< ଦ୍ବିତୀୟ ବଂଶାବଳୀ 19 >
1 ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।
Und Josaphat, der König von Juda, kehrte in Frieden zurück nach seinem Hause, nach Jerusalem.
2 ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
Da ging ihm Jehu, der Sohn Hananis, der Seher, entgegen; und er sprach zu dem König Josaphat: Hilfst du dem Gesetzlosen, [O. Hast du dem Gesetzlosen zu helfen?] und liebst du, die Jehova hassen? Und um deswillen ist Zorn über dir von seiten Jehovas.
3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।”
Jedoch ist Gutes an dir gefunden worden, weil du die Ascheroth aus dem Lande hinweggeschafft und dein Herz darauf gerichtet hast, Gott zu suchen.
4 ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।
Und Josaphat blieb zu Jerusalem. Und er zog wiederum aus unter das Volk, von Beerseba bis zum Gebirge Ephraim, und führte sie zurück zu Jehova, dem Gott ihrer Väter.
5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Und er bestellte Richter im Lande, in allen festen Städten Judas, Stadt für Stadt.
6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
Und er sprach zu den Richtern: Sehet zu, was ihr tut; denn nicht für die Menschen richtet ihr, sondern für Jehova, und er ist mit euch im Rechtsspruch.
7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
So sei denn der Schrecken Jehovas auf euch; habet acht, wie ihr handelt! denn bei Jehova, unserem Gott, ist kein Unrecht, noch Ansehen der Person oder Annehmen von Geschenk.
8 ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।
Und auch in Jerusalem bestellte Josaphat Leviten und Priester und Häupter der Väter Israels für das Gericht Jehovas und für den Rechtsstreit. Und sie waren nach Jerusalem zurückgekehrt. [Mit and. Punktierung: Und sie wohnten in Jerusalem]
9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।
Und er gebot ihnen und sprach: Also sollt ihr tun in der Furcht Jehovas, mit Treue und mit ungeteiltem Herzen.
10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
Und was irgend für ein Rechtsstreit vor euch kommt von seiten eurer Brüder, die in ihren Städten wohnen, zwischen Blut und Blut, zwischen Gesetz und Gebot, Satzungen und Rechten, so sollt ihr sie verwarnen, [O. belehren] daß sie sich nicht an Jehova verschulden, und daß nicht ein Zorn über euch und über eure Brüder komme. Also sollt ihr tun, damit ihr euch nicht verschuldet.
11 ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”
Und siehe, Amarja, der Hauptpriester, ist über euch in allen Sachen Jehovas, und Sebadja, der Sohn Ismaels, der Fürst des Hauses Juda, in allen Sachen des Königs; und als Vorsteher sind die Leviten vor euch. Seid stark und handelt, und Jehova wird mit dem Guten sein.