< ଦ୍ବିତୀୟ ବଂଶାବଳୀ 25 >

1 ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
Amaziya anali wa zaka 25 pamene anakhala mfumu, ndipo analamulira mu Yerusalemu kwa zaka 29. Dzina la amayi ake linali Yehoyadini wa ku Yerusalemu.
2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
Iye anachita zolungama pamaso pa Yehova, koma osati ndi mtima wonse.
3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
Pamene mphamvu zonse zaufumu zinali mʼmanja mwake, iye anapha akuluakulu amene anapha abambo ake, mfumu ija.
4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
Komabe iye sanaphe ana awo koma anatsatira zolembedwa mʼbuku la Mose, mʼmene Yehova analamula kuti, “Makolo sadzaphedwa chifukwa cha ana awo kapena ana kuphedwa chifukwa cha makolo awo. Aliyense adzafera machimo ake.”
5 ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
Amaziya anasonkhanitsa anthu a ku Yuda ndipo anawapatsa zochita molingana ndi mabanja awo kukhala anthu olamulira 1,000, ndi olamulira 100 pa Ayuda onse ndi Benjamini. Ndipo iye anawerenga amene anali ndi zaka makumi awiri kapena kupitirirapo napeza kuti analipo amuna 300,000 okonzeka kugwira ntchito ya usilikali, okhoza kugwiritsa ntchito mkondo ndi chishango.
6 ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
Iye analembanso ntchito anthu odziwa nkhondo 100,000 ochokera ku Israeli pa mtengo wa makilogalamu 3,400 a siliva.
7 ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍‍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍‍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
Koma munthu wa Mulungu anabwera kwa iye ndipo anati, “Inu mfumu, asilikali awa ochokera ku Israeli asapite ndi inu, pakuti Yehova sali ndi Israeli kapena ndi aliyense wa anthu a Efereimu.
8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
Ngakhale mupite ndi kuchita nkhondo molimba mtima, Mulungu adzakugonjetsani pamaso pa adani anu, pakuti Mulungu ali ndi mphamvu yothandiza kapena kugonjetsa.”
9 ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
Amaziya anafunsa munthu wa Mulungu kuti, “Koma nanga za makilogalamu aja a siliva amene ndapereka kwa asilikali a Israeli?” Munthu wa Mulungu anayankha kuti, “Yehova atha kukupatsani zambiri kuposa zimenezo.”
10 ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
Choncho Amaziya anachotsa asilikali amene anabwera kwa iye kuchokera ku Efereimu ndipo anawatumiza kwawo. Iwo anakwiyira anthu a ku Yuda ndipo anapita kwawo atapsa mtima kwambiri.
11 ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
Ndipo Amaziya analimba mtima ndipo anatsogolera gulu lake lankhondo ku Chigwa cha Mchere, kumene anapha anthu 10,000 a ku Seiri.
12 ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
Gulu la ankhondo la Yuda linagwiranso anthu amoyo 10,000, napita nawo pamwamba pa thanthwe ndipo anawaponya pansi kotero kuti onse ananyenyeka.
13 ମାତ୍ର ଅମତ୍‍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
Pa nthawi imeneyi asilikali amene Amaziya anawabweza ndipo sanawalole kuti achite nawo nkhondo, anakathira nkhondo mizinda ya Yuda kuyambira ku Samariya mpaka ku Beti-Horoni. Iwo anapha anthu 3,000 ndipo anafunkha katundu wambiri.
14 ଅମତ୍‍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Amaziya atabwerera kuja anakapha Aedomu, anabweretsa milungu ya anthu a ku Seiri. Ndipo anayika kuti ikhale milungu yake, ankayipembedza ndi kupereka nsembe zopsereza.
15 ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
Yehova anakwiyira Amaziya, ndipo anamutumizira mneneri amene anati, “Nʼchifukwa chiyani mukupembedza milungu ya anthu awa, imene sinathe kupulumutsa anthu ake mʼdzanja lanu?”
16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
Iye ali kuyankhula, mfumu inati, “Kodi ife takusankha iwe kuti ukhale mlangizi wa mfumu? Khala chete! Ufuna kuphedweranji?” Choncho mneneriyo analeka koma anati, “Ine ndikudziwa kuti Mulungu watsimikiza kukuwonongani chifukwa mwachita izi ndipo simunamvere uphungu wanga.”
17 ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
Amaziya mfumu ya ku Yuda, atafunsa alangizi ake, anatumiza mawu awa kwa Yowasi mwana wa Yehowahazi mwana wa Yehu, mfumu ya Israeli: “Bwera udzakumane nane maso ndi maso.”
18 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
Koma Yowasi mfumu ya Israeli inayankha Amaziya mfumu ya Yuda kuti, “Nthawi ina kamtengo kaminga ka ku Lebanoni kanatumiza mawu kwa mkungudza wa ku Lebanoni kuti, ‘Pereka mwana wako wamkazi kwa mwana wanga kuti amukwatire!’ Koma chirombo cha ku Lebanoni chinabwera ndi kupondaponda mtengo wa minga uja.
19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
Iwe ukuti wagonjetsa Edomu, ndipo tsopano ukudzikuza ndi kudzitamandira, koma khala kwanu komweko! Nʼchifukwa chiyani ukufuna mavuto ndi kudzichititsa kuti ugwe pamodzinso ndi Yuda?”
20 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
Komabe Amaziya sanamvere pakuti ndi Mulungu amene anakonzeratu kuti awapereke kwa Yehowasi, chifukwa iwo amapembedza milungu ya ku Edomu.
21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
Kotero Yowasi mfumu ya Israeli inakamuthira nkhondo. Iye ndi Amaziya anayangʼanana maso ndi maso ku Beti-Semesi ku Yuda.
22 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
Yuda anagonjetsedwa ndi Israeli ndipo munthu aliyense anathawira kwawo.
23 ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
Yehowahazi mfumu ya Israeli inagwira Amaziya mfumu ya Yuda, mwana wa Yowasi, mwana wa Ahaziya ku Beti-Semesi. Yehowasi anabwera naye ku Yerusalemu ndipo anagwetsa khoma la Yerusalemu kuyambira pa Chipata cha Efereimu mpaka ku Chipata Chapangodya, khoma lotalika mamita 180.
24 ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
Iye anatenga golide ndi siliva yense ndi zida zonse zimene zimapezeka mʼNyumba ya Mulungu zimene ankazisamalira Obedi-Edomu, pamodzinso ndi chuma cha mʼnyumba yaufumu ndipo anatenga anthu ngati chikole.
25 ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
Amaziya mwana wa Yowasi mfumu ya Yuda anakhala ndi moyo kwa zaka khumi ndi zisanu atamwalira Yehowasi mwana wa Yehowahazi mfumu ya Israeli.
26 ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Ntchito zina za mfumu Amaziya, kuyambira pachiyambi mpaka pa mapeto, kodi sizinalembedwe mʼbuku la mafumu a Yuda ndi Israeli?
27 ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
Kuyambira nthawi imene Amaziya analeka kutsatira Yehova anthu anamukonzera chiwembu mu Yerusalemu ndipo anathawira ku Lakisi, koma adaniwo anatumiza anthu ku Lakisiko ndipo anamupha komweko.
28 ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
Iwo anabwera naye ali pa kavalo ndipo anayikidwa mʼmanda ndi makolo ake mu mzinda wa Yuda.

< ଦ୍ବିତୀୟ ବଂଶାବଳୀ 25 >