< ଦ୍ବିତୀୟ ବଂଶାବଳୀ 24 >
1 ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ସିବୀୟା, ଯେ ବେର୍ଶେବା ନିବାସିନୀ ଥିଲେ।
ヨアシは七歳の時位に即きヱルサレムにて四十年の間世を治めたりその母はベエルシバより出たる者にして名をヂビアといふ
2 ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
ヨアシは祭司ヱホヤダの世にある日の間は恒にヱホバの善と觀たまふことを行へり
3 ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
ヱホヤダ彼のために二人の妻を娶れり男子女子生る
4 ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍ଙ୍କର ମନ ହେଲା।
此後ヨアシ、ヱホバの室を修繕んと志し
5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।
祭司とレビ人を集めて之に言けるは汝ら出てユダの邑々に往き汝らの神ヱホバの室を歳々修繕ふべき金子をイスラエルの人衆より聚むべし其事を亟にせよと然るにレビ人これを亟にせざりき
6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
王ヱホヤダ長を召てこれに言けるは汝なんぞレビ人に求めてヱホバの僕モーセおよびイスラエルの會衆の古昔證詞の幕屋のために集めたるが如き税をユダとヱルサレムより取きたらせざるやと
7 କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ।
かの惡き婦アタリヤの子等神の家を壞りかつヱホバの家の諸の奉納物をバアルに供へたり
8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
是において王の命にしたがひて一箇の匱を作りヱホバの室の門の外にこれを置き
9 ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
ユダとヱルサレムに宣布て汝ら神の僕モーセが荒野にてイスラエルに課したる如き税をヱホバに携へきたれと言けるに
10 ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।
一切の牧伯等および一切の民みな喜びて携へきたりその匱に投いれて遂に納めをはれり
11 ତହୁଁ ଏପରି ହେଲା ଯେ, ଯେଉଁ ସମୟରେ ସିନ୍ଦୁକ ଲେବୀୟମାନଙ୍କ ହସ୍ତ ଦ୍ୱାରା ରାଜାଙ୍କ ନିରୂପିତ ସ୍ଥାନକୁ ଅଣାଗଲା ଓ ତହିଁରେ ବହୁତ ମୁଦ୍ରା ଅଛି ବୋଲି ସେମାନେ ଦେଖିଲେ, ସେତେବେଳେ ରାଜାଙ୍କର ଲେଖକ ଓ ପ୍ରଧାନ ଯାଜକର କର୍ମଚାରୀ ଆସି ସିନ୍ଦୁକ ଖାଲି କଲେ, ଆଉ ତାହା ନେଇ ପୁନର୍ବାର ସ୍ୱ ସ୍ଥାନରେ ରଖିଲେ। ଏହିରୂପେ ସେମାନେ ପ୍ରତିଦିନ କଲେ ଓ ପ୍ରଚୁର ମୁଦ୍ରା ସଂଗ୍ରହ କଲେ।
レビ人その匱に金の多くあるを見てこれを王の廳に携へゆく時は王の書記と祭司の長の下役きたりてその匱を傾むけ復これを取て本の處に持ゆけり日々に斯のごとくして金を聚むること夥多し
12 ଆଉ, ରାଜା ଓ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ସେବାକର୍ମକାରୀମାନଙ୍କୁ ତାହା ଦେଲେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଗୃହର ମରାମତି ନିମନ୍ତେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ, ମଧ୍ୟ ସଦାପ୍ରଭୁଙ୍କ ଗୃହ ଦୃଢ଼ କରିବା ନିମନ୍ତେ ଲୌହ ଓ ପିତ୍ତଳ କର୍ମକାରୀମାନଙ୍କୁ ବେତନ ଦେଇ ନିଯୁକ୍ତ କଲେ।
而して王とヱホヤダこれをヱホバの家の工事を爲す者に付し石工および木匠を雇ひてヱホバの室を修繕はせまた鐵工および銅工を雇ひてヱホバの室を修復せしめけるが
13 ଏହିରୂପେ କର୍ମକାରୀମାନେ କାର୍ଯ୍ୟ କଲେ ଓ ସେମାନଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧ ହେଲା, ଆଉ ସେମାନେ ପରମେଶ୍ୱରଙ୍କ ଗୃହ ପୂର୍ବାବସ୍ଥାରେ ସ୍ଥାପନ କରି ତାହା ଦୃଢ଼ କଲେ।
工人動作てその工事を成をへ神の室を本の状に復してこれを堅固にす
14 ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
その旣に成るにおよびて餘れる金を王とヱホヤダの前に持いたりければ其をもてヱホバの室のために器皿を作れり即ち奉事の器献祭の器および匙ならびに金銀の器を作れりヱホヤダが世に在る日の間はヱホバの室にて燔祭をささぐること絶ざりき
15 ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
ヱホヤダは年邁み日滿て死りその死る時は百三十歳なりき
16 ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
人衆ダビデの邑にて王等の中間にこれを葬むる其は彼イスラエルの中において神とその殿とにむかひて善事をおこなひたればなり
17 ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
ヱホヤダの死たる後ユダの牧伯等きたりて王を拝す是において王これに聽したがふ
18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
彼らその先祖の神ヱホバの室を棄てアシラ像および偶像に事へたればその愆のために震怒ユダとヱルサレムに臨めり
19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
ヱホバかれらを己にひきかへさんとて預言者等を遣はし之にむかひて證をたてさせたまひしかども聽ことをせざりき
20 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
是において神の霊祭司ヱホヤダの子ゼカリヤに臨みければ彼民の前に高く起あがりて之に言けるは神かく宣ふ汝らヱホバの誡命を犯して災禍を招くは何ぞや汝らヱホバを棄たればヱホバも汝らを棄たまふと
21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
然るに人衆かれを害せんと謀り王の命によりて石をもてこれをヱホバの室の庭にて撃殺せり
22 ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
斯ヨアシ王はゼカリヤの父ヱホヤダが己にほどこせし恩を念ずしてその子を殺せり彼死る時にヱホバこれを顧みこれを問討したまへと言り
23 ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
かくてその年の終るにおよびてスリアの軍勢かれにむかひて攻のぼりユダとヱルサレムにいたりて民の牧伯等をことごとく民の中より滅ぼし絶ちその掠取物を凡てダマスコの王に遣れり
24 ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।
この時スリアの軍勢は小勢にて來りけるにヱホバ大軍をこれが手に付したまへり是はその先祖の神ヱホバを棄たるが故なり斯かれらヨアシを罰せり
25 ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
スリア人ヨアシに大傷をおはせて遺去けるがヨアシの臣僕等祭司ヱホヤダの子等の血のために黨をむすびて之に叛き之をその床の上に弑して死しめたり人衆これをダビデの邑に葬れり但し王の墓には葬らざりき
26 ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
黨をむすびて之に叛きし者はアンモンの婦シメアテの子ザバデおよびモアブの婦シムリテの子ヨザバデなりき
27 ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
ヨアシの子等の事ヨアシの告られし預言および神の室を修繕し事などは列王の書の註釋に記さるヨアシの子アマジヤこれに代りて王となれり