< ଦ୍ବିତୀୟ ବଂଶାବଳୀ 12 >
1 ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
और ऐसा हुआ कि जब रहब'आम की हुकूमत मज़बूत हो गई और वह ताक़तवर बन गया, तो उसने और उसके साथ सारे इस्राईल ने ख़ुदावन्द की शरी'अत को छोड़ दिया।
2 ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
रहुब'आम बादशाह के पाँचवें साल में ऐसा हुआ कि मिस्र का बादशाह सीसक येरूशलेम पर चढ़ आया, इसलिए कि उन्होंने ख़ुदावन्द की हुक्म 'उदूली की थी,
3 ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
और उसके साथ बारह सौ रथ और साठ हज़ार सवार थे, और लूबी और सूकी और कूशी लोग जो उसके साथ मिस्र से आए थे बेशुमार थे।
4 ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
और उसने यहूदाह के फ़सीलदार शहर ले लिए, और येरूशलेम तक आया।
5 ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।”
तब समायाह नबी रहुब'आम के और यहूदाह के हाकिमों के पास जो सीसक के डर के मारे येरूशलेम में जमा' हो गए थे, आया और उनसे कहा, “ख़ुदावन्द यूँ फ़रमाता है कि तुम ने मुझ को छोड़ दिया, इसी लिए मैंने भी तुम को सीसक के हाथ में छोड़ दिया है।”
6 ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
तब इस्राईल के हाकिमों ने और बादशाह ने अपने को ख़ाकसार बनाया और कहा, “ख़ुदावन्द सच्चा है।”
7 ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।
जब ख़ुदावन्द ने देखा के उन्होंने अपने को ख़ाकसार बनाया, तो ख़ुदा वन्द का कलाम समायाह पर नाज़िल हुआ: “उन्होंने अपने को ख़ाकसार बनाया है, इसलिए मैं उनको हलाक नहीं करूँगा बल्कि उनको कुछ रिहाई दूँगा; और मेरा क़हर सीसक के हाथ से येरूशलेम पर नाज़िल न होगा।
8 ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”
तोभी वह उसके ख़ादिम होंगे, ताकि वह मेरी ख़िदमत को और मुल्क मुल्क की सल्तनतों की ख़िदमत को जान लें।”
9 ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।
इसलिए मिस्र का बादशाह सीसक येरूशलेम पर चढ़ आया, और ख़ुदावन्द के घर के खज़ाने और बादशाह के घर के ख़ज़ाने ले गया। बल्कि वह सब कुछ ले गया, और सोने की वह ढालें भी जो सुलेमान ने बनवाई थीं ले गया।
10 ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
और रहुब'आम बादशाह ने उनके बदले पीतल की ढालें बनवाई और उनको मुहाफ़िज़ सिपाहियों के सरदारों को जो शाही महल की निगहबानी करते थे सौंपा।
11 ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
और जब बादशाह ख़ुदावन्द के घर में जाता था, तो वह मुहाफ़िज़ सिपाही आते और उनको उठाकर चलते थे, और फिर उनको वापस लाकर सिलाहखाने में रख देते थे।
12 ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା।
और जब उसने अपने को ख़ाकसार बनाया, तो ख़ुदा वन्द का क़हर उस पर से टल गया और उसने उसको पूरे तौर से तबाह न किया; और भी यहूदाह में ख़ूबियाँ भी थीं।
13 ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
इसलिए रहुब'आम बादशाह ने ताक़तवर होकर येरूशलेम में हुकूमत की। रहुब'आम जब हुकूमत करने लगा तो इकतालीस साल का था और उसने येरूशलेम में, या'नी उस शहर में जो ख़ुदावन्द ने इस्राईल के सब क़बीलों में से चुन लिया था कि अपना नाम वहाँ रखे, सत्रह साल हुकूमत की। उसकी माँ का नाम ना'मा अम्मूनिया था।
14 ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
और उसने बुराई की, क्यूँकि उसने ख़ुदावन्द की तलाश में अपना दिल न लगाया।
15 ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
और रहुब'आम के काम अव्वल से आख़िर तक, क्या वह समायाह नबी और 'ईद ग़ैबबीन की तवारीखों' में नसबनामों के मुताबिक़ लिखा नहीं? रहुब'आम और युरब'आम के बीच हमेशा जंग रही।
16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।
और रहुब'आम अपने बाप — दादा के साथ सो गया, और दाऊद के शहर में दफ़्न हुआ; और उसका बेटा अबियाह उसकी जगह बादशाह हुआ।