< ୧ ତୀମଥି 5 >

1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,
Старца не укоряй, но увещевай, как отца; младших, как братьев;
2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
стариц, как матерей; молодых, как сестер, со всякою чистотою.
3 ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।
Вдовиц почитай, истинных вдовиц.
4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
Если же какая вдовица имеет детей или внучат, то они прежде пусть учатся почитать свою семью и воздавать должное родителям, ибо сие угодно Богу.
5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;
Истинная вдовица и одинокая надеется на Бога и пребывает в молениях и молитвах день и ночь;
6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।
а сластолюбивая заживо умерла.
7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।
И сие внушай им, чтобы были беспорочны.
8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
Если же кто о своих и особенно о домашних не печется, тот отрекся от веры и хуже неверного.
9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,
Вдовица должна быть избираема не менее как шестидесятилетняя, бывшая женою одного мужа,
10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
известная по добрым делам, если она воспитала детей, принимала странников, умывала ноги святым, помогала бедствующим и была усердна ко всякому доброму делу.
11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;
Молодых же вдовиц не принимай, ибо они, впадая в роскошь в противность Христу, желают вступать в брак.
12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି।
Они подлежат осуждению, потому что отвергли прежнюю веру;
13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।
притом же они, будучи праздны, приучаются ходить по домам и бывают не только праздны, но и болтливы, любопытны и говорят, чего не должно.
14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;
Итак я желаю, чтобы молодые вдовы вступали в брак, рождали детей, управляли домом и не подавали противнику никакого повода к злоречию;
15 କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି।
ибо некоторые уже совратились вслед сатаны.
16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।
Если какой верный или верная имеет вдов, то должны их довольствовать и не обременять Церкви, чтобы она могла довольствовать истинных вдовиц.
17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
Достойно начальствующим пресвитерам должно оказывать сугубую честь, особенно тем, которые трудятся в слове и учении.
18 କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।”
Ибо Писание говорит: не заграждай рта у вола молотящего; и: трудящийся достоин награды своей.
19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।
Обвинение на пресвитера не иначе принимай, как при двух или трех свидетелях.
20 ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
Согрешающих обличай перед всеми, чтобы и прочие страх имели.
21 ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
Пред Богом и Господом Иисусом Христом и избранными Ангелами заклинаю тебя сохранить сие без предубеждения, ничего не делая по пристрастию.
22 ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
Рук ни на кого не возлагай поспешно, и не делайся участником в чужих грехах. Храни себя чистым.
23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।
Впредь пей не одну воду, но употребляй немного вина, ради желудка твоего и частых твоих недугов.
24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।
Грехи некоторых людей явны и прямо ведут к осуждению, а некоторых открываются впоследствии.
25 ସେହି ପ୍ରକାରେ ମଧ୍ୟ ସତ୍କର୍ମ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇପାରେ ନାହିଁ।
Равным образом и добрые дела явны; а если и не таковы, скрыться не могут.

< ୧ ତୀମଥି 5 >