< ୧ ତୀମଥି 2 >

1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
そこで、まず初めに、このことを勧めます。すべての人のために、また王とすべての高い地位にある人たちのために願い、祈り、とりなし、感謝がささげられるようにしなさい。
2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।
それは、私たちが敬虔に、また、威厳をもって、平安で静かな一生を過ごすためです。
3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
そうすることは、私たちの救い主である神の御前において良いことであり、喜ばれることなのです。
4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
神は、すべての人が救われて、真理を知るようになるのを望んでおられます。
5 କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
神は唯一です。また、神と人との間の仲介者も唯一であって、それは人としてのキリスト・イエスです。
6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।
キリストは、すべての人の贖いの代価として、ご自身をお与えになりました。これが時至ってなされたあかしなのです。
7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
そのあかしのために、私は宣伝者また使徒に任じられ――私は真実を言っており、うそは言いません。――信仰と真理を異邦人に教える教師とされました。
8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
ですから、私は願うのです。男は、怒ったり言い争ったりすることなく、どこででもきよい手を上げて祈るようにしなさい。
9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
同じように女も、つつましい身なりで、控えめに慎み深く身を飾り、はでな髪の形とか、金や真珠や高価な衣服によってではなく、
10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
むしろ、神を敬うと言っている女にふさわしく、良い行ないを自分の飾りとしなさい。
11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ।
女は、静かにして、よく従う心をもって教えを受けなさい。
12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।
私は、女が教えたり男を支配したりすることを許しません。ただ、黙っていなさい。
13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
アダムが初めに造られ、次にエバが造られたからです。
14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
また、アダムは惑わされなかったが、女は惑わされてしまい、あやまちを犯しました。
15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।
しかし、女が慎みをもって、信仰と愛ときよさとを保つなら、子を産むことによって救われます。

< ୧ ତୀମଥି 2 >