< ୧ ତୀମଥି 3 >
1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।
fidelis sermo si quis episcopatum desiderat bonum opus desiderat
2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
oportet ergo episcopum inreprehensibilem esse unius uxoris virum sobrium prudentem ornatum hospitalem doctorem
3 ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
non vinolentum non percussorem sed modestum non litigiosum non cupidum
4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।
suae domui bene praepositum filios habentem subditos cum omni castitate
5 କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?
si quis autem domui suae praeesse nescit quomodo ecclesiae Dei diligentiam habebit
6 ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
non neophytum ne in superbia elatus in iudicium incidat diaboli
7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
oportet autem illum et testimonium habere bonum ab his qui foris sunt ut non in obprobrium incidat et laqueum diaboli
8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
diaconos similiter pudicos non bilingues non multo vino deditos non turpe lucrum sectantes
9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
habentes mysterium fidei in conscientia pura
10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।
et hii autem probentur primum et sic ministrent nullum crimen habentes
11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।
mulieres similiter pudicas non detrahentes sobrias fideles in omnibus
12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।
diacones sint unius uxoris viri qui filiis suis bene praesunt et suis domibus
13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ।
qui enim bene ministraverint gradum sibi bonum adquirent et multam fiduciam in fide quae est in Christo Iesu
14 ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;
haec tibi scribo sperans venire ad te cito
15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
si autem tardavero ut scias quomodo oporteat te in domo Dei conversari quae est ecclesia Dei vivi columna et firmamentum veritatis
16 ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।
et manifeste magnum est pietatis sacramentum quod manifestatum est in carne iustificatum est in spiritu apparuit angelis praedicatum est gentibus creditum est in mundo adsumptum est in gloria