< ଦ୍ବିତୀୟ ବଂଶାବଳୀ 20 >
1 ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।
After this, the children of Moab, the children of Ammon, and with them some of the Ammonites, came against Jehoshaphat to battle.
2 ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”
Then some came who told Jehoshaphat, saying, “A great multitude is coming against you from beyond the sea from Syria. Behold, they are in Hazazon Tamar” (that is, En Gedi).
3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
Jehoshaphat was alarmed, and set himself to seek the LORD. He proclaimed a fast throughout all Judah.
4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
Judah gathered themselves together to seek help from the LORD. They came out of all the cities of Judah to seek the LORD.
5 ଆଉ, ଯିହୋଶାଫଟ୍ ନୂତନ ପ୍ରାଙ୍ଗଣ ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଗୃହରେ ଯିହୁଦାର ଓ ଯିରୂଶାଲମର ସମାଜ ମଧ୍ୟରେ ଠିଆ ହେଲେ;
Jehoshaphat stood in the assembly of Judah and Jerusalem, in the LORD’s house, before the new court;
6 ଆଉ ସେ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ତୁମ୍ଭେ କʼଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ? ତୁମ୍ଭେ କʼଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
and he said, “LORD, the God of our fathers, aren’t you God in heaven? Aren’t you ruler over all the kingdoms of the nations? Power and might are in your hand, so that no one is able to withstand you.
7 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ?
Didn’t you, our God, drive out the inhabitants of this land before your people Israel, and give it to the offspring of Abraham your friend forever?
8 ଆଉ, ସେମାନେ ତହିଁରେ ବାସ କରି ତନ୍ମଧ୍ୟରେ ତୁମ୍ଭ ନାମ ନିମନ୍ତେ ଏକ ଧର୍ମଧାମ ନିର୍ମାଣ କରିଅଛନ୍ତି,
They lived in it, and have built you a sanctuary in it for your name, saying,
9 ‘ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।’
‘If evil comes on us—the sword, judgement, pestilence, or famine—we will stand before this house, and before you (for your name is in this house), and cry to you in our affliction, and you will hear and save.’
10 ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।
Now, behold, the children of Ammon and Moab and Mount Seir, whom you would not let Israel invade when they came out of the land of Egypt, but they turned away from them, and didn’t destroy them;
11 ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।
behold, how they reward us, to come to cast us out of your possession, which you have given us to inherit.
12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
Our God, will you not judge them? For we have no might against this great company that comes against us. We don’t know what to do, but our eyes are on you.”
13 ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ।
All Judah stood before the LORD, with their little ones, their wives, and their children.
14 ତେବେ ସମାଜ ମଧ୍ୟରେ ଆସଫ-ବଂଶଜାତ ମତ୍ତନୀୟର ବୃଦ୍ଧ ପ୍ରପୌତ୍ର, ଯିୟୀୟେଲ୍ର ପ୍ରପୌତ୍ର, ବନାୟର ପୌତ୍ର, ଜିଖରୀୟର ପୁତ୍ର ଯହସୀୟେଲ ନାମକ ଏକ ଲେବୀୟ ଲୋକ ଉପରେ ସଦାପ୍ରଭୁଙ୍କର ଆତ୍ମା ଅଧିଷ୍ଠିତ ହେଲେ।
Then the LORD’s Spirit came on Jahaziel the son of Zechariah, the son of Benaiah, the son of Jeiel, the son of Mattaniah, the Levite, of the sons of Asaph, in the middle of the assembly;
15 ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।
and he said, “Listen, all Judah, and you inhabitants of Jerusalem, and you, King Jehoshaphat. The LORD says to you, ‘Don’t be afraid, and don’t be dismayed because of this great multitude; for the battle is not yours, but God’s.
16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ।
Tomorrow, go down against them. Behold, they are coming up by the ascent of Ziz. You will find them at the end of the valley, before the wilderness of Jeruel.
17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
You will not need to fight this battle. Set yourselves, stand still, and see the salvation of the LORD with you, O Judah and Jerusalem. Don’t be afraid, nor be dismayed. Go out against them tomorrow, for the LORD is with you.’”
18 ତହିଁରେ ଯିହୋଶାଫଟ୍ ମସ୍ତକ ନତ କରି ଭୂମିଷ୍ଠ ହେଲେ; ଆଉ ସମସ୍ତ ଯିହୁଦା ଓ ଯିରୂଶାଲମ ନିବାସୀମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ସଦାପ୍ରଭୁଙ୍କୁ ପ୍ରଣାମ କଲେ।
Jehoshaphat bowed his head with his face to the ground; and all Judah and the inhabitants of Jerusalem fell down before the LORD, worshipping the LORD.
19 ପୁଣି କହାତୀୟ-ସନ୍ତାନଗଣର ଓ କୋରହ-ସନ୍ତାନଗଣର ଲେବୀୟମାନେ ଅତି ଉଚ୍ଚସ୍ୱରରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କରିବା ନିମନ୍ତେ ଠିଆ ହେଲେ।
The Levites, of the children of the Kohathites and of the children of the Korahites, stood up to praise the LORD, the God of Israel, with an exceedingly loud voice.
