< ଦ୍ବିତୀୟ ବଂଶାବଳୀ 18 >
1 ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
Yanzu fa Yehoshafat ya wadace ƙwarai yana kuma da girma, ya kuma haɗa kansa da Ahab ta wurin aure.
2 ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
Bayan’yan shekaru sai ya gangara don yă ziyarci Ahab a Samariya. Ahab kuwa ya yanka tumaki da shanu masu yawa dominsa da kuma mutanen da suke tare da shi, ya kuma lallashe shi yă yaƙi Ramot Gileyad.
3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
Ahab sarkin Isra’ila ya tambayi Yehoshafat sarkin Yahuda ya ce, “Za ka tafi tare da ni mu yaƙi Ramot Gileyad?” Yehoshafat ya amsa ya ce, “Ni kamar kai ne, kuma mutanena kamar naka ne; za mu tafi tare da kai a yaƙin.”
4 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Amma Yehoshafat ya kuma ce wa sarkin Isra’ila, “Da fari mu nemi bishewar Ubangiji.”
5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Saboda haka sarkin Isra’ila ya tattara annabawa duka, mutane ɗari huɗu, ya kuma tambaye su, “Mu tafi yaƙi a kan Ramot Gileyad ko kada mu tafi?” Suka amsa “Tafi, gama Allah zai ba da shi cikin hannun sarki.”
6 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ?”
Amma Yehoshafat ya yi tambaya ya ce, “Babu wani annabin Ubangiji a nan da za mu tambaya?”
7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
Sarki Isra’ila ya amsa wa Yehoshafat, “Akwai guda har yanzu mai suna Mikahiya ɗan Imla, za mu iya nemi nufin Ubangiji daga gare shi, sai dai ba na sonsa domin bai taɓa yin annabci wani abu mai kyau game da ni ba, sai kullum masifa.” Yehoshafat ya amsa ya ce, “Kada sarki yă faɗa haka.”
8 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
Saboda haka sarkin Isra’ila ya kira ɗaya daga cikin ma’aikatansa ya ce, “A kawo Mikahiya ɗan Imla nan da nan.”
9 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
Saye da rigunan sarakuna, sarki Isra’ila da Yehoshafat sarkin Yahuda suna zaune a kan kujerunsu na mulki a masussuka ta ƙofar shigar Samariya, tare da dukan annabawa suna ta annabci a gabansu.
10 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
To, fa, Zedekiya ɗan Kena’ana ya yi ƙahonin ƙarfe, ya kuma furta, “Ga abin da Ubangiji ya ce, ‘Da waɗannan za ka sassoki Arameyawa sai sun hallaka.’”
11 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Dukan sauran annabawan suka yi irin annabcin nan. Suka ce, “A haura zuwa Ramot Gileyad a yi nasara, gama Ubangiji zai ba da shi cikin hannun sarki.”
12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
Ɗan saƙon da ya tafi don yă kawo Mikahiya kuwa ya ce masa, “Duba, kowannen a cikin annabawa ya yi faɗin nasara wa sarki. Don haka kai ma ka yi maganar da za tă gamshi sarki kamar yadda suka yi.”
13 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
Amma Mikahiya ya ce, “Na rantse da ran Ubangiji, zan faɗa masa kawai abin da Allahna ya faɗa.”
14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
Da suka iso, sarki ya tambaye shi, “Mika, mu tafi mu yaƙi Ramot Gileyad, ko kada mu tafi?” Ya amsa, “Kai masa yaƙi za ka kuwa yi nasara, gama za a ba da su a hannunka.”
15 ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
Sarki ya ce masa, “Sau nawa zan sa ka rantse don ka faɗa gaskiya a cikin sunan Ubangiji?”
16 ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
Sa’an nan Mikahiya ya amsa, “Na ga dukan Isra’ila sun warwatsu a kan tuddai kamar tumakin da ba su da makiyaya, kuma Ubangiji ya ce, ‘Waɗannan mutane ba su da maigida. Bari kowanne yă tafi gida cikin salama.’”
