< ଦ୍ବିତୀୟ ବଂଶାବଳୀ 12 >
1 ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
Rehobowamu atakhazikika monga mfumu nakhaladi wamphamvu, iyeyo pamodzi ndi Aisraeli onse anasiya malamulo a Yehova.
2 ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
Chifukwa anakhala osakhulupirika pamaso pa Yehova, Sisaki mfumu ya dziko la Igupto inathira nkhondo Yerusalemu mʼchaka chachisanu cha mfumu Rehobowamu.
3 ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
Sisakiyo anabwera ndi magaleta 1,200 ndi anthu okwera akavalo 60,000 ndiponso asilikali osawerengeka ochokera ku Libiya, Suki ndi Kusi amene anabwera naye kuchokera ku Igupto.
4 ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
Iye analanda mizinda yotetezedwa ya Yuda ndipo anafika mpaka ku Yerusalemu.
5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।”
Ndipo mneneri Semaya anabwera kwa Rehobowamu ndi kwa atsogoleri a Yuda amene anasonkhana mu Yerusalemu chifukwa cha Sisaki ndipo iye anawawuza kuti, “Yehova akuti, ‘Inu mwandisiya, choncho Inenso ndakusiyani ndi kukuperekani kwa Sisaki.’”
6 ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
Atsogoleri a Israeli pamodzi ndi mfumu anadzichepetsa nati, “Yehova ndi wolungama.”
7 ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।
Yehova ataona kuti adzichepetsa, anayankhula ndi Semaya kuti, “Pakuti adzichepetsa, Ine sindiwawononga koma posachedwapa ndiwapulumutsa. Sinditsanulira ukali wanga pa Yerusalemu kudzera mwa Sisaki.
8 ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”
Komabe iwo adzakhala pansi pa ulamuliro wake, kuti aphunzire kudziwa kusiyanitsa pakati pa kutumikira Ine ndi kutumikira mafumu a mayiko ena.”
9 ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।
Sisaki mfumu ya dziko la Igupto atathira nkhondo Yerusalemu, iye anatenga chuma cha mʼNyumba ya Yehova ndi chuma cha mʼnyumba yaufumu. Iye anatenga zinthu zonse kuphatikizapo zishango zagolide zimene Solomoni anapanga.
10 ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
Ndipo mfumu inapereka zishango zamkuwa kwa oyangʼanira mʼmalo mwake ndipo iwo anazipereka kwa oyangʼanira alonda amene amayangʼanira pa chipata cha nyumba yaufumu.
11 ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
Nthawi ina iliyonse imene mfumu ikupita ku Nyumba ya Yehova, alonda amapita nayo atanyamula zishango, ndipo kenaka amakazibwezera ku chipinda cha alonda.
12 ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା।
Pakuti mfumu Rehobowamu inadzichepetsa, mkwiyo wa Yehova unamuchokera, sanawonongedweretu. Kunena zoona, munali zinthu zina zabwino mu Yuda.
13 ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
Mfumu Rehobowamu anayika maziko a ufumu wake mwamphamvu mu Yerusalemu ndipo anapitirira kukhala mfumu. Iye anali ndi zaka 41 pamene anakhala mfumu, ndipo analamulira zaka 17 mu Yerusalemu, mzinda wa Yehova umene anasankha pakati pa mafuko a Aisraeli mmene Yehova anakhazikikamo. Dzina la amayi ake linali Naama, amene anali Mwamoni.
14 ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
Rehobowamu anachita zoyipa chifuwa mtima wake sunafunefune Yehova.
15 ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
Ntchito za Rehobowamu, kuyambira pachiyambi mpaka pa mapeto, kodi sizinalembedwe mʼbuku la mbiri la mneneri Semaya ndi mlosi Ido amene amalemba mbiri? Panali nkhondo yosatha pakati pa Rehobowamu ndi Yeroboamu.
16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।
Rehobowamu anamwalira, ndipo anayikidwa mʼmanda mu mzinda wa Davide. Ndipo mwana wake Abiya analowa ufumu mʼmalo wake.