< ଦ୍ବିତୀୟ ବଂଶାବଳୀ 13 >

1 ଯାରବୀୟାମ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
Aos dezoito anos do rei Jeroboão, reinou Abias sobre Judá.
2 ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଚାଲିଲା।
E reinou três anos em Jerusalém. O nome de sua mãe foi Micaia filha de Uriel de Gibeá. E havia guerra entre Abias e Jeroboão.
3 ଅବୀୟ ଚାରି ଲକ୍ଷ ବଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ ଆଠ ଲକ୍ଷ ବଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।
Então ordenou Abias batalha com um exército de quatrocentos mil homens de guerra valentes e escolhidos: e Jeroboão ordenou batalha contra ele com oitocentos mil homens escolhidos, fortes e valentes.
4 ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;
E levantou-se Abias sobre o monte de Zemaraim, que é nos montes de Efraim, e disse: Ouvi-me, Jeroboão e todo Israel.
5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
Não sabeis vós, que o SENHOR Deus de Israel deu o reino a Davi sobre Israel para sempre, a ele e a seus filhos em aliança de sal?
6 ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।
Porém Jeroboão filho de Nebate, servo de Salomão filho de Davi, se levantou e rebelou contra seu senhor.
7 ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।
E se achegaram a ele homens vãos, filhos de iniquidade, e puderam mais que Roboão filho de Salomão, porque Roboão era jovem e tenro de coração, e não se defendeu deles.
8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।
E agora vós tratais de fortificar-vos contra o reino do SENHOR em mão dos filhos de Davi, porque sois muitos, e tendes convosco os bezerros de ouro que Jeroboão vos fez por deuses.
9 ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।
Não lançastes vós aos sacerdotes do SENHOR, aos filhos de Arão, e aos levitas, e vos haveis feito sacerdotes à maneira dos povos de outras terras, para que qualquer um venha a consagrar-se com um bezerro e sete carneiros, e assim seja sacerdote dos que não são Deuses?
10 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;
Mas em quanto a nós, o SENHOR é nosso Deus, e não lhe deixamos: e os sacerdotes que ministram ao SENHOR são os filhos de Arão, e os levitas na obra;
11 ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
Os quais queimam ao SENHOR os holocaustos cada manhã e cada tarde, e os perfumes aromáticos; e põem os pães sobre a mesa limpa, e o candelabro de ouro com suas lâmpadas para que ardam cada tarde: porque nós guardamos a ordenança do SENHOR nosso Deus; mas vós o deixastes.
12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
E eis que Deus está conosco por cabeça, e seus sacerdotes com as trombetas do júbilo para que soem contra vós. Ó filhos de Israel, não luteis contra o SENHOR o Deus de vossos pais, porque não vos sucederá bem.
13 ତଥାପି ଯାରବୀୟାମ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।
Porém Jeroboão preparou uma emboscada para vir a eles pela retaguarda: e estando assim diante deles, a emboscada estava à retaguarda de Judá.
14 ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।
E quando olhou Judá, eis que tinha batalha diante e às costas; por isso que clamaram ao SENHOR, e os sacerdotes tocaram as trombetas.
15 ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।
Então os de Judá levantaram grito; e assim que eles levantaram grito, Deus derrotou a Jeroboão e a todo Israel diante de Abias e de Judá:
16 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
E fugiram os filhos de Israel diante de Judá, e Deus os entregou em suas mãos.
17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ।
E Abias e sua gente faziam em eles grande mortandade; e caíram feridos de Israel quinhentos mil homens escolhidos.
18 ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
Assim foram humilhados os filhos de Israel naquele tempo: mas os filhos de Judá se fortificaram, porque se apoiavam no SENHOR o Deus de seus pais.
19 ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।
E seguiu Abias a Jeroboão, e tomou-lhe algumas cidades, a Betel com suas aldeias, a Jesana com suas aldeias, e a Efraim com suas aldeias.
20 ପୁଣି ଅବୀୟଙ୍କର ଜୀବନ କାଳ ଯାଏ ଯାରବୀୟାମ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
E nunca mais teve Jeroboão poderio nos dias de Abias: e feriu-lhe o SENHOR, e morreu.
21 ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।
Porém se fortificou Abias; e tomou catorze mulheres, e gerou vinte e dois filhos, e dezesseis filhas.
22 ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍‍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।
Os demais feitos de Abias, seus caminhos e seus negócios, estão escritos na história do profeta Ido.

< ଦ୍ବିତୀୟ ବଂଶାବଳୀ 13 >