< ୧ ଥେସଲନୀକୀୟ 1 4 >

1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।
Finally, brothers, we ask and encourage you in the Lord Jesus to live in a way that is pleasing to God, just as you have received from us. This is how you already live, so you should do so all the more.
2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।
For you know the instructions we gave you by the authority of the Lord Jesus.
3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
For it is God’s will that you should be holy: You must abstain from sexual immorality;
4 ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,
each of you must know how to control his own body in holiness and honor,
5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
not in lustful passion like the Gentiles who do not know God;
6 ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
and no one should ever violate or exploit his brother in this regard, because the Lord will avenge all such acts, as we have already told you and solemnly warned you.
7 କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।
For God has not called us to impurity, but to holiness.
8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Anyone, then, who rejects this command does not reject man but God, the very One who gives you His Holy Spirit.
9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Now about brotherly love, you do not need anyone to write to you, because you yourselves have been taught by God to love one another.
10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,
And you are indeed showing this love to all the brothers throughout Macedonia. But we urge you, brothers, to excel more and more
11 ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
and to aspire to live quietly, to attend to your own matters, and to work with your own hands, as we instructed you.
12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।
Then you will behave properly toward outsiders, without being dependent on anyone.
13 ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
Brothers, we do not want you to be uninformed about those who sleep in death, so that you will not grieve like the rest, who are without hope.
14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।
For since we believe that Jesus died and rose again, we also believe that God will bring with Jesus those who have fallen asleep in Him.
15 ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।
By the word of the Lord, we declare to you that we who are alive and remain until the coming of the Lord will by no means precede those who have fallen asleep.
16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
For the Lord Himself will descend from heaven with a loud command, with the voice of an archangel, and with the trumpet of God, and the dead in Christ will be the first to rise.
17 ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
After that, we who are alive and remain will be caught up together with them in the clouds to meet the Lord in the air. And so we will always be with the Lord.
18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
Therefore encourage one another with these words.

< ୧ ଥେସଲନୀକୀୟ 1 4 >