17 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
Sarkin Isra’ila ya ce wa Yehoshafat, “Ban faɗa maka cewa bai taɓa yin annabci wani abu mai kyau game da ni, in ba masifa ba?”
18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
Mikahiya ya ci gaba, “Saboda haka sai ka ji maganar Ubangiji. Na ga Ubangiji yana zama a kan kursiyinsa tare da dukan rundunar sama tsaye a damansa da hagunsa.
19 ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
Ubangiji kuwa ya ce, ‘Wa zai ruɗe Ahab sarki Isra’ila zuwa yaƙi da Ramot Gileyad da kuma zuwa mutuwarsa a can?’ “Wani ya ba da wata shawara, wani kuma wata dabam.
20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
A ƙarshe, wani ruhu ya zo gaba, ya tsaya a gaban Ubangiji ya ce, ‘Zan ruɗe shi.’ “Ubangiji ya yi tambaya, ‘Ta wace hanya?’
21 ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
“Ya ce, ‘Zan tafi in zama ruhun ƙarya a bakunan dukan annabawansa.’ “Ubangiji ya ce, ‘Za ka yi nasara a ruɗinsa. Ka tafi, ka yi haka.’
22 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
“To yanzu, Ubangiji ya sa ruhun ruɗu a bakunan waɗannan annabawanka. Ubangiji ya ƙayyade masifa dominka.”
23 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
Sai Zedekiya ɗan Kena’ana ya haura ya mari Mikahiya a fuska. Ya ce, “Ta wace hanya ce ruhun Ubangiji ya fita daga gare ni ya zo ya yi magana da kai?”
24 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
Mikahiya ya amsa ya ce, “Za ka gane a ranar da ka je ka ɓuya a can cikin ɗaki.”
25 ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇଯାଅ;
Sa’an nan sarkin Isra’ila ya umarta, “Ɗauki Mikahiya ku aika da shi zuwa ga Amon mai mulkin birni da kuma ga Yowash ɗan sarki,
26 ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
ku ce ga abin da sarki ya ce, ‘Ku jefa wannan mutum a kurkuku kada kuma ku ba shi wani abu sai dai burodi da ruwa har sai na dawo lafiya.’”
27 ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Mikahiya ya furta ya ce, “Idan har ka dawo lafiya, to, Ubangiji bai yi magana ta wurina ba.” Ya kuma ƙara da cewa, “Dukanku mutane, ku lura da maganata!”
28 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
Saboda haka sarkin Isra’ila da Yehoshafat sarkin Yahuda suka haura zuwa Ramot Gileyad.
29 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
Sarkin Isra’ila ya ce wa Yehoshafat, “Zan ɓad da kama in shiga yaƙin, amma ka sa kayanka na sarauta.” Saboda haka sarkin Isra’ila ya ɓad da kama ya shiga cikin yaƙin.
30 ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
To, fa, sarkin Aram ya umarce shugabannin keken yaƙinsa ya ce, “Kada ku yaƙi kowa, ƙarami ko babba, sai dai sarkin Isra’ila.”
31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
Sa’ad da shugabannin kekunan yaƙi suka ga Yehoshafat, sai suka yi tsammani, “Wannan ne sarkin Isra’ila.” Saboda haka suka juya don su yaƙe shi, amma Yehoshafat ya yi ihu, Ubangiji kuma ya taimake shi. Allah ya janye su daga gare shi,
32 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
gama sa’ad da shugabannin keken yaƙi suka ga cewa ba shi ne sarkin Isra’ila ba, sai suka daina binsa.
33 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
Amma wani ya harba kibiya haka kawai, sai kibiyar ta sami sarki Ahab na Isra’ila a kafaɗa tsakanin rigar yaƙinsa na ƙarfe da ƙarfen ƙirjinsa. Sai sarki ya ce wa mai tuƙan keken yaƙi, “Juya ka fitar da ni daga wurin yaƙin. An ji mini rauni.”
34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
Duk yini yaƙi ya yi ta cin gaba, sarkin Isra’ila kuwa ya jingina kansa a cikin keken yaƙinsa yana duban Arameyawa har yamma. Sa’an nan a fāɗuwar rana sai ya mutu.