< ଦ୍ବିତୀୟ ବଂଶାବଳୀ 25 >

1 ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
کاتێک ئەمەسیا بوو بە پاشا، تەمەنی بیست و پێنج ساڵ بوو. بیست و نۆ ساڵ لە ئۆرشەلیم پاشایەتی کرد، دایکیشی ناوی یەهۆعەدین بوو، خەڵکی ئۆرشەلیم بوو.
2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
ئەوەی لەبەرچاوی یەزدان ڕاست بوو کردی، بەڵام نەک بە دڵێکی تەواوەوە.
3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
کاتێک جڵەوی پاشایەتییەکە لە دەستی جێگیر بوو، سزای مردنی بەسەر ئەو کاربەدەستانەدا سەپاند کە پاشای باوکیان کوشتبوو.
4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
بەڵام کوڕەکانی ئەوانی نەکوشت، بەڵکو بەو شێوەیەی کرد کە لە پەڕتووکی تەوراتی موسادا نووسراوە، کە یەزدان فەرمانی داوە و فەرموویەتی: «باوک لە جیاتی کوڕ ناکوژرێت و کوڕ لە جیاتی باوک ناکوژرێت، هەر یەکێک لەسەر گوناهی خۆی دەکوژرێت.»
5 ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
ئەمەسیا یەهودای کۆکردەوە و بەپێی بنەماڵەکان داینان بە فەرماندەی هەزاران و سەدان لە هەموو یەهودا و بنیامیندا. پاشان لە گەنجی بیست ساڵ بەرەو سەرەوەی سەرژمێری کرد و بینی سێ سەد هەزار پیاو کە ئامادە بوون بۆ جەنگ، پڕچەککراو بە ڕم و قەڵغان بوون.
6 ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
هەروەها سەد هەزار پاڵەوانی بەهێزی لە ئیسرائیل بە سەد تالنت زیو بەکرێ گرت.
7 ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍‍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍‍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
بەڵام پیاوێکی خودا هات بۆ لای و گوتی: «ئەی پاشا، با سوپای ئیسرائیل لەگەڵتدا نەیێت، چونکە یەزدان لەگەڵ ئیسرائیلدا نییە، واتە لەگەڵ هیچ کەسێکی نەوەی ئەفرایمدا نییە.
8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
تەنانەت ئەگەر تۆش بە ئازایەتییەوە بەرەو پێشەوە بڕۆیت و شەڕ بکەیت، ئەوا خودا لەبەردەم دوژمن دەتخات، چونکە لەلای خودا هێز هەیە بۆ یارمەتیدان و بۆ خستنیش.»
9 ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
ئەمەسیا لە پیاوەکەی خودای پرسی: «ئەی چی بکرێت بۆ ئەو سەد تالنتەی کە داومەتە چەتەکانی ئیسرائیل؟» پیاوەکەی خوداش گوتی «یەزدان دەتوانێت لەوە زیاترت پێبدات.»
10 ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
ئیتر ئەمەسیا ئەو بەکرێگیراوانەی جیا کردەوە کە لە ئەفرایمەوە هاتبوون هەتا بۆ شوێنەکەی خۆیان بگەڕێنەوە، ئەوانیش لە یەهودا زۆر تووڕە بوون و بە گڕی تووڕەییەوە گەڕانەوە بۆ شوێنەکەی خۆیان.
11 ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
بەڵام ئەمەسیا ورەی دایە بەرخۆی و ڕابەرایەتی سوپاکەی کرد بۆ دۆڵی خوێ و دە هەزار کەسی لە نەوەی سێعیر کوشت،
12 ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
نەوەی یەهوداش دە هەزاریان بە زیندوویی لێ بە دیل گرتن و هێنایانن بۆ سەر خەرەندێک و لەسەر هەڵدێرەکەوە فڕێیان دانە خوارەوە و هەموویان پارچەپارچە بوون.
13 ମାତ୍ର ଅମତ୍‍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
بەڵام ئەو چەتانەی کە ئەمەسیا نەیهێشت لەگەڵیدا بچنە جەنگەکە، هێرشیان کردە سەر شارۆچکەکانی یەهودا، لە سامیرەوە هەتا بێت‌حۆرۆن و سێ هەزاریان لێ کوشتن و تاڵانێکی زۆریشیان برد.
14 ଅମତ୍‍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
پاش ئەوەی ئەمەسیا لە لێدانی ئەدۆمییەکان گەڕایەوە، بتەکانی نەوەی سێعیری هێنا و کردنی بە خوداوەندی خۆی و کڕنۆشی بۆ بردن و بخووری بۆ سووتاندن.
