< ଦ୍ବିତୀୟ ବଂଶାବଳୀ 20 >
1 ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।
Zitatha izi, Amowabu ndi Aamoni pamodzi ndi Ameuni ena anabwera kudzachita nkhondo ndi Yehosafati.
2 ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”
Anthu ena anabwera kudzamuwuza Yehosafati kuti, “Gulu lalikulu kwambiri lankhondo likubwera kudzachita nanu nkhondo lochokera ku Edomu, ku mbali ina ya Nyanja. Gululi lafika kale ku Hazazoni Tamara” (ndiye kuti Eni-Gedi).
3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
Ndi mantha, Yehosafati anaganiza zofunsira kwa Yehova, ndipo analengeza kuti Ayuda onse asale zakudya.
4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
Anthu a ku Yuda anabwera pamodzi kudzafuna thandizo kwa Yehova, ndipo anabweradi kuchokera ku mzinda uliwonse wa mu Yuda kudzafunafuna Yehova.
5 ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;
Yehosafati anayimirira pakati pa msonkhano wa Yuda ndi Yerusalemu, pa Nyumba ya Yehova patsogolo pa bwalo latsopano
6 ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
ndipo anati: “Inu Yehova, Mulungu wa makolo athu, kodi Inu sindinu Mulungu amene muli kumwamba? Inu mumalamulira maufumu onse a mitundu ya anthu. Mphamvu ndi nyonga zili mʼmanja mwanu, ndipo palibe amene angalimbane nanu.
7 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ?
Inu Mulungu wathu, kodi simunathamangitse nzika za dziko lino pamaso pa anthu anu Aisraeli ndipo munalipereka kwa zidzukulu za Abrahamu bwenzi lanu kwamuyaya?
8 ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
Iwo akhala mʼdzikolo ndipo anamangira Dzina lanu malo opatulika, nʼkumati,
9 ‘ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।’
‘Ngati tsoka litigwera kaya ndi lupanga lachiweruzo, kapena mliri, kapenanso njala, ife tidzayima pamaso panu patsogolo pa Nyumba ya Mulungu ino imene imatchedwa ndi Dzina lanu ndipo tidzalirira kwa inu mʼmasautso athu, ndipo Inu mudzatimvera ndi kutipulumutsa.’
10 ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।
“Koma tsopano pano pali anthu ochokera ku Amoni, Mowabu ndi Phiri la Seiri amene dziko lawo Inu simunawalole Aisraeli kuti alithire nkhondo pamene amabwera kuchokera ku Igupto. Kotero anatembenuka ndi kuwaleka ndipo sanawawononge.
11 ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।
Taonani, mmene akutibwezera ife pobwera kudzatithamangitsa mʼdziko limene inu munatipatsa ngati cholowa chathu.
12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
Inu Mulungu wathu, kodi simuwaweruza? Pakuti ife tilibe mphamvu zolimbana ndi gulu lalikulu lankhondo limene likutithira nkhondoli. Ife sitikudziwa choti tichite, koma maso athu ali pa Inu.”
13 ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
Anthu onse a Yuda, pamodzi ndi akazi awo ndi ana ndi makanda, anayima chilili pamaso pa Yehova.
14 ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।
Ndipo Mzimu wa Yehova unabwera pa Yahazieli mwana wa Zekariya, mwana wa Benaya, mwana wa Yeiyeli, mwana wa Mataniya Mlevi, chidzukulu cha Asafu, atayimirira mu msonkhano.
15 ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।
Iye anati, “Tamverani mfumu Yehosafati ndi onse amene amakhala mu Yuda ndi Yerusalemu! Zimene Yehova akunena kwa inu ndi izi: ‘Musaope kapena kutaya mtima chifukwa cha gulu lalikulu lankhondo ili. Pakuti nkhondoyi si yanu, koma ya Mulungu.
16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ।
Mawa mupite mukamenyane nawo. Adzakhala akubwera mokweza kudzera Njira ya Zizi, ndipo mukawapeza kumapeto kwa chigwa cha ku chipululu cha Yeruweli.
17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
Sikudzafunika kuti Inu mumenyane nawo pa nkhondo imeneyi. Inu mukhale pa malo anu; imani molimba ndipo onani chipulumutso chimene Yehova adzakupatsani, Inu Yuda ndi Yerusalemu. Musaope, musataye mtima. Pitani kuti mukakumane nawo mawa, ndipo Yehova adzakhala nanu.’”
18 ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।
Yehosafati anaweramitsa nkhope yake ndi kugunda pansi, ndiponso anthu onse a Yuda ndi Yerusalemu anagwa pansi ndi kulambira Yehova.
19 ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।
Kenaka Alevi ena ochokera ku mabanja a Kohati ndi Kora anayimirira ndipo anatamanda Yehova Mulungu wa Israeli ndi mawu ofuwula kwambiri.
