< ୧ ତୀମଥି 5 >

1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,
Kada ka tsauta wa dattijo. Sai dai ka gargade shi kamar mahaifi. Ka gargadi samari kamar 'yan'uwa.
2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
Gargadi dattawa mata kamar iyaye mata, 'yan mata kamar 'yan'uwa mata cikin dukkan tsarki.
3 ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।
Ka girmama gwamraye, gwamraye na gaske.
4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
Amma gwamruwar da take da 'ya'ya ko jikoki, bari su fara nuna bangirma cikin danginsu. Bari su sakawa iya-yensu, domin Allah yana jin dadin haka.
5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;
Amma gwamruwa ta gaske da ke ita kadai, ta kafa begenta ga Allah. Kullum tana tsananta yin roke-roke da addu'o'i dare da rana.
6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।
Amma, mace mai son zaman annashuwa ta riga ta mutu, ko da shike tana raye.
7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।
Kuma ka yi wa'azin wadannan al'amura donsu zama marasa abin zargi.
8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
Amma idan mutum bai iya biyan bukatun 'yan'uwansa ba, musamman iyalin gidansa, ya musunci bangaskiya, kuma gara marar bi da shi.
9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,
Bari a lisafta mace gwamruwa idan ba ta kasa shekara sittin ba, matar miji daya.
10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
A san ta da kyawawan ayyuka, ko ta kula da 'ya'yanta, ko tana mai karbar baki, ko mai wanke kafafun masubi, ko mai taimakon wadanda ake tsanantawa, mai naciya ga kowanne kyakkyawan aiki.
11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
Amma game da gwamraye masu kuruciya, kada a sa su cikin lissafi. Domin idan suka fada cikin sha'awoyin jiki da ke gaba da Almasihu, sukan so su yi aure.
12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି।
Ta wannan hanya ce sun tara wa kansu tsarguwa saboda sun tada alkawarinsu na fari.
13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।
Sun saba da halin ragwanci, suna yawo gida gida. Ba zama raggwaye kawai su ka yi ba. Amma sun zama magulmata, masu shishshigi, masu karambani. Suna fadin abin da bai dace ba.
14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;
Saboda haka ina so gwamraye masu kuruciya su yi aure, su haifi 'ya'ya, su kula da gida, domin kada a ba magabci zarafin zargin mu ga aikata mugunta.
15 କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି।
Domin wadansu sun rigaya sun kauce zuwa ga bin shaidan.
16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।
Idan wata mace mai bada gaskiya tana da gwamraye, bari ta taimakesu, don kada a nawaita wa Ikilisiya, domin Ikilisiya ta iya taimakon gwamraye na gaske.
17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
Dattawa wadanda suke mulki da kyau sun cancanci girmamawa ninki biyu, musamman wadanda suke aiki da kalma da kuma koyarwa.
18 କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।”
Gama nassi ya ce, “Kada a sa takunkumi a bakin takarkari lokacin da yake sussukar hatsi,” kuma “Ma'aikaci ya cancanci a biya shi hakinsa.”
19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।
Kada ka karbi zargi game da dattijo sai shaidu sun kai biyu ko uku.
20 ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
Ka tsauta wa masu zunubi gaban kowa domin sauran su ji tsoro.
21 ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
Na umarce ka a gaban Allah, da Almasihu Yesu, da zababbun mala'iku ka kiyaye ka'idodin nan ban da hassada kuma kada ka yi komai da nuna bambanci.
22 ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
Kada ka yi garajen dibiya wa kowa hannuwa. Kada ka yi tarayya cikin zunuban wani. Ka tsare kanka da tsabta.
23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।
Kada ka ci gaba da shan ruwa. Amma, maimakon haka ka sha ruwan inabi kadan saboda cikinka da yawan rashin lafiyarka.
24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।
Zunuban wadansu mutane a bayyane suke, sun yi gaba da su cikin hukunci. Amma wadansu zunubansu na bin baya.
25 ସେହି ପ୍ରକାରେ ମଧ୍ୟ ସତ୍କର୍ମ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇପାରେ ନାହିଁ।
Haka kuma, wadansu kyawawan ayyukansu a bayyane suke, amma wadan sun ma ba su boyuwa.

< ୧ ତୀମଥି 5 >