< ଦ୍ବିତୀୟ ବଂଶାବଳୀ 2 >
1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।
E determinou Salomão edificar uma casa ao nome do Senhor, como tambem uma casa para o seu reino.
2 ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ।
E contou Salomão setenta mil homens de carga, e oitenta mil, que cortassem na montanha: e tres mil e seiscentos inspectores sobre elles.
3 ଆଉ ଶଲୋମନ ସୋରର ରାଜା ହୂରମ୍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋʼ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋʼ ପ୍ରତି ବ୍ୟବହାର କରନ୍ତୁ।
E Salomão enviou a Hurão, rei de Tyro, dizendo: Como usaste com David meu pae, e lhe mandaste cedros, para edificar-se uma casa em que morasse, assim tambem usa comigo.
4 ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।
Eis-que estou para edificar uma casa ao nome do Senhor meu Deus, para lhe consagrar, para queimar perante elle incenso aromatico, e para o pão continuo da proposição, e para os holocaustos da manhã e da tarde, para os sabbados, e para as luas novas, e para as festividades do Senhor nosso Deus: o que é perpetuamente a obrigação d'Israel.
5 ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ ଅଟନ୍ତି।
E a casa que estou para edificar ha de ser grande; porque o nosso Deus é maior do que todos os deuses.
6 ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।
Porém quem teria a força, para lhe edificar uma casa? visto que os céus e até os céus dos céus o não podem conter: e quem sou eu, que lhe edificasse casa, salvo para queimar incenso perante elle?
7 ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।
Manda-me pois agora um homem sabio para obrar em oiro, e em prata, e em bronze, e em ferro, e em purpura, e em carmezim, e em azul; e que saiba lavrar ao buril, juntamente com os sabios que estão comigo em Judah e em Jerusalem, os quaes David meu pae preparou.
8 ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ;
Manda-me tambem madeira de cedros, faias, e algums do Libano; porque bem sei eu que os teus servos sabem cortar madeira no Libano; e eis-que os meus servos estarão com os teus servos.
9 ଆଉ ଦେଖନ୍ତୁ, ମୋʼ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ ହେବ।
E isso para prepararem muita madeira; porque a casa que estou para fazer ha de ser grande e maravilhosa.
10 ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”
E eis-que a teus servos, os cortadores, que cortarem a madeira, darei vinte mil coros de trigo malhado, e vinte mil coros de cevada, e vinte mil batos de vinho, e vinte mil batos d'azeite.
11 ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, “ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।”
E Hurão, rei de Tyro, respondeu por escripto, e enviou a Salomão, dizendo: Porquanto o Senhor ama o seu povo, te poz sobre elle rei.
12 ହୂରମ୍ ଆହୁରି କହିଲା, “ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।
Disse mais Hurão; Bemdito seja o Senhor Deus d'Israel, que fez os céus e a terra; o que deu ao rei David um filho sabio, de grande prudencia e entendimento, que edifique casa ao Senhor, e para o seu reino.
13 ଏବେ ମୁଁ ମୋʼ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି,
Agora pois envio um homem sabio de grande entendimento, a saber Hurão Abihu,
14 ସେ ଦାନ୍ ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂର ବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।
Filho d'uma mulher das filhas de Dan, e cujo pae foi homem de Tyro; este sabe lavrar em oiro, e em prata, em bronze, em ferro, em pedras e em madeira, em purpura, em azul, e em linho fino, e em carmezim, e é capaz para toda a obra do buril, e para todas as engenhosas invenções, qualquer coisa que se lhe propuzer, juntamente com os teus sabios, e os sabios de David, meu senhor, teu pae.
15 ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;
Agora pois, meu senhor, mande para os seus servos o trigo, e a cevada, e o azeite, e o vinho, de que fallou.
16 ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”
E nós cortaremos tanta madeira no Libano, quanta houveres mister, e t'a traremos em jangadas pelo mar a Japho, e tu a farás subir a Jerusalem.
17 ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।
E Salomão contou a todos os homens estranhos, que havia na terra d'Israel, conforme a conta com que os contara David seu pae: e acharam-se cento e cincoenta e tres mil e seiscentos.
18 ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ।
E fez d'elles setenta mil carreteiros, e oitenta mil cortadores na montanha: como tambem tres mil e seiscentos inspectores, para fazerem trabalhar o povo.