< ଦ୍ବିତୀୟ ବଂଶାବଳୀ 23 >

1 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।
ובשנה השבעית התחזק יהוידע ויקח את שרי המאות לעזריהו בן ירחם ולישמעאל בן יהוחנן ולעזריהו בן עובד ואת מעשיהו בן עדיהו ואת אלישפט בן זכרי--עמו בברית
2 ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
ויסבו ביהודה ויקבצו את הלוים מכל ערי יהודה וראשי האבות לישראל ויבאו אל ירושלם
3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
ויכרת כל הקהל ברית בבית האלהים עם המלך ויאמר להם הנה בן המלך ימלך כאשר דבר יהוה על בני דויד
4 ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
זה הדבר אשר תעשו השלשית מכם באי השבת לכהנים וללוים לשערי הספים
5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
והשלשית בבית המלך והשלשית בשער היסוד וכל העם--בחצרות בית יהוה
6 ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
ואל יבוא בית יהוה כי אם הכהנים והמשרתים ללוים--המה יבאו כי קדש המה וכל העם--ישמרו משמרת יהוה
7 ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
והקיפו הלוים את המלך סביב איש וכליו בידו והבא אל הבית יומת והיו את המלך בבאו ובצאתו
8 ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
ויעשו הלוים וכל יהודה ככל אשר צוה יהוידע הכהן ויקחו איש את אנשיו באי השבת עם יוצאי השבת כי לא פטר יהוידע הכהן את המחלקות
9 ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।
ויתן יהוידע הכהן לשרי המאות את החניתים ואת המגנות ואת השלטים אשר למלך דויד--אשר בית האלהים
10 ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।
ויעמד את כל העם ואיש שלחו בידו מכתף הבית הימנית עד כתף הבית השמאלית למזבח ולבית--על המלך סביב
11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
ויוציאו את בן המלך ויתנו עליו את הנזר ואת העדות וימליכו אתו וימשחהו יהוידע ובניו ויאמרו יחי המלך
12 ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
ותשמע עתליהו את קול העם הרצים והמהללים את המלך ותבוא אל העם בית יהוה
13 ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
ותרא והנה המלך עומד על עמודו במבוא והשרים והחצצרות על המלך וכל עם הארץ שמח ותוקע בחצצרות והמשוררים בכלי השיר ומודיעים להלל ותקרע עתליהו את בגדיה ותאמר קשר קשר
14 ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, “ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ;” କାରଣ ଯାଜକ କହିଲା, “ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।”
ויוצא יהוידע הכהן את שרי המאות פקודי החיל ויאמר אלהם הוציאוה אל מבית השדרות והבא אחריה יומת בחרב כי אמר הכהן לא תמיתוה בית יהוה
15 ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ।
וישימו לה ידים ותבוא אל מבוא שער הסוסים בית המלך וימיתוה שם
16 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।
ויכרת יהוידע ברית--בינו ובין כל העם ובין המלך להיות לעם ליהוה
17 ଏଉତ୍ତାରେ ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ।
ויבאו כל העם בית הבעל ויתצהו ואת מזבחתיו ואת צלמיו שברו ואת מתן כהן הבעל הרגו לפני המזבחות
18 ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।
וישם יהוידע פקדות בית יהוה ביד הכהנים הלוים אשר חלק דויד על בית יהוה להעלות עלות יהוה ככתוב בתורת משה בשמחה ובשיר--על ידי דויד
19 ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
ויעמד השוערים על שערי בית יהוה ולא יבוא טמא לכל דבר
20 ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
ויקח את שרי המאות ואת האדירים ואת המושלים בעם ואת כל עם הארץ ויורד את המלך מבית יהוה ויבאו בתוך שער העליון בית המלך ויושיבו את המלך על כסא הממלכה
21 ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
וישמחו כל עם הארץ והעיר שקטה ואת עתליהו המיתו בחרב

< ଦ୍ବିତୀୟ ବଂଶାବଳୀ 23 >