< ଦ୍ବିତୀୟ ବଂଶାବଳୀ 1 >
1 ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ।
І зміцнився Соломо́н, син Давидів, над царством своїм, а Господь, Бог його, був із ним та ви́соко звели́чив його.
2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।
І сказав Соломон до всього Ізраїля, до тисячників та сотників, і до су́ддів, і до всіх начальників, до всього Ізраїля, до голі́в ба́тьківських родів.
3 ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
І пішли Соломон та ввесь збір із ним до па́гірка, що в Ґів'оні, бо там була скинія Божого заповіту, яку зробив Мойсей, раб Господній, у пустині.
4 ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
Але Божого ковчега Давид переніс із Кір'ят-Єаріму туди, де пригото́вив йому місце Давид, бо він поставив йому скинію в Єрусалимі.
5 ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
А мідяно́го же́ртівника, що зробив був Веселії́л, син Урії, сина Хурового, він поставив перед скинією Господньою. І звертався до нього Соломон та збір.
6 ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
І зійшов Соломон туди перед Господнє лице на мідяний же́ртівник, що належав до скинії заповіту, і приніс на ньому тисячу цілопа́лень.
7 ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭକୁ କʼଣ ଦେବା, ତାହା ମାଗ।”
Тієї ночі явився Бог Соломонові та й сказав йому: „Зажадай, чого дати тобі!“
8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।
І сказав Соломон до Бога: „Ти зробив був велику милість з батьком моїм Давидом, і настановив царем мене замість ньо́го.
9 ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।
Тепер, Господи, Боже, нехай буде ви́повнене слово Твоє до батька мого Давида, бо Ти настанови́в мене царем над народом числе́нним, як порох землі.
10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”
Дай тепер мені мудрість та знання́, щоб умів я вихо́дити й входити перед цим народом, бо хто зможе судити цей великий Твій наро́д?“
11 ତହିଁରେ ପରମେଶ୍ୱର ଶଲୋମନଙ୍କୁ କହିଲେ, “ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
І сказав Бог до Соломона: „За те, що оце було на серці твоїм, і ти не жадав багатства, маєтків та слави, ані душі ворогів своїх, а також довгих днів не жадав ти, а жадав для себе мудрости та знання́, щоб судити народ Мій, над яким Я настанови́в тебе царем,
12 ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
то дасться тобі мудрість та знання, а багатство, і маєтки та славу Я дам тобі такі, яких не було́ між царями перед тобою, і по тобі не бу́де таких!“
13 ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
І прийшов Соломон із па́гірка, що в Ґів'оні, до Єрусалиму, від скинії заповіту, і зацарював над Ізраїлем.
14 ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
І зібрав Соломон колесни́ць та верхівці́в, — і було в нього тисяча й чотири сотні колесни́ць та дванадцять тисяч верхівці́в, і він порозмі́щував їх по колесни́чних містах та при царі в Єрусалимі.
15 ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
І цар зібрав в Єрусалимі срібла та золота, мов камі́ння, а ке́дрів зібрав, щодо числе́нности, як сикомо́р, що в Шефелі.
16 ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
А ко́ней, що були в Соломона, приво́дили з Єгипту та з Кеве; царські купці́ купували їх з Кеве.
17 ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ଶେକଲ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ୱର ମୂଲ୍ୟ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେହି ସବୁ ଅଣାଯିବାର ରୀତି ଥିଲା।
І ходили вони, і вивозили з Єгипту колесни́цю за шість сотень срібла, а коня — за сотню й п'ятдесят. І так вони виво́зили все це своєю рукою для всіх царів хіттійських та царів сирійських.