< ଦ୍ବିତୀୟ ବଂଶାବଳୀ 15 >

1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
Et l’Esprit de Dieu fut sur Azaria, fils d’Oded:
2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
et il sortit au-devant d’Asa, et lui dit: Asa, et tout Juda et Benjamin, écoutez-moi: L’Éternel est avec vous quand vous êtes avec lui; et si vous le cherchez vous le trouverez, et si vous l’abandonnez il vous abandonnera.
3 ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
Pendant bien des jours il n’y eut pour Israël ni vrai Dieu, ni sacrificateur pour enseigner, ni loi;
4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
et, dans leur angoisse, ils se retournèrent vers l’Éternel, le Dieu d’Israël, et le cherchèrent, et ils l’ont trouvé.
5 ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
Et, en ces temps-là, il n’y avait point de paix pour ceux qui sortaient et qui entraient, car il y avait beaucoup de troubles parmi tous les habitants du pays,
6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
et nation se brisait contre nation, et ville contre ville, car Dieu les troublait par toutes sortes d’angoisses.
7 ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”
Vous donc, fortifiez-vous, et que vos mains ne soient point lâches; car il y a une récompense pour ce que vous ferez.
8 ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
Et quand Asa eut entendu ces paroles et la prophétie d’Oded, le prophète, il se fortifia, et fit disparaître les choses abominables de tout le pays de Juda et de Benjamin, et des villes qu’il avait prises de la montagne d’Éphraïm, et il renouvela l’autel de l’Éternel, qui était devant le portique de l’Éternel.
9 ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।
Et il assembla tout Juda et Benjamin, et les étrangers qui étaient avec eux, d’Éphraïm, et de Manassé, et de Siméon; car beaucoup d’Israélites passèrent à lui quand ils virent que l’Éternel, son Dieu, était avec lui.
10 ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।
Et ils se rassemblèrent à Jérusalem, le troisième mois de la quinzième année du règne d’Asa;
11 ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
et ils sacrifièrent à l’Éternel, en ce jour-là, du butin qu’ils avaient amené, 700 bœufs et 7 000 moutons.
12 ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
Et ils s’engagèrent ensemble à rechercher l’Éternel, le Dieu de leurs pères, de tout leur cœur et de toute leur âme,
13 ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।
[établissant] que quiconque ne rechercherait pas l’Éternel, le Dieu d’Israël, serait mis à mort, tant petit que grand, tant homme que femme.
14 ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।
Et ils jurèrent à l’Éternel à haute voix, et à grands cris, et avec des trompettes et des cors.
15 ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
Et tout Juda se réjouit du serment, car ils avaient juré de tout leur cœur, et ils avaient recherché l’Éternel de toute leur âme, et ils l’avaient trouvé. Et l’Éternel leur donna du repos tout à l’entour.
16 ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।
Et même à Maaca, sa mère, le roi Asa ôta sa position de reine, parce qu’elle avait fait un simulacre pour Ashère; et Asa abattit son simulacre, et le broya, et le brûla dans la vallée du Cédron.
17 ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।
Mais les hauts lieux ne furent pas ôtés d’Israël; cependant le cœur d’Asa fut parfait tous ses jours.
18 ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।
Et il apporta dans la maison de Dieu les choses saintes de son père et les choses qu’il avait lui-même consacrées, de l’argent, et de l’or, et des ustensiles.
19 ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।
Et il n’y eut point de guerre jusqu’à la trente-cinquième année du règne d’Asa.

< ଦ୍ବିତୀୟ ବଂଶାବଳୀ 15 >