< ୧ ଥେସଲନୀକୀୟ 1 1 >

1 ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
παυλος και σιλουανος και τιμοθεος τη εκκλησια θεσσαλονικεων εν θεω πατρι και κυριω ιησου χριστω χαρις υμιν και ειρηνη
2 ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି,
ευχαριστουμεν τω θεω παντοτε περι παντων υμων μνειαν ποιουμενοι επι των προσευχων ημων
3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;
αδιαλειπτως μνημονευοντες υμων του εργου της πιστεως και του κοπου της αγαπης και της υπομονης της ελπιδος του κυριου ημων ιησου χριστου εμπροσθεν του θεου και πατρος ημων
4 କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,
ειδοτες αδελφοι ηγαπημενοι υπο [του] θεου την εκλογην υμων
5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
οτι το ευαγγελιον ημων ουκ εγενηθη εις υμας εν λογω μονον αλλα και εν δυναμει και εν πνευματι αγιω και {VAR2: [εν] } πληροφορια πολλη καθως οιδατε οιοι εγενηθημεν {VAR2: [εν] } υμιν δι υμας
6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
και υμεις μιμηται ημων εγενηθητε και του κυριου δεξαμενοι τον λογον εν θλιψει πολλη μετα χαρας πνευματος αγιου
7 ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।
ωστε γενεσθαι υμας τυπον πασιν τοις πιστευουσιν εν τη μακεδονια και εν τη αχαια
8 କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।
αφ υμων γαρ εξηχηται ο λογος του κυριου ου μονον εν τη μακεδονια και {VAR2: [εν τη] } αχαια αλλ εν παντι τοπω η πιστις υμων η προς τον θεον εξεληλυθεν ωστε μη χρειαν εχειν ημας λαλειν τι
9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,
αυτοι γαρ περι ημων απαγγελλουσιν οποιαν εισοδον εσχομεν προς υμας και πως επεστρεψατε προς τον θεον απο των ειδωλων δουλευειν θεω ζωντι και αληθινω
10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।
και αναμενειν τον υιον αυτου εκ των ουρανων ον ηγειρεν εκ [των] νεκρων ιησουν τον ρυομενον ημας εκ της οργης της ερχομενης

< ୧ ଥେସଲନୀକୀୟ 1 1 >