< ୧ ଥେସଲନୀକୀୟ 1 3 >

1 ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;
διὸ μηκέτι στέγοντες ηὐδοκήσαμεν καταλειφθῆναι ἐν Ἀθήναις μόνοι,
2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
καὶ ἐπέμψαμεν Τιμόθεον τὸν ἀδελφὸν ἡμῶν καὶ διάκονον τοῦ θεοῦ ἐν τῷ εὐαγγελίῳ τοῦ χριστοῦ, εἰς τὸ στηρίξαι ὑμᾶς καὶ παρακαλέσαι ὑπὲρ τῆς πί στεως ὑμῶν,
3 ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।
τὸ μηδένα σαίνεσθαι ἐν ταῖς θλίψεσιν ταύταις· αὐτοὶ γὰρ οἴδατε ὅτι εἰς τοῦτο κείμεθα·
4 ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।
καὶ γὰρ ὅτε πρὸς ὑμᾶς ἦμεν, προελέγομεν ὑμῖν ὅτι μέλλομεν θλίβεσθαι, καθὼς καὶ ἐγένετο καὶ οἴδατε·
5 ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।
διὰ τοῦτο κἀγὼ μηκέτι στέγων ἔπεμψα εἰς τὸ γνῶναι τὴν πίστιν ὑμῶν, μή πως ἐπείρασεν ὑμᾶς ὁ πειράζων καὶ εἰς κενὸν γένηται ὁ κόπος ἡμῶν.
6 କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
ἄρτι δὲ ἐλθόντος Τιμοθέου πρὸς ἡμᾶς ἀφ᾽ ὑμῶν, καὶ εὐαγγελισαμένου ἡμῖν τὴν πίστιν καὶ τὴν ἀγάπην ὑμῶν, καὶ ὅτι ἔχετε μνείαν ἡμῶν ἀγαθὴν πάντοτε ἐπιποθοῦντες ἡμᾶς ἰδεῖν καθάπερ καὶ ἡμεῖς ὑμᾶς,
7 ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;
διὰ τοῦτο παρεκλήθημεν, ἀδελφοί, ἐφ᾽ ὑμῖν ἐπὶ πάσῃ τῇ ἀνάγκῃ καὶ θλίψει ἡμῶν διὰ τῆς ὑμῶν πίστεως·
8 କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ।
ὅτι νῦν ζῶμεν, ἐὰν ὑμεῖς στήκετε ἐν κυρίῳ.
9 ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ?
τίνα γὰρ εὐχαριστίαν δυνάμεθα τῷ θεῷ ἀνταποδοῦναι περὶ ὑμῶν ἐπὶ πάσῃ τῇ χαρᾷ ᾗ χαίρομεν δι᾽ ὑμᾶς ἔμπροσθεν τοῦ θεοῦ ἡμῶν,
10 ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ।
νυκτὸς καὶ ἡμέρας ὑπερεκπερισσοῦ δεόμενοι εἰς τὸ ἰδεῖν ὑμῶν τὸ πρόσωπον, καὶ καταρτίσαι τὰ ὑστερήματα τῆς πίστεως ὑμῶν;
11 ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
αὐτὸς δὲ ὁ θεὸς καὶ πατὴρ ἡμῶν καὶ ὁ κύριος ἡμῶν Ἰησοῦς κατευθύναι τὴν ὁδὸν ἡμῶν πρὸς ὑμᾶς·
12 ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।
ὑμᾶς δὲ ὁ κύριος πλεονάσαι καὶ περισσεύσαι τῇ ἀγάπῃ εἰς ἀλλήλους καὶ εἰς πάντας, καθάπερ καὶ ἡμεῖς εἰς ὑμᾶς,
13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।
εἰς τὸ στηρίξαι ὑμῶν τὰς καρδίας ἀμέμπτους ἐν ἁγιωσύνῃ, ἔμπροσθεν τοῦ θεοῦ καὶ πατρὸς ἡμῶν ἐν τῇ παρουσίᾳ τοῦ κυρίου ἡμῶν Ἰησοῦ μετὰ πάντων τῶν ἁγίων αὐτοῦ.

< ୧ ଥେସଲନୀକୀୟ 1 3 >