< ଦ୍ବିତୀୟ ବଂଶାବଳୀ 11 >
1 ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।
茲にレハベアム、ヱルサレムに至りてユダとベニヤミンの家より倔強の武者十八萬を集め而してレハベアム國を己に歸さんためにイスラエルと戰はんとせしに
2 ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
ヱホバの言神の人シマヤに臨みて云ふ
3 “ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
ソロモンの子ユダの王レハベアムおよびユダとベニヤミンにあるイスラエルの人々に告て言べし
4 ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
ヱホバかく言ふ汝ら攻上るべからず又なんぢらの兄弟と戰ふべからず各々その家に歸れ此事は我より出たる者なりと彼ら乃はちヱホバの言にしたがひヤラベアムに攻ゆくことを止て歸れり
5 ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।
斯てレハベアム、ヱルサレムに居りユダに守衛の邑々を建たり
6 ସେ ବେଥଲିହିମ, ଐଟମ୍, ତକୋୟ,
即ちその建たる者はベテレヘム、エタム、テコア
7 ବେଥ୍-ସୁର, ସୋଖୋ, ଅଦୁଲ୍ଲମ,
ベテズル`シヨコ、アドラム
9 ଅଦୋରୟୀମ୍, ଲାଖୀଶ୍, ଅସେକା,
アドライム、ラキシ、アゼカ
10 ସରାୟ, ଅୟାଲୋନ୍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।
ゾラ、アヤロン、ヘブロン是等はユダとベニヤミンにありて守衛の邑なり
11 ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।
彼その守衛の邑々を堅固にし之に軍長を置き糧食と油と酒とを貯はへ
12 ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।
またその一切の邑に盾と矛とを備へて之を甚だ強からしむユダとベニヤミンこれに附り
13 ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।
イスラエルの全地の祭司とレビ人は四方の境より來りてレハベアムに投ず
14 କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।
即ちレビ人はその郊地と產業とを離れてユダとヱルサレムに至れり是はヤラベアムとその子等かれらを廢して祭司の職をヱホバの前に爲しめざりし故なり
15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
ヤラベアムは崇邱と牡山羊と己が作れる犢とのために自ら祭司を立つ
16 ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ।
またイスラエルの一切の支派の中凡てその心を傾むけてイスラエルの神ヱホバを求むる者はその先祖の神ヱホバに禮物を献げんとてレビ人にしたがひてヱルサレムに至れり
17 ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
是のごとく彼等ユダの國を固うしソロモンの子レハベアムをして三年の間強からしめたり即ち民は三年の間ダビデとソロモンの道に歩めり
18 ପୁଣି, ରିହବୀୟାମ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବ୍ର କନ୍ୟା ଅବୀହୟିଲର କନ୍ୟା ଥିଲା;
レハベアムはダビデの子ヱレモテの女マハラテを妻に娶れりマハラテはヱッサイの子エリアブの女アビハイルの產し者なり
19 ସେ ତାଙ୍କ ଔରସରେ ଯିୟୂଶ୍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା
彼ヱウシ、シヤマリヤおよびザハムの三子を產む
20 ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍କୁ ଜାତ କଲା।
また之が後にアブサロムの女マアカを娶れり彼アビヤ、アツタイ、ジザおよびシロミテを產む
21 ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।
レハベアムはアブサロムの女マアカをその一切の妻と妾とにまさりて愛せり彼は妻十八人妾六十人を取り男子二十八人女子六十人を擧く
22 ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।
レハベアム、マアカの子アビヤを王となさんと思ふが故に之を立て首となしその兄弟の長となせり
23 ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।
斯るが故に慧く取行ひ其男子等を盡くユダとベニヤミンの地なる守衛の邑々に散し置き之に糧食を多く與へかつ衆多の妻を求得させたり