15 ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
جا تووڕەیی یەزدان لە ئەمەسیا جۆشا و پێغەمبەرێکی بۆ نارد و پێی گوت: «بۆچی داوای خوداوەندەکانی ئەو گەلەت کرد کە نەیانتوانی گەلەکەی خۆیان لە دەستت دەرباز بکەن؟»
16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
کاتێک هێشتا قسەی لەگەڵ دەکرد، پێی گوت: «ئایا تۆیان کردووە بە ڕاوێژکاری پاشا؟ بێدەنگ بە با نەتکوژن!» ئەو کاتە پێغەمبەرەکە وەستا، بەڵام گوتی: «زانیم کە خودا بڕیاری داوە بە لەناوبردنت، چونکە ئەمەت کرد و گوێت لە ڕاوێژم نەگرت.»
17 ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
پاش ئەوەی ئەمەسیای پاشای یەهودا ڕاوێژی کرد، ناردی بەدوای یەهۆئاشی کوڕی یەهۆئاحازی کوڕی یێهوی پاشای ئیسرائیلدا و گوتی: «وەرە، با ڕووبەڕوو شەڕ بکەین.»
18 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
یەهۆئاشی پاشای ئیسرائیلیش وەڵامی ئەمەسیای پاشای یەهودای دایەوە و گوتی: «کەرتەشیی لوبنانی ناردی بۆ لای دار ئورزی لوبنانی و گوتی:”کچەکەت بدە بە کوڕەکەم تاکو ببێتە ژنی،“ئینجا ئاژەڵێکی کێوی لە لوبنان بەسەر کەرتەشییەکەدا ڕۆیشت و پانی کردەوە.
19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
تۆ گوتت ئەدۆمم شکاندووە، ئێستا لەخۆبایی بوویت، شانازیت کرد هەتا ڕێزداربیت، لە ماڵی خۆت بمێنەوە! بۆچی بەڵا بەسەر خۆتدا دەهێنیت؟ ئینجا دەکەویت، خۆت و یەهوداش لەگەڵت.»
20 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
بەڵام ئەمەسیا گوێی نەگرت، ئەمەش لەلایەن خوداوە بوو، چونکە خودا ویستی بیانداتە دەستی یەهۆئاش، لەبەر ئەوەی ڕوویان لە خوداوەندەکانی ئەدۆم کرد.
21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
لەبەر ئەوە یەهۆئاشی پاشای ئیسرائیل هێرشی برد، لەگەڵ ئەمەسیای پاشای یەهودا لە بێت‌شەمەشی یەهودا ڕووبەڕووی یەکتر بوونەوە.
22 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
لە ئەنجامدا یەهودا بەرامبەر بە ئیسرائیل تێکشکان، هەرکەسە و بەرەو ماڵەکەی خۆی هەڵات.
23 ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
ئەمەسیای پاشای یەهودا، کوڕی یۆئاشی کوڕی ئەحەزیا، لەلایەن یەهۆئاشی پاشای ئیسرائیلەوە لە بێت‌شەمەش بە دیل گیرا. پاشان یەهۆئاش هێنای بۆ ئۆرشەلیم و شوورای ئۆرشەلیمی لە دەروازەی ئەفرایمەوە هەتا دەروازەی گۆشەکە وێران کرد، کە چوار سەد باڵ بوو.
24 ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
هەموو زێڕ و زیو و قاپوقاچاغەکانی ناو پەرستگای خودا کە لەلای عوبێد ئەدۆم بوو، هەروەها گەنجینەکانی کۆشکی پاشا و بارمتەکانی برد و گەڕایەوە سامیرە.
25 ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
ئەمەسیای کوڕی یۆئاشی پاشای یەهوداش لەدوای مردنی یەهۆئاشی کوڕی یەهۆئاحازی پاشای ئیسرائیل، پازدە ساڵ ژیا.
26 ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ڕووداوەکانی دیکەی پاشایەتی ئەمەسیا لە سەرەتاوە هەتا کۆتایی لە پەڕتووکی پاشاکانی یەهودا و ئیسرائیل تۆمار کراون.
27 ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
لەو کاتەوەی کە ئەمەسیا لە یەزدان هەڵگەڕایەوە، لە ئۆرشەلیم پیلانیان لە دژی گێڕا و هەڵات بۆ لاخیش، ئینجا چەند پیاوێکیان بەدوایدا ناردە شاری لاخیش و لەوێ کوشتیان.
28 ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
بە ئەسپ هێنرایەوە ئۆرشەلیم و لەوێ لە شاری یەهودا لەگەڵ باوباپیرانی نێژرا.

< ଦ୍ବିତୀୟ ବଂଶାବଳୀ 25 >