< ଦ୍ବିତୀୟ ବଂଶାବଳୀ 21 >

1 ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
Jehoshaphat slept with his fathers, and was buried with his fathers in the City of David: and Jehoram his son reigned in his place.
2 ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।
He had brothers, the sons of Jehoshaphat: Azariah, and Jehiel, and Zechariah, and Azariah, and Michael, and Shephatiah; all these were the sons of Jehoshaphat king of Israel.
3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
Their father gave them great gifts, of silver, and of gold, and of precious things, with fortified cities in Judah: but the kingdom gave he to Jehoram, because he was the firstborn.
4 ଏହି ଯିହୋରାମ୍‍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
Now when Jehoram was risen up over the kingdom of his father, and had strengthened himself, he killed all his brothers with the sword, and various also of the princes of Israel.
5 ଯିହୋରାମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
Jehoram was thirty-two years old when he began to reign; and he reigned eight years in Jerusalem.
6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
He walked in the way of the kings of Israel, as did the house of Ahab; for he had the daughter of Ahab as wife: and he did that which was evil in the sight of the LORD.
7 ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
However the LORD would not destroy the house of David, because of the covenant that he had made with David, and as he promised to give a lamp to him and to his children always.
8 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
In his days Edom revolted from under the hand of Judah, and made a king over themselves.
9 ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।
Then Jehoram passed over with his captains, and all his chariots with him: and he rose up by night, and struck the Edomites who surrounded him, along with the captains of the chariots.
10 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
So Edom revolted from under the hand of Judah to this day: then Libnah revolted at the same time from under his hand, because he had forsaken the LORD, the God of his fathers.
11 ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।
Moreover he made high places in the mountains of Judah, and made the inhabitants of Jerusalem to play the prostitute, and led Judah astray.
12 ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
A letter came to him from Elijah the prophet, saying, "Thus says the LORD, the God of David your father, 'Because you have not walked in the ways of Jehoshaphat your father, nor in the ways of Asa king of Judah,
13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
but have walked in the way of the kings of Israel, and have made Judah and the inhabitants of Jerusalem to play the prostitute, like the house of Ahab did, and also have slain your brothers of your father's house, who were better than yourself:
14 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
look, the LORD will strike with a great plague your people, and your children, and your wives, and all your substance;
15 ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”
and you shall have great sickness by disease of your bowels, until your bowels fall out by reason of the sickness, day by day.'"
16 ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
The LORD stirred up against Jehoram the spirit of the Philistines, and of the Arabians who are beside the Ethiopians:
17 ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।
and they came up against Judah, and broke into it, and carried away all the substance that was found in the king's house, and his sons also, and his wives; so that there was never a son left him, except Jehoahaz, the youngest of his sons.
18 ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
After all this the LORD struck him in his bowels with an incurable disease.
19 ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ।
It happened, in process of time, at the end of two years, that his bowels fell out by reason of his sickness, and he died of severe diseases. His people made no burning for him, like the burning of his fathers.
20 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।
Thirty-two years old was he when he began to reign, and he reigned in Jerusalem eight years: and he departed without being desired; and they buried him in the City of David, but not in the tombs of the kings.

< ଦ୍ବିତୀୟ ବଂଶାବଳୀ 21 >