< ଦ୍ବିତୀୟ ବଂଶାବଳୀ 18 >
1 ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
Jošafat je stekao veliko bogatstvo i slavu te se sprijateljio s Ahabom.
2 ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
Poslije nekoliko godina došao je k Ahabu u Samariju. Ahab nakla mnogo sitne stoke i goveda njemu i ljudima što su bili s njim i nagovaraše ga da pođe na Ramot Gilead.
3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
Izraelski kralj Ahab upita judejskoga kralja Jošafata: “Hoćeš li poći sa mnom na Ramot Gilead?” On odgovori: “Ja sam kao i ti, moj je narod kao i tvoj; s tobom ćemo u rat.”
4 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Jošafat još reče kralju izraelskom: “De, posavjetuj se prije s Jahvom!”
5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Tada kralj izraelski sakupi proroke, njih četiri stotine, i upita ih: “Hoćemo li zavojštiti na Ramot Gilead ili da se okanim toga?” Oni odgovoriše: “Idi, jer će ga Bog predati kralju u ruke.”
6 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ?”
Ali Jošafat upita: “Ima li ovdje još koji prorok Jahvin da i njega upitamo?”
7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
Kralj izraelski odgovori Jošafatu: “Ima još jedan čovjek preko koga bismo mogli upitati Jahvu, ali ga mrzim jer mi ne proriče dobra nego uvijek samo zlo; to je Mihej, sin Jimlin.” Jošafat reče: “Neka kralj ne govori tako!”
8 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
Tada kralj izraelski dozva jednoga dvoranina i reče mu: “Brže dovedi Jimlina sina Miheja!”
9 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
Izraelski kralj i judejski kralj Jošafat sjedili su svaki na svojem prijestolju, u svečanim haljinama, na gumnu pred Samarijskim vratima, a proroci proricali pred njima.
10 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
Kenaanin sin Sidkija napravi sebi željezne rogove i reče: “Ovako veli Jahve: njima ćeš bosti Aramejce dokle ih god ne zatreš.”
11 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Tako su i svi drugi proroci proricali govoreći: “Idi na Ramot Gilead, uspjet ćeš: Jahve će ga predati kralju u ruke.”
12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
Glasnik koji bijaše otišao da zove Miheja reče mu: “Evo, svi proroci složno proriču dobro kralju. Govori i ti kao jedan od njih i proreci uspjeh!”
13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
Ali Mihej odvrati: “Živoga mi Jahve, govorit ću ono što mi Bog kaže!”
14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
Kad dođe pred kralja, upita ga kralj: “Miheju, da pođem u rat na Ramot Gilead ili da se okanim toga?” On odgovori: “Idite i uspjet ćete, jer će vam se predati u ruke!”
15 ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
Na to mu kralj reče: “Koliko ću te puta zaklinjati da mi kažeš samo istinu u Jahvino ime?”
16 ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
Tada Mihej odgovori: “Sav Izrael vidim rasut po gorama kao stado bez pastira. I Jahve veli: 'Nemaju više gospodara, neka se u miru kući vrate!'”
17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
Tada izraelski kralj reče Jošafatu: “Nisam li ti rekao da mi neće proreći dobro nego zlo?”
18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
A Mihej reče: “Zato čujte riječ Jahvinu. Vidio sam Jahvu gdje sjedi na prijestolju, a sva mu vojska nebeska stajaše zdesna i slijeva.
19 ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
Jahve upita: 'Tko će zavesti izraelskoga kralja Ahaba da otiđe i padne u Ramot Gileadu?' Jedan reče ovo, drugi ono.
20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
Tada uđe jedan duh, stade pred Jahvu i reče: 'Ja ću ga zavesti!' Jahve ga upita: 'Kako?'
21 ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
On odvrati: 'Izaći ću i bit ću lažljiv duh u ustima svih njegovih proroka.' Jahve mu reče: 'Ti ćeš ga zavesti. I uspjet ćeš. Idi i učini tako!'
22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
Tako je, evo, Jahve stavio lažljiva duha u usta tvojim prorocima; ali ti Jahve navješćuje zlo.”
23 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
Tada pristupi Kenaanin sin Sidkija i udari Miheja po obrazu pitajući: “Zar je Jahvin duh mene napustio da bi govorio s tobom?”
24 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
Mihej odvrati: “Vidjet ćeš onoga dana kad budeš bježao iz sobe u sobu da se sakriješ.”
25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ;
Tada izraelski kralj naredi: “Uhvatite Miheja i odvedite ga gradskom zapovjedniku Amonu i kraljeviću Joašu.
26 ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
Recite im: 'Ovako veli kralj: Bacite ovoga u tamnicu i držite ga na suhu kruhu i vodi dok se sretno ne vratim.'”
27 ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Mihej reče: “Ako se doista sretno vratiš, onda nije Jahve govorio iz mene!” i nadoda: “Čujte, svi puci!”
28 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
Izraelski kralj i judejski kralj Jošafat krenuše na Ramot Gilead.
29 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
Izraelski kralj reče Jošafatu: “Ja ću se preobući i onda ući u boj, a ti ostani u svojoj odjeći!” Preobuče se tada izraelski kralj i oni krenuše u boj.
30 ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
Aramejski kralj naredi zapovjednicima bojnih kola: “Ne udarajte ni na maloga ni na velikoga nego jedino na izraelskoga kralja!”
31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
Kad zapovjednici bojnih kola ugledaše Jošafata, rekoše: “To je izraelski kralj!” I krenuše na nj da udare. Ali Jošafat povika za pomoć te mu Jahve pomože i odvrati ih od njega.
32 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
Kad zapovjednici bojnih kola vidješe da to nije izraelski kralj, okrenuše se od njega.
33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
Jedan nasumce odape i ustrijeli izraelskoga kralja između nabora na pojasu i oklopa. Kralj reče vozaču: “Potegni uzdu i izvedi me iz boja jer sam ranjen.”
34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
Boj je onoga dana bio sve žešći, ali se izraelski kralj držao uspravno na bojnim kolima prema Aramejcima sve do večeri. Umro je o zalasku sunca.