20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
They rose early in the morning and went out into the wilderness of Tekoa. As they went out, Jehoshaphat stood and said, “Listen to me, Judah and you inhabitants of Jerusalem! Believe in the LORD your God, so you will be established! Believe his prophets, so you will prosper.”
21 ପୁଣି ସେ ଲୋକମାନଙ୍କ ସହିତ ପରାମର୍ଶ କଲା ଉତ୍ତାରେ ସୈନ୍ୟଶ୍ରେଣୀର ଆଗେ ଆଗେ ସେମାନଙ୍କ ଗମନ କାଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବାକୁ ଓ ଧର୍ମସୌନ୍ଦର୍ଯ୍ୟର ପ୍ରଶଂସା କରିବାକୁ, ପୁଣି “ସଦାପ୍ରଭୁଙ୍କର ଧନ୍ୟବାଦ କର, ଯେହେତୁ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି କହିବାକୁ ଲୋକ ନିଯୁକ୍ତ କଲେ।”
When he had taken counsel with the people, he appointed those who were to sing to the LORD and give praise in holy array as they go out before the army, and say, “Give thanks to the LORD, for his loving kindness endures forever.”
22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।
When they began to sing and to praise, the LORD set ambushers against the children of Ammon, Moab, and Mount Seir, who had come against Judah; and they were struck.
23 କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।
For the children of Ammon and Moab stood up against the inhabitants of Mount Seir to utterly kill and destroy them. When they had finished the inhabitants of Seir, everyone helped to destroy each other.
24 ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।
When Judah came to the place overlooking the wilderness, they looked at the multitude; and behold, they were dead bodies fallen to the earth, and there were none who escaped.
25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।
When Jehoshaphat and his people came to take their plunder, they found amongst them in abundance both riches and dead bodies with precious jewels, which they stripped off for themselves, more than they could carry away. They took plunder for three days, it was so much.
26 ତହୁଁ ଚତୁର୍ଥ ଦିନ ସେମାନେ ବରାଖା-ଉପତ୍ୟକାରେ ଏକତ୍ରିତ ହେଲେ; କାରଣ ସେଠାରେ ସେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଏହେତୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ବରାଖା-ଉପତ୍ୟକା ହୋଇଅଛି।
On the fourth day, they assembled themselves in Beracah Valley, for there they blessed the LORD. Therefore the name of that place was called “Beracah Valley” to this day.
27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
Then they returned, every man of Judah and Jerusalem, with Jehoshaphat in front of them, to go again to Jerusalem with joy; for the LORD had made them to rejoice over their enemies.
28 ଆଉ, ସେମାନେ ନେବଲ ଓ ବୀଣା ଓ ତୂରୀ ବଜାଇ ଯିରୂଶାଲମକୁ ଆସି ସଦାପ୍ରଭୁଙ୍କ ଗୃହକୁ ଗଲେ।
They came to Jerusalem with stringed instruments, harps, and trumpets to the LORD’s house.
29 ତହିଁରେ ସଦାପ୍ରଭୁ ଇସ୍ରାଏଲର ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିଅଛନ୍ତି, ଏହି କଥା ଶୁଣି ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ପରମେଶ୍ୱରଙ୍କ ଭୟ ଉପସ୍ଥିତ ହେଲା।
The fear of God was on all the kingdoms of the countries when they heard that the LORD fought against the enemies of Israel.
30 ଏହିରୂପେ ଯିହୋଶାଫଟ୍ଙ୍କର ରାଜ୍ୟ ସୁସ୍ଥିର ହେଲା; କାରଣ ତାଙ୍କର ପରମେଶ୍ୱର ତାଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
So the realm of Jehoshaphat was quiet, for his God gave him rest all around.
31 ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କଲେ; ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଞ୍ଚତିରିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଅସୂବା, ଯେ ଶିଲ୍ହିର କନ୍ୟା ଥିଲେ।
So Jehoshaphat reigned over Judah. He was thirty-five years old when he began to reign. He reigned twenty-five years in Jerusalem. His mother’s name was Azubah the daughter of Shilhi.
32 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ପଥରେ ଚାଲିଲେ ଓ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
He walked in the way of Asa his father, and didn’t turn away from it, doing that which was right in the LORD’s eyes.
33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।
However the high places were not taken away, and the people had still not set their hearts on the God of their fathers.
34 ଏହି ଯିହୋଶାଫଟ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ ପୁସ୍ତକରେ ଲେଖାଅଛି।
Now the rest of the acts of Jehoshaphat, first and last, behold, they are written in the history of Jehu the son of Hanani, which is included in the book of the kings of Israel.
35 ଏଥିଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଅହସୀୟଙ୍କ ସଙ୍ଗେ ମିଶିଲେ; ଅହସୀୟ ଅତି ଦୁରାଚାରୀ ଥିଲେ;
After this, Jehoshaphat king of Judah joined himself with Ahaziah king of Israel. The same did very wickedly.
36 ଯିହୋଶାଫଟ୍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
He joined himself with him to make ships to go to Tarshish. They made the ships in Ezion Geber.
37 ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।
Then Eliezer the son of Dodavahu of Mareshah prophesied against Jehoshaphat, saying, “Because you have joined yourself with Ahaziah, the LORD has destroyed your works.” The ships were wrecked, so that they were not able to go to Tarshish.