< ୧ ତୀମଥି 4 >
1 ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
但灵很明确地解释说,日后必有人放弃对上帝的信,听从邪灵和来自恶魔的信仰。
2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;
这些虚伪的说谎者,他们的良心已被烧焦。
3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।
他们让人们不要结婚,不要吃上帝所造的那些食物。那些食物,本应由相信和认识真理之人心存感激地领受。
4 କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,
凡上帝所造即为好的,不应拒绝,而是要心存感激地领受;
5 ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।
因为它因上帝之道和祈祷者而变得圣洁。
6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;
如果你向兄弟姐妹们指出这些事,你就是基督耶稣的好仆人。相信真想,相信你所遵从的善行教诲,会让你获得力量。
7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,
拒绝不虔诚的事情,不要相信老妇的无稽之谈;要在精神上训练自己,
8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
因为身体上的训练益处有限;但精神上的训练用处更大,因为“它拥有了今生和来世的承诺。”
9 ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
你可以相信这句话,所有人都应该接纳它。
10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
我们工作和尽其所能的原因,就是因为我们的希望就在于永生的上帝。他是所有人的救世主,尤其对于那些相信他之人更是如此。
11 ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।
你应该这样教导其他人,告诉所有人遵从你的指导。
12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।
不要因为你年轻而被其他人小看,要在你的言语、你的生活方式、你的爱心、信心和纯洁方面,为相信上帝的信徒做出榜样。
13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
在我抵达那里以前,你务必要向教会阅读经文,通过你的言语和教诲鼓励他们。
14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।
不要忽略你所获得的恩赐之礼,就是教会长老们向你按手时,借预言赐给你的礼物。
15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।
仔细思考这些事,彻底地将自己奉献给他们,让所有人可以看到你的长进。
16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
你的行为和你的讲授要谨慎。在这些事上要有恒心,因为你这样作不但能救自己,也能救那些听你的人。