< ଦ୍ବିତୀୟ ବଂଶାବଳୀ 17 >

1 ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
Y REINÓ en su lugar Josaphat su hijo, el cual prevaleció contra Israel.
2 ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
Y puso ejército en todas las ciudades fuertes de Judá, y colocó gente de guarnición, en tierra de Judá, y asimismo en las ciudades de Ephraim que su padre Asa había tomado.
3 ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
Y fué Jehová con Josaphat, porque anduvo en los primeros caminos de David su padre, y no buscó á los Baales;
4 ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
Sino que buscó al Dios de su padre, y anduvo en sus mandamientos, y no según las obras de Israel.
5 ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
Jehová por tanto confirmó el reino en su mano, y todo Judá dió á Josaphat presentes; y tuvo riquezas y gloria en abundancia.
6 ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
Y animóse su corazón en los caminos de Jehová, y quitó los altos y los bosques de Judá.
7 ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
Al tercer año de su reinado envió sus príncipes Ben-hail, Obdías, Zachârías, Nathaniel y Michêas, para que enseñasen en las ciudades de Judá;
8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍‍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍‍, ଯିହୋନାଥନ୍‍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍‍ ଯାଜକକୁ ପଠାଇଲେ।
Y con ellos á los Levitas, Semeías, Nethanías, Zebadías, y Asael, y Semiramoth, y Jonathán, y Adonías, y Tobías, y Tobadonías, Levitas; y con ellos á Elisama y á Joram, sacerdotes.
9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
Y enseñaron en Judá, teniendo consigo el libro de la ley de Jehová, y rodearon por todas las ciudades de Judá enseñando al pueblo.
10 ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
Y cayó el pavor de Jehová sobre todos los reinos de las tierras que estaban alrededor de Judá; que no osaron hacer guerra contra Josaphat.
11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
Y traían de los Filisteos presentes á Josaphat, y tributos de plata. Los Arabes también le trajeron ganados, siete mil y setecientos carneros y siete mil y setecientos machos de cabrío.
12 ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
Iba pues Josaphat creciendo altamente: y edificó en Judá fortalezas y ciudades de depósitos.
13 ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
Tuvo además muchas obras en las ciudades de Judá, y hombres de guerra muy valientes en Jerusalem.
14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
Y este es el número de ellos según las casas de sus padres: en Judá, jefes de los millares: el general Adna, y con él trescientos mil hombres muy esforzados;
15 ତାହା ଉତ୍ତାରେ ଯିହୋହାନନ୍‍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
Después de él, el jefe Johanán, y con él doscientos y ochenta mil;
16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
Tras éste, Amasías hijo de Zichri, el cual se había ofrecido voluntariamente á Jehová, y con él doscientos mil hombres valientes;
17 ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
De Benjamín, Eliada, hombre muy valeroso, y con él doscientos mil armados de arco y escudo;
18 ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
Tras éste, Jozabad, y con él ciento y ochenta mil apercibidos para la guerra.
19 ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।
Estos eran siervos del rey, sin los que había el rey puesto en las ciudades de guarnición por toda Judea.

< ଦ୍ବିତୀୟ ବଂଶାବଳୀ 17 >