ્રમાણે તમે જાણો છો, કે જેમ પિતા પોતાનાં બાળકોને, તેમ અમે તમારામાંના પ્રત્યેકને બોધ, દિલાસો તથા સાક્ષી આપતા હતા,
12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।
૧૨કે જેથી, ઈશ્વર જે તમને પોતાના રાજ્ય તથા મહિમામાં તેડે છે, તેને યોગ્ય થઈને તમે ચાલો.
13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
૧૩અમે એટલા માટે ઈશ્વરની ઉપકારસ્તુતિ નિરંતર કરીએ છીએ કે, જયારે તમે અમારી પાસેથી ઈશ્વરનું વચન સાંભળીને સ્વીકાર્યું, ત્યારે તેને માણસોના વચનની જેમ નહિ, પણ તે ખરેખર ઈશ્વરનું વચન છે તેમ તમે તેને સ્વીકાર્યું; તે વચન તમો વિશ્વાસીઓમાં કાર્યરત છે.
14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।
૧૪ભાઈઓ, ખ્રિસ્ત ઈસુમાં ઈશ્વરની જે મંડળી યહૂદિયામાં છે તેઓનું અનુકરણ કરનાર તમે થયા; કેમ કે જેમ તેઓએ યહૂદીઓ તરફથી દુઃખ સહ્યાં તેમ તમે પણ પોતાના દેશના લોકો તરફથી તેવા જ દુઃખ સહ્યાં છે.
15 ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
૧૫યહૂદીઓએ પ્રભુ ઈસુને તથા પ્રબોધકોને પણ મારી નાખ્યા અને અમારી સતાવણી કરી; તેઓ ઈશ્વરને પ્રસન્ન કરતા નથી અને સઘળા લોકોના વિરોધી છે;
16 କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
૧૬બિનયહૂદીઓ ઉદ્ધાર ન પામે તે માટે તે યહૂદીઓ અમને વચન કહેતાં રોકે છે; તેથી તેઓ નિરંતર પોતાનાં પાપની વૃદ્ધિ કરે છે, પણ તેઓ પર અત્યંત કોપ આવ્યો છે.
17 କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ।
૧૭પણ ભાઈઓ, અમે મનથી તો નહિ, પણ દેહથી તમારી પાસેથી થોડા સમય માટે દૂર થવાને લીધે, ઘણી આતુરતાથી તમારાં મુખ જોવાને માટે ઘણાં પ્રયત્નો કર્યા.
18 ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।
૧૮એ માટે અમે, એટલે ખાસ કરીને મેં પાઉલે, વારંવાર તમારી પાસે આવવાને ઇચ્છા કરી, પણ શેતાને અમને અટકાવ્યા.
19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?
૧૯કેમ કે અમારી આશા, આનંદ કે ગૌરવનો મુગટ શું છે? શું આપણા પ્રભુ ઈસુ ખ્રિસ્તનાં આવવાની વેળાએ તેમની આગળ અન્યોની જેમ તમે પણ એ મુગટ નથી?
20 ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ।
૨૦નિ: સંદેહ, તમે અમારો મહિમા તથા આનંદ છો.

< ୧ ଥେସଲନୀକୀୟ 1 2 >