20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
Mmamawa, ananyamuka kupita ku chipululu cha Tekowa. Akunyamuka, Yehosafati anayimirira ndipo anati, “Tandimverani ine anthu a Yuda ndi Yerusalemu! Khalani ndi chikhulupiriro mwa Yehova Mulungu wanu ndipo mudzatchinjirizidwa, khalani ndi chikhulupiriro mwa aneneri ake ndipo mudzapambana.”
21 ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”
Atafunsira kwa anthu, Yehosafati anasankha anthu oti ayimbire Yehova ndi kumutamanda chifukwa cha ulemerero wa chiyero chake pamene amapita ali patsogolo pa gulu la ankhondo, akunena kuti: “Yamikani Yehova pakuti chikondi chake ndi chosatha.”
22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।
Atangoyamba kuyimba ndi kutamanda, Yehova anapereka mʼmanja mwawo anthu a ku Amoni ndi a ku Mowabu ndiponso a ku Phiri la Seiri amene amalimbana ndi Yuda, ndipo anagonjetsedwa.
23 କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।
Anthu a ku Amoni ndi a ku Mowabu anawukira anthu ochokera ku Phiri la Seiri, ndipo anawawononga ndi kuwatheratu. Atatsiriza kuwapha anthu ochokera ku Seiri anamenyana wina ndi mnzake mpaka kuwonongana.
24 ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।
Anthu a ku Yuda atafika pa malo oyangʼanana ndi chipululu ndi kuona kumene kunali gulu lalikulu lankhondo, iwo anangoona mitembo yokhayokha itagona pansi ndipo palibe amene anathawa.
25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।
Choncho Yehosafati ndi anthu ake anapita kukafunkha, ndipo pakati pawo anapeza katundu wambiri ndi zovala ndiponso zinthu zina zamtengowapatali kuposa zomwe akanatha kunyamula. Kunali katundu wambiri kotero kuti zinawatengera masiku atatu kuti amutenge.
26 ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
Tsiku lachinayi anasonkhana ku chigwa cha Beraka kumene anatamanda Yehova. Nʼchifukwa chake malowa amatchedwa chigwa cha Beraka mpaka lero.
27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
Tsono motsogozedwa ndi Yehosafati, anthu onse a Yuda ndi Yerusalemu anabwerera ku Yerusalemu mokondwera pakuti Yehova anawagonjetsera adani awo.
28 ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।
Iwo analowa mu Yerusalemu ndipo anapita ku Nyumba ya Mulungu akuyimba azeze, apangwe ndi malipenga.
29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।
Kuopsa kwa Mulungu kunali pa maufumu onse a mayiko amene anamva mmene Yehova anamenyera adani a Aisraeli.
30 ଏହିରୂପେ ଯିହୋଶାଫଟ୍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
Ndipo ufumu wa Yehosafati unali pa mtendere pakuti Mulungu wake anamupatsa mpumulo ku mbali zonse.
31 ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ।
Choncho Yehosafati analamulira Yuda. Iye anali wa zaka 35 pamene anakhala mfumu ya Yuda ndipo analamulira mu Yerusalemu kwa zaka 25. Dzina la amayi ake linali Azuba mwana wa Sili.
32 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Iye ankayenda mʼnjira za Asa abambo ake ndipo sanapatuke pa zimenezi pakuti anachita zolungama pamaso pa Yehova.
33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।
Komabe malo opembedzerapo mafano sanachotsedwe ndipo anthu sanaperekebe mitima yawo kwa Mulungu wa makolo awo.
34 ଏହି ଯିହୋଶାଫଟ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ ପୁସ୍ତକରେ ଲେଖାଅଛି।
Zochitika zina zokhudza ufumu wa Yehosafati, kuyambira pachiyambi mpaka pa mapeto, zalembedwa mʼbuku la Yehu mwana wa Hanani, zomwe zikupezeka mʼbuku la mbiri ya mafumu a Israeli.
35 ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;
Zitapita izi, Yehosafati mfumu ya Yuda inachita mgwirizano ndi Ahaziya mfumu ya Israeli, amene anachita zoyipa kwambiri.
36 ଯିହୋଶାଫଟ୍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
Iye anagwirizana ndi Ahaziya kuti apange sitima zapamadzi zochitira malonda. Atazipanga zimenezi ku Ezioni-Geberi,
37 ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।
Eliezara mwana wa Dodavahu wa ku Maresa ananenera motsutsana ndi Yehosafati ndipo anati, “Chifukwa chakuti wachita mgwirizano ndi Ahaziya, Yehova adzawononga zimene mwapangazo!” Sitima za pamadzizo zinawonongeka ndipo sizinapite nʼkomwe kumene zimakachita malonda.