< ଦ୍ବିତୀୟ ବଂଶାବଳୀ 14 >

1 ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।
ثُمَّ ٱضْطَجَعَ أَبِيَّا مَعَ آبَائِهِ فَدَفَنُوهُ فِي مَدِينَةِ دَاوُدَ، وَمَلَكَ آسَا ٱبْنُهُ عِوَضًا عَنْهُ. فِي أَيَّامِهِ ٱسْتَرَاحَتِ ٱلْأَرْضُ عَشَرَ سِنِينَ.١
2 ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;
وَعَمِلَ آسَا مَا هُوَ صَالِحٌ وَمُسْتَقِيمٌ فِي عَيْنَيِ ٱلرَّبِّ إِلَهِهِ.٢
3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;
وَنَزَعَ ٱلْمَذَابِحَ ٱلْغَرِيبَةَ وَٱلْمُرْتَفَعَاتِ، وَكَسَّرَ ٱلتَّمَاثِيلَ وَقَطَّعَ ٱلسَّوَارِيَ،٣
4 ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।
وَقَالَ لِيَهُوذَا أَنْ يَطْلُبُوا ٱلرَّبَّ إِلَهَ آبَائِهِمْ وَأَنْ يَعْمَلُوا حَسَبَ ٱلشَّرِيعَةِ وَٱلْوَصِيَّةِ.٤
5 ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।
وَنَزَعَ مِنْ كُلِّ مُدُنِ يَهُوذَا ٱلْمُرْتَفَعَاتِ وَتَمَاثِيلَ ٱلشَّمْسِ، وَٱسْتَرَاحَتِ ٱلْمَمْلَكَةُ أَمَامَهُ.٥
6 ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।
وَبَنَى مُدُنًا حَصِينَةً فِي يَهُوذَا لِأَنَّ ٱلْأَرْضَ ٱسْتَرَاحَتْ وَلَمْ تَكُنْ عَلَيْهِ حَرْبٌ فِي تِلْكَ ٱلسِّنِينَ، لِأَنَّ ٱلرَّبَّ أَرَاحَهُ.٦
7 ଏହେତୁ ସେ ଯିହୁଦାକୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।” ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।
وَقَالَ لِيَهُوذَا: «لِنَبْنِ هَذِهِ ٱلْمُدُنَ وَنُحَوِّطْهَا بِأَسْوَارٍ وَأَبْرَاجٍ وَأَبْوَابٍ وَعَوَارِضَ مَا دَامَتِ ٱلْأَرْضُ أَمَامَنَا، لِأَنَّنَا قَدْ طَلَبْنَا ٱلرَّبَّ إِلَهَنَا. طَلَبْنَاهُ فَأَرَاحَنَا مِنْ كُلِّ جِهَةٍ». فَبَنَوْا وَنَجَحُوا.٧
8 ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।
وَكَانَ لِآسَا جَيْشٌ يَحْمِلُونَ أَتْرَاسًا وَرِمَاحًا مِنْ يَهُوذَا، ثَلَاثُ مِئَةِ أَلْفٍ، وَمِنْ بَنْيَامِينَ مِنَ ٱلَّذِينَ يَحْمِلُونَ ٱلْأَتْرَاسَ وَيَشُدُّونَ ٱلْقِسِيَّ مِئَتَانِ وَثَمَانُونَ أَلْفًا. كُلُّ هَؤُلَاءِ جَبَابِرَةُ بَأْسٍ.٨
9 ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।
فَخَرَجَ إِلَيْهِمْ زَارَحُ ٱلْكُوشِيُّ بِجَيْشٍ أَلْفِ أَلْفٍ، وَبِمَرْكَبَاتٍ ثَلَاثِ مِئَةٍ، وَأَتَى إِلَى مَرِيشَةَ.٩
10 ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।
وَخَرَجَ آسَا لِلِقَائِهِ وَٱصْطَفُّوا لِلْقِتَالِ فِي وَادِي صَفَاتَةَ عِنْدَ مَرِيشَةَ.١٠
11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
وَدَعَا آسَا ٱلرَّبَّ إِلَهَهُ وَقَالَ: «أَيُّهَا ٱلرَّبُّ، لَيْسَ فَرْقًا عِنْدَكَ أَنْ تُسَاعِدَ ٱلْكَثِيرِينَ وَمَنْ لَيْسَ لَهُمْ قُوَّةٌ. فَسَاعِدْنَا أَيُّهَا ٱلرَّبُّ إِلَهُنَا لِأَنَّنَا عَلَيْكَ ٱتَّكَلْنَا وَبِٱسْمِكَ قَدُمْنَا عَلَى هَذَا ٱلْجَيْشِ. أَيُّهَا ٱلرَّبُّ أَنْتَ إِلَهُنَا. لَا يَقْوَ عَلَيْكَ إِنْسَانٌ».١١
12 ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।
فَضَرَبَ ٱلرَّبُّ ٱلْكُوشِيِّينَ أَمَامَ آسَا وَأَمَامَ يَهُوذَا، فَهَرَبَ ٱلْكُوشِيُّونَ.١٢
13 ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।
وَطَرَدَهُمْ آسَا وَٱلشَّعْبُ ٱلَّذِي مَعَهُ إِلَى جَرَارَ، وَسَقَطَ مِنَ ٱلْكُوشِيِّينَ حَتَّى لَمْ يَكُنْ لَهُمْ حَيٌّ لِأَنَّهُمُ ٱنْكَسَرُوا أَمَامَ ٱلرَّبِّ وَأَمَامَ جَيْشِهِ. فَحَمَلُوا غَنِيمَةً كَثِيرَةً جِدًّا.١٣
14 ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହି ସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।
وَضَرَبُوا جَمِيعَ ٱلْمُدُنِ ٱلَّتِي حَوْلَ جَرَارَ، لِأَنَّ رُعْبَ ٱلرَّبِّ كَانَ عَلَيْهِمْ، وَنَهَبُوا كُلَّ ٱلْمُدُنِ لِأَنَّهُ كَانَ فِيهَا نَهْبٌ كَثِيرٌ.١٤
15 ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।
وَضَرَبُوا أَيْضًا خِيَامَ ٱلْمَاشِيَةِ وَسَاقُوا غَنَمًا كَثِيرًا وَجِمَالًا، ثُمَّ رَجَعُوا إِلَى أُورُشَلِيمَ.١٥

< ଦ୍ବିତୀୟ ବଂଶାବଳୀ 14 >