< ଦ୍ବିତୀୟ ବଂଶାବଳୀ 17 >

1 ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
Yehoshafat ɗansa ya gāje shi a matsayin sarki ya kuma kahu sosai gāba da Isra’ila.
2 ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
Ya kafa mayaƙa a dukan biranen katangar Yahuda, ya kuma sa runduna a Yahuda da kuma a garuruwan Efraim da mahaifinsa Asa ya ci da yaƙi.
3 ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
Ubangiji kuwa yana tare da Yehoshafat domin a shekarunsa na farko-farko ya yi tafiya a hanyoyin da kakansa Dawuda ya bi. Bai nemi shawarar Ba’al ba
4 ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
amma ya nemi Allah na kakansa ya kuma bi umarnansa a maimakon ayyukan da Isra’ila ke yi.
5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
Ubangiji ya kafa mulkin a ƙarƙashin ikonsa; dukan Yahuda kuwa suka kawo kyautai wa Yehoshafat, ta haka ya yi arziki sosai da kuma girma.
6 ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
Zuciyarsa ta duƙufa ga hanyoyin Ubangiji, bugu da ƙari, ya kawar masujadan kan tudu da ginshiƙan Ashera daga Yahuda.
7 ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
A shekara ta uku ta mulkinsa, ya aiki ma’aikatansa Ben-Hayil, Obadiya, Zakariya, Netanel da Mikahiya su yi koyarwa a garuruwan Yahuda.
8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍‍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍‍, ଯିହୋନାଥନ୍‍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍‍ ଯାଜକକୁ ପଠାଇଲେ।
Tare da su akwai waɗansu Lawiyawa, Shemahiya, Netaniya, Zebadiya, Asahel, Shemiramot, Yehonatan, Adoniya, Tobiya da Tob Adoniya, da kuma firistoci Elishama da Yehoram.
9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
Suka yi koyarwa a dukan Yahuda, suna ɗauke da Littafin Dokar Ubangiji tare da su; suka tafi ko’ina a dukan garuruwan Yahuda suka koyar da mutane.
10 ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
Tsoron Ubangiji ya kama dukan masarautun ƙasashen da suke kewaye da Yahuda, har ba su yi yaƙi da Yehoshafat ba.
11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
Waɗansu Filistiyawa suka kawo wa Yehoshafat kyautai da azurfa a matsayin haraji, Larabawa kuwa suka kawo masa garkuna, raguna dubu bakwai da ɗari bakwai da kuma awaki dubu bakwai da ɗari bakwai.
12 ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
Yehoshafat ya yi ta ƙaruwa a ƙarfi; ya gina katanga da biranen ajiya a Yahuda
13 ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
da kuma tanade-tanade masu yawa a garuruwan Yahuda. Ya kuma ajiye gogaggu mayaƙa a Urushalima.
14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
Ɗaukar da aka yi musu bisa ga iyalai yana kamar haka. Daga Yahuda, shugaban ƙungiya 1,000. Adna ne shugaba, tare da jarumawa 300,000;
15 ତାହା ଉତ୍ତାରେ ଯିହୋହାନନ୍‍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
biye da shi, Yehohanan shi ne shugaba, yana da sojoji 280,000;
16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
biye da shi, Amasiya ɗan Zikri, wanda ya ba da kansa da yardar rai don hidimar Ubangiji, yana da sojoji 200,000.
17 ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
Daga Benyamin, Eliyada, jarumi soja, yana da sojoji 200,000 riƙe da baka da garkuwoyi;
18 ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
biye da shi, Yehozabad, yana da sojoji 18,000 shiryayyu don yaƙi.
19 ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।
Waɗannan su ne suka yi wa sarki hidima, ban da waɗanda aka sa a biranen katanga ko’ina a Yahuda.

< ଦ୍ବିତୀୟ ବଂଶାବଳୀ 17 >