< ଦ୍ବିତୀୟ ବଂଶାବଳୀ 11 >

1 ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।
罗波安来到耶路撒冷,招聚犹大家和便雅悯家,共十八万人,都是挑选的战士,要与以色列人争战,好将国夺回再归自己。
2 ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
但耶和华的话临到神人示玛雅说:
3 “ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
“你去告诉所罗门的儿子犹大王罗波安和住犹大、便雅悯的以色列众人说,
4 ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
耶和华如此说:‘你们不可上去与你们的弟兄争战,各归各家去吧!因为这事出于我。’”众人就听从耶和华的话归回,不去与耶罗波安争战。
5 ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।
罗波安住在耶路撒冷,在犹大地修筑城邑,
6 ସେ ବେଥଲିହିମ, ଐଟମ୍‍, ତକୋୟ,
为保障修筑伯利恒、以坦、提哥亚、
7 ବେଥ୍-ସୁର, ସୋଖୋ, ଅଦୁଲ୍ଲମ,
伯·夙、梭哥、亚杜兰、
8 ଗାଥ୍‍, ମାରେଶା, ସୀଫ୍‍,
迦特、玛利沙、西弗、
9 ଅଦୋରୟୀମ୍‍, ଲାଖୀଶ୍‍, ଅସେକା,
亚多莱音、拉吉、亚西加、
10 ସରାୟ, ଅୟାଲୋନ୍‍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍‍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।
琐拉、亚雅 、希伯 。这都是犹大和便雅悯的坚固城。
11 ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।
罗波安又坚固各处的保障,在其中安置军长,又预备下粮食、油、酒。
12 ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।
他在各城里预备盾牌和枪,且使城极其坚固。犹大和便雅悯都归了他。
13 ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।
以色列全地的祭司和利未人都从四方来归罗波安。
14 କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।
利未人撇下他们的郊野和产业,来到犹大与耶路撒 冷,是因耶罗波安和他的儿子拒绝他们,不许他们供祭司职分事奉耶和华。
15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
耶罗波安为邱坛、为鬼魔、为自己所铸造的牛犊设立祭司。
16 ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍‍ ଯିରୂଶାଲମକୁ ଆସିଲେ।
以色列各支派中,凡立定心意寻求耶和华—以色列 神的,都随从利未人,来到耶路撒冷祭祀耶和华—他们列祖的 神。
17 ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
这样,就坚固犹大国,使所罗门的儿子罗波安强盛三年,因为他们三年遵行大卫和所罗门的道。
18 ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;
罗波安娶大卫儿子耶利摩的女儿玛哈拉为妻,又娶耶西儿子以利押的女儿亚比孩为妻。
19 ସେ ତାଙ୍କ ଔରସରେ ଯିୟୂଶ୍‍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା
从她生了几个儿子,就是耶乌施、示玛利雅、撒罕。
20 ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।
后来又娶押沙龙的女儿玛迦,从她生了亚比雅、亚太、细撒、示罗密。
21 ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।
罗波安娶十八个妻,立六十个妾,生二十八个儿子,六十个女儿;他却爱押沙龙的女儿玛迦,比爱别的妻妾更甚。
22 ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।
罗波安立玛迦的儿子亚比雅作太子,在他弟兄中为首,因为想要立他接续作王。
23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।
罗波安办事精明,使他众子分散在犹大和便雅悯全地各坚固城里,又赐他们许多粮食,为他们多寻妻子。

< ଦ୍ବିତୀୟ ବଂଶାବଳୀ 11 >