< ଦ୍ବିତୀୟ ବଂଶାବଳୀ 23 >
1 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍ର ପୁତ୍ର ଇଶ୍ମାୟେଲ, ଓବେଦ୍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।
[約阿士登極]第七年,約雅達自告奮勇,將眾百夫長:耶洛罕的兒子阿匝黎雅,約哈南的兒子依市瑪耳,敖貝得的兒子阿匝黎雅,阿達雅的兒子瑪阿色雅和齊革黎的兒子厄里沙法特召來,與他們立約。
2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
他們走遍了猶大,召集猶大各城的肋未人,和以色列各族長一起來到耶路撒冷。
3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
全會眾在天主殿內與君王立了約。約雅達對他們說:「這就是太子。按照上主論及達味的子孫所說的話,他必須作王!
4 ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
你們要這樣行:你們中間逢安息日來值班的司祭和肋未人,三分之一應把守各門,
5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
三分之一應把守王宮,三分之一應把守馬門;所有的百姓都應在上主殿宇的庭院裏,
6 ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
除司祭和供職的肋未人外,任何人不得進入上主的殿,唯有他們可以進,因為他們是聖潔的;所有的百姓必須遵守上主的命令。
7 ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
肋未人手裏各拿著武器,環繞君王;凡擅自進殿的,該將他殺死。君王出入時,你們要緊隨不離。」
8 ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
肋未人和猶大民眾,都按照大司祭約雅達所吩咐的一切遵行了,各自帶領在安息日值班的,和安息日下班的人,因為大司祭約雅達不准下班。
9 ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।
大司祭約雅達便將天主殿內,屬達味王的刀槍和大小盾牌,交給了眾百夫長,
10 ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।
指令民眾各持武器,由殿南邊直到殿北邊,面對祭壇和聖殿,環立在君王四周。
11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
然後引出太子來,給他加冕,再將約書交給他,立他為王;約雅達和他的兒子們給他傅了油,眾人遂喊說:「君王萬歲! 」[阿塔里雅被殺]
12 ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
阿塔里雅聽見百姓奔走歌頌君王的歡呼聲,就進上主的殿,到了百姓前,
13 ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
看見君王立在殿門旁的高台上,百夫長和吹號的侍立在君王左右,所有當地人民歡躍吹號,歌詠團用各種樂器領導人歌唱頌揚;阿塔里雅就撕裂了自己的衣服說:「反了! 反了! 」
14 ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”
大司祭約雅達吩咐領軍隊的眾百夫長,說:「將她由行列中趕出去,凡隨從她的人,都用刀殺死。」原來大司祭曾吩咐說:不可在上主的殿內殺她。
15 ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।
於是人捉住她,在她走到王宮馬門口時,在那裏將她殺了。[宗教改革]
16 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।
此後,約雅達使人民和君王與上主立約,當作上主的人民。
17 ଏଉତ୍ତାରେ ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ।
然後全體人民到了巴耳廟,將廟拆毀,將祭壇和偶像打碎,又在祭壇前斬了巴耳的司祭瑪堂。
18 ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।
約雅達將看守市主殿宇的職責,交在司祭和肋未人手內,因為他們原是達味早已分派在上主殿內,照梅瑟法律所載,向上主獻全燔祭,按照達味的定例,歡躍歌唱的。
19 ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
又指派門丁看守上主殿宇的各門,無論在任何事上,凡是不潔淨的,都不准進。
20 ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
最後率領百夫長、貴族、民間領袖和當地人民,接君王從上主的殿下來,經上門進入王宮,請君王坐在王位上。
21 ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
於是全國人民喜慶,京城也平靜了;至於阿塔里雅,已為刀所殺。