< ୧ ତୀମଥି 6 >
1 ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
Koji su pod jarmom, robovi, neka svoje gospodare smatraju svake časti dostojnima da se ne bi pogrđivalo ime Božje i nauk.
2 ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।
A oni kojima su gospodari vjernici, neka ih ne cijene manje zato što su braća, nego neka im još više služe jer ti koji primaju njihovo dobročinstvo vjernici su i ljubljena braća. To naučavaj i preporučuj!
3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
A tko drukčije naučava i ne prianja uza zdrave riječi, riječi Gospodina našega Isusa Krista, i nauk u skladu s pobožnošću,
4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
nadut je, puka neznalica, samo boluje od raspra i rječoborstava, od kojih nastaje zavist, svađa, pogrde, zla sumnjičenja,
5 ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
razračunavanja ljudi pokvarene pameti i lišenih istine, što pobožnost smatraju dobitkom.
6 ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
Pa i jest dobitak velik pobožnost, zadovoljna onim što ima!
7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
Ta ništa nismo donijeli na svijet te iz njega ništa ni iznijeti ne možemo!
8 ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
Imamo li dakle hranu i odjeću, zadovoljimo se time.
9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
Jer oni koji se hoće bogatiti, upadaju u napast, zamku i mnoge nerazumne i štetne požude što ljude strovaljuju u zator i propast.
10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
Zaista, korijen svih zala jest srebroljublje; njemu odani, mnogi odlutaše od vjere i sami sebe isprobadaše mukama mnogima.
11 କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
A ti se, Božji čovječe, toga kloni! Teži za pravednošću, pobožnošću, vjerom, ljubavlju, postojanošću, krotkošću!
12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। (aiōnios )
Bij dobar boj vjere, osvoji vječni život na koji si pozvan i radi kojega si dao ono lijepo svjedočanstvo pred mnogim svjedocima! (aiōnios )
13 ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
Zapovijedam pred Bogom koji svemu život daje i pred Kristom Isusom koji pred Poncijem Pilatom posvjedoči lijepo svjedočanstvo:
14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।
čuvaj Zapovijed, neokaljano i besprijekorno, do Pojavka Gospodina našega Isusa Krista.
15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Njega će u svoje vrijeme pokazati On, Blaženi i jedini Vladar, Kralj kraljeva i Gospodar gospodara,
16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍। (aiōnios )
koji jedini ima besmrtnost, prebiva u svjetlu nedostupnu, koga nitko od ljudi ne vidje niti ga vidjeti može. Njemu čast i vlast vjekovječna! Amen. (aiōnios )
17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, (aiōn )
Onima koji su u sadašnjem svijetu bogati zapovijedaj neka ne budu bahati i neka se ne uzdaju u nesigurno bogatstvo, nego u Boga koji nam sve bogato daje na uživanje; (aiōn )
18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
neka dobro čine, neka se bogate dobrim djelima, neka budu darežljivi, zajedničari -
19 ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
prikupljajući sebi lijepu glavnicu za budućnost da osvoje onaj pravi život.
20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
Timoteju, poklad čuvaj kloneći se svjetovnoga praznoglasja i proturječja nekog nazovispoznanja,
21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
koje su neki ispovijedali pa od vjere zastranili. Milost s vama