< ୧ ଥେସଲନୀକୀୟ 1 5 >
1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
O časích pak a chvílech, bratří, nepotřebujete, aby vám psáno bylo.
2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
Nebo vy sami výborně víte, že ten den Páně jako zloděj v noci, tak přijde.
3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
Neb když dějí: Pokoj a bezpečnost, tedy rychle přijde na ně zahynutí, jako bolest ženě těhotné, a neujdouť toho.
4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
Ale vy, bratří, nejste ve tmě, aby vás ten den jako zloděj zachvátil.
5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
Všickni vy synové světla jste a synové dne; nejsmeť synové noci, ani tmy.
6 ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
Nespěmež tedy, jako i jiní, ale bděme a střízliví buďme.
7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।
Nebo kteříž spí, v noci spí, a kteříž se opíjejí, v noci opilí jsou.
8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।
Ale my, synové dne jsouce, střízliví buďme, oblečeni jsouce v pancíř víry a lásky, a v lebku, jenž jest naděje spasení.
9 କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।
Nebo nepostavil nás Bůh k hněvu, ale k nabytí spasení, skrze Pána našeho Jezukrista,
10 ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।
Kterýž umřel za nás, abychom, buďto že bdíme, buďto že spíme, spolu s ním živi byli.
11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
Protož napomínejte se vespolek, a vzdělávejte jeden druhého, jakož i činíte.
12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
A prosímeť vás, bratří, znejtež ty, kteříž pracují mezi vámi, a předloženi jsou vám v Pánu, a napomínají vás,
13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।
A velice je milujte pro práci jejich. A mějte se k sobě vespolek pokojně.
14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
A prosímeť vás, bratří, napomínejte z řádu vystupujících, potěšujte choulostivých, snášejte mdlé, trpělivě se mějte ke všechněm.
15 ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
Vizte, aby někdo zlého za zlé neodplacoval, ale vždycky účinnosti dokazujte, i k sobě vespolek i ke všechněm.
16 ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
Vždycky se radujte,
17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
Bez přestání se modlte,
18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
Ze všeho díky čiňte; nebo ta jest vůle Boží v Kristu Ježíši, aby se tak dálo od vás.
19 ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର;
Ducha neuhašujte,
20 ଭାବବାଣୀ ତୁଚ୍ଛ କର ନାହିଁ;
Proroctvím nepohrdejte,
21 ବରଂ ସମସ୍ତ ବିଷୟ ପରୀକ୍ଷା କର;
Všeho zkuste; což dobrého jest, toho se držte.
22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।
Od všeliké zlé tvárnosti se varujte.
23 ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
On pak Bůh pokoje posvětiž vás ve všem, a celý váš duch i duše i tělo bez úhony ku příští Pána našeho Jezukrista zachováno budiž.
24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।
Věrnýť jest ten, jenž povolal vás, kterýž také i učiní to.
25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।
Bratří, modlte se za nás.
26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।
Pozdravte všech bratří v políbením svatém.
27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।
Zavazujiť vás skrze Pána, aby čten byl list tento všechněm bratřím svatým.
28 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Milost Pána našeho Jezukrista budiž s vámi. Amen. List první k Tessalonicenským psán jest v Aténách.