< ଦ୍ବିତୀୟ ବଂଶାବଳୀ 24 >

1 ଯୋୟାଶ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍‍ଶେବା ନିବାସିନୀ ଥିଲେ।
Yowasi anali wa zaka zisanu ndi ziwiri pamene anakhala mfumu, ndipo analamulira mu Yerusalemu kwa zaka makumi anayi. Dzina la amayi ake linali Zibiya wa ku Beeriseba.
2 ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Yowasi anachita zolungama pamaso pa Yehova nthawi yonse ya moyo wa wansembe Yehoyada.
3 ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
Yehoyada anamupezera iye akazi awiri, ndipo anabereka ana aamuna ndi aakazi.
4 ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍‍ଙ୍କର ମନ ହେଲା।
Patapita nthawi Yowasi anatsimikiza zokonzanso Nyumba ya Yehova.
5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।
Iye anayitanitsa pamodzi ansembe ndi Alevi ndipo anawawuza kuti, “Pitani ku mizinda ya Yuda ndi kukasonkhetsa ndalama za pa chaka kwa Aisraeli onse zokonzera Nyumba ya Mulungu wanu. Chitani zimenezi tsopano.” Koma Alevi sanachite zimenezi mwachangu.
6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
Choncho mfumu inayitanitsa Yehoyada, mkulu wa ansembe ndipo inati kwa iye, “Kodi nʼchifukwa chiyani simunawuze Alevi kuti asonkhetse ndalama ku Yuda ndi Yerusalemu, msonkho umene anakhazikitsa Mose mtumiki wa Yehova ndiponso gulu lonse la Aisraeli mu tenti yaumboni?”
7 କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍‍ ଦେବଗଣକୁ ଦେଲେ।
Ana a mkazi woyipa, Ataliya, anathyola chitseko cha Nyumba ya Mulungu ndipo anagwiritsa ntchito zinthu zopatulika popembedza Baala.
8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
Mfumu italamulira, bokosi linapangidwa ndipo linayikidwa panja pa chipata cha Nyumba ya Yehova.
9 ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
Ndipo analengeza kwa anthu a mu Yuda ndi mu Yerusalemu kuti abweretse kwa Yehova msonkho umene Mose mtumiki wa Mulungu analamulira Aisraeli mʼchipululu.
10 ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
Akuluakulu onse ndi anthu onse anabweretsa zopereka zawo mokondwera ndipo anaziponya mʼbokosi mpaka linadzaza.
11 ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।
Nthawi ina iliyonse imene Alevi abweretsa bokosilo kwa akuluakulu a mfumu ndipo akaona kuti muli ndalama zambiri, mlembi waufumu ndi nduna yayikulu ya mkulu wa ansembe amabwera ndi kuchotsa ndalama mʼbokosi muja ndipo amalitenga kukaliyika pamalo pake. Iwo amachita izi nthawi ndi nthawi ndipo anapeza ndalama zambiri.
12 ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
Mfumu pamodzi ndi Yehoyada anapereka ndalamazo kwa anthu oyangʼanira ntchito ku Nyumba ya Yehova. Analemba ntchito amisiri a miyala ndi a matabwa kuti akonzenso Nyumba ya Yehova. Analembanso ntchito amisiri a zitsulo ndi mkuwa kuti akonze Nyumba ya Mulungu.
13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
Anthu amene ankagwira ntchito anali odziwa bwino, ndipo ntchitoyo inagwiridwa bwino ndi manja awo. Iwo anamanganso Nyumba ya Mulungu motsatira mapangidwe ake oyamba ndipo anayilimbitsa.
14 ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
Atamaliza, iwo anabweretsa ndalama zotsala kwa mfumu ndi Yehoyada, ndipo anazigwiritsira ntchito popangira zida za mʼNyumba ya Yehova: ziwiya zogwiritsa ntchito potumikira ndi popereka nsembe zopsereza, komanso mbale ndi ziwiya zagolide ndi siliva. Nthawi yonse ya moyo wa Yehoyada, nsembe zopsereza zinkaperekedwa mosalekeza mʼNyumba ya Yehova.
15 ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
Tsono Yehoyada anakalamba ndipo anali ndi zaka zambiri. Pambuyo pake iye anamwalira ali ndi zaka 130.
16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
Iyeyo anayikidwa mʼmanda pamodzi ndi mafumu mu mzinda wa Davide chifukwa cha zabwino zimene anachita mu Israeli, kuchitira Mulungu ndi Nyumba yake.
17 ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
Atamwalira Yehoyada, akuluakulu a Yuda anabwera kudzapereka ulemu kwa mfumu, ndipo mfumu inawamvera.
18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
Iwo anasiya Nyumba ya Yehova, Mulungu wa makolo awo ndipo anapembedza Asera ndi mafano. Chifukwa cha kulakwa kwawo, mkwiyo wa Yehova unabwera pa Yuda ndi Yerusalemu.
19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
Ngakhale Yehova anatumiza aneneri kwa anthuwo kuti awabweze kwa Iye, ngakhale aneneri ananenera mowatsutsa, anthuwo sanamvere.
20 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
Kenaka Mzimu wa Mulungu unabwera pa Zekariya mwana wa wansembe Yehoyada. Iye anayimirira pamaso pa anthu ndipo anati, “Zimene Mulungu akunena ndi Izi: ‘Chifukwa chiyani simukumvera Malamulo a Yehova? Simudzapindula. Chifukwa mwasiya Yehova, Iyenso wakusiyani.’”
21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
Koma anthuwo anamuchitira chiwembu molamulidwa ndi mfumu ndipo anamugenda miyala ndi kumupha mʼbwalo la Nyumba ya Mulungu.
22 ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
Mfumu Yowasi sinakumbukire zabwino zimene Yehoyada abambo ake a Zekariya anamuchitira, koma anapha mwana wake. Pamene amafa, iye ananena kuti, “Yehova aone zimenezi ndipo abwezere chilango.”
23 ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
Pakutha kwa chaka, gulu lankhondo la Aramu linadzamenyana ndi Yowasi. Linalowa mu Yuda ndi mu Yerusalemu ndi kupha atsogoleri onse a anthu. Zonse zimene analanda anazitumiza kwa mfumu ya ku Damasiko.
24 ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍‍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।
Ngakhale kuti gulu lankhondo la Aramu linabwera ndi anthu ochepa okha, Yehova anapereka mʼmanja mwawo gulu lalikulu lankhondo. Chifukwa Yuda anasiya Yehova Mulungu wa makolo awo, chiweruzo chinachitika pa Yowasi.
25 ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
Pamene Aaramu amachoka, anasiya Yowasi atavulazidwa kwambiri. Akuluakulu ake anamuchitira chiwembu chifukwa anapha mwana wa wansembe Yehoyada, ndipo anamupha ali pa bedi pake. Choncho anafa ndipo anayikidwa mʼmanda mu mzinda wa Davide, koma osati manda a mafumu.
26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
Iwo amene anamuchitira chiwembu anali Zabadi mwana wa Simeati, mkazi wa ku Amoni, ndi Yehozabadi mwana wa Simiriti, mkazi wa ku Mowabu.
27 ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
Za ana ake aamuna, uneneri wonena za iye, mbiri ya kumanganso Nyumba ya Mulungu, zalembedwa mʼbuku lofotokoza za mafumu. Ndipo Amaziya mwana wake analowa ufumu mʼmalo mwake.

< ଦ୍ବିତୀୟ ବଂଶାବଳୀ 24 >