< ଦ୍ବିତୀୟ ବଂଶାବଳୀ 25 >
1 ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
Amatsya yirmi beş yaşında kral oldu ve Yeruşalim'de yirmi dokuz yıl krallık yaptı. Annesi Yeruşalimli Yehoaddan'dı.
2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
Amatsya RAB'bin gözünde doğru olanı yaptıysa da bütün yüreğiyle yapmadı.
3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
Krallığını güçlendirdikten sonra, babasını öldüren görevlileri öldürttü.
4 ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
Ancak Musa'nın kitabındaki yasaya uyarak çocuklarını öldürtmedi. Çünkü RAB, “Ne babalar çocuklarının günahından ötürü öldürülecek, ne de çocuklar babalarının. Herkes kendi günahı için öldürülecek” diye buyurmuştu.
5 ଆହୁରି, ଅମତ୍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
Amatsya Yahudalılar'ı topladı. Bütün Yahudalılar'la Benyaminliler'i