< ଦ୍ବିତୀୟ ବଂଶାବଳୀ 22 >
1 ଏଥିଉତ୍ତାରେ ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକୁ ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ। ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ।
౧యెరూషలేము నివాసులు యెహోరాము ఆఖరి కొడుకు అహజ్యాను అతనికి బదులు రాజుగా చేశారు. ఎందుకంటే, అరబీయులతో కూడ శిబిరం పైకి దండెత్తి వచ్చినవారు అతని పెద్దకొడుకులందరినీ చంపేశారు. ఈ విధంగా యూదారాజు యెహోరాము కొడుకు అహజ్యా రాజయ్యాడు.
2 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିରର କନ୍ୟା ଥିଲେ।
౨అహజ్యా పరిపాలన మొదలు పెట్టినప్పుడు 42 ఏళ్ల వయసులో యెరూషలేములో ఒక్క సంవత్సరం పాలించాడు. అతని తల్లి ఒమ్రీ కుమార్తె, ఆమె పేరు అతల్యా.
3 ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ।
౩దుర్మార్గంగా ప్రవర్తించడం అతని తల్లి అతనికి నేర్పిస్తూ వచ్చింది, కాబట్టి అతడు కూడా అహాబు ఇంటి వారి పద్ధతుల్లో నడిచాడు.
4 ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ପରାମର୍ଶଦାତା ଥିଲେ।
౪అహాబు ఇంటివారు చేసినట్లుగా అతడు యెహోవా దృష్టిలో దుర్మార్గంగా ప్రవర్తించాడు. అతని తండ్రి చనిపోయిన తరువాత వారు అతనికి సలహాదారులుగా ఉండి అతని నాశనానికి కారణమయ్యారు.
5 ମଧ୍ୟ ସେ ସେମାନଙ୍କ ପରାମର୍ଶନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ।
౫వారి సలహా ప్రకారమే అతడు కూడా ప్రవర్తించాడు. అతడు రామోతు గిలాదులో అరాము రాజు హజాయేలుతో యుద్ధం చేయడానికి అహాబు కొడుకూ, ఇశ్రాయేలు రాజూ అయిన యెహోరాముతో కూడా వెళ్ళాడు. అరామీయులు యెహోరామును గాయపరిచారు.
6 ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ।
౬అరాము రాజు అయిన హజాయేలుతో తాను రమాలో చేసిన యుద్ధంలో తనకు తగిలిన గాయాలను బాగుచేసుకోడానికి అతడు యెజ్రెయేలుకు తిరిగి వచ్చాడు. అహాబు కొడుకు యెహోరాము గాయపడ్డాడని విని యూదా రాజు యెహోరాము కొడుకు అహజ్యా అతనిని చూడడానికి యెజ్రెయేలు వెళ్ళాడు.
7 ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ।
౭యెహోరాము దగ్గరికి అహజ్యా రావడం వలన దేవుడు అతనికి నాశనం కలిగించాడు. అతడు వచ్చినప్పుడు అహాబు సంతతి వారిని నిర్మూలం చేయడానికి యెహోవా అభిషేకించిన నింషీ కొడుకు యెహూ మీదికి అతడు యెహోరాముతో కలిసి వెళ్ళాడు.
8 ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ଡାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ।
౮యెహూ అహాబు సంతతి వారి మీద తీర్పు తీర్చడానికి వచ్చినప్పుడు అతడు యూదావారి అధికారులనూ, అహజ్యాకు సేవచేస్తున్న అహజ్యా సోదరుల కొడుకులనూ చూసి వారిని చంపేశాడు.
9 ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।
౯తరువాత అతడు అహజ్యా కోసం వెతికాడు. అతడు షోమ్రోనులో దాగి ఉంటే వారు అతణ్ణి పట్టుకుని యెహూ దగ్గరికి తీసుకువచ్చారు. వారు అతణ్ణి చంపిన తరువాత “ఇతడు యెహోవాను హృదయపూర్వకంగా వెతికిన యెహోషాపాతు కొడుకు గదా” అనుకుని అతణ్ణి పాతిపెట్టారు. కాబట్టి రాజ్యమేలడానికి అహజ్యా ఇంట్లో ఎవరూ లేకుండా పోయారు.
10 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।
౧౦అహజ్యా తల్లి అతల్యా తన కొడుకు చనిపోయాడని విని, యూదావారి సంబంధులైన రాజ వంశస్తులందరినీ చంపేసింది.
11 ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକୁ ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।
౧౧అయితే రాజైన యెహోరాము కుమార్తె యెహోషబతు అహజ్యా కొడుకు యోవాషును, మరణమైన రాకుమారుల్లోనుండి రహస్యంగా తెచ్చి, అతనిని, అతని దాదిని ఒక పడకగదిలో దాచింది. యెహోరాము రాజు కుమార్తె, యెహోయాదా అనే యాజకుని భార్య యెహోషబతు అతల్యాకు కనబడకుండా అతణ్ణి దాచిపెట్టింది గనక అతల్యా ఆ పసివాణ్ణి చంపలేకపోయింది. ఈ యెహోషబతు అహజ్యాకు సోదరి.
12 ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।
౧౨ఆరు సంవత్సరాలు అతణ్ణి వారితో కూడా దేవుని మందిరంలో దాచారు. అప్పుడు అతల్యా దేశాన్ని పరిపాలించింది.