< ଦ୍ବିତୀୟ ବଂଶାବଳୀ 22 >

1 ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।
Then the people of Jerusalem made Ahaziah, the youngest son of Jehoram, king in his place, since the raiders who had come into the camp with the Arabs had killed all the older sons. So Ahaziah son of Jehoram became king of Judah.
2 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।
Ahaziah was twenty-two years old when he became king, and he reigned in Jerusalem one year. His mother’s name was Athaliah, the granddaughter of Omri.
3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।
Ahaziah also walked in the ways of the house of Ahab, for his mother was his counselor in wickedness.
4 ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।
And he did evil in the sight of the LORD, as the house of Ahab had done, for to his destruction they were his counselors after the death of his father.
5 ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍‍ଙ୍କ ସଙ୍ଗେ ରାମୋତ୍‍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
Ahaziah also followed their counsel and went with Joram son of Ahab king of Israel to fight against Hazael king of Aram at Ramoth-gilead. But the Arameans wounded Joram;
6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।
so he returned to Jezreel to recover from the wounds they had inflicted on him at Ramah when he fought against Hazael king of Aram. Then Ahaziah son of Jehoram king of Judah went down to Jezreel to visit Joram son of Ahab, because Joram had been wounded.
7 ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।
Ahaziah’s downfall came from God when he went to visit Joram. When Ahaziah arrived, he went out with Joram to meet Jehu son of Nimshi, whom the LORD had anointed to destroy the house of Ahab.
8 ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।
So while Jehu was executing judgment on the house of Ahab, he found the rulers of Judah and the sons of Ahaziah’s brothers who were serving Ahaziah, and he killed them.
9 ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍‍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।
Then Jehu looked for Ahaziah, and Jehu’s soldiers captured him while he was hiding in Samaria. So Ahaziah was brought to Jehu and put to death. They buried him, for they said, “He is the grandson of Jehoshaphat, who sought the LORD with all his heart.” So no one was left from the house of Ahaziah with the strength to rule the kingdom.
10 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।
When Athaliah the mother of Ahaziah saw that her son was dead, she proceeded to annihilate all the royal heirs of the house of Judah.
11 ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍‍ ଅହସୀୟଙ୍କର ପୁତ୍ର ଯୋୟାଶ୍‍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକୁ ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍‍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।
But Jehoshabeath daughter of King Jehoram took Joash son of Ahaziah and stole him away from among the sons of the king who were being murdered, and she put him and his nurse in a bedroom. Because Jehoshabeath, the daughter of King Jehoram and the wife of Jehoiada the priest, was Ahaziah’s sister, she hid Joash from Athaliah so that she could not kill him.
12 ଏଉତ୍ତାରେ ଯୋୟାଶ୍‍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।
And Joash remained hidden with them in the house of God for six years while Athaliah ruled the land.

< ଦ୍ବିତୀୟ ବଂଶାବଳୀ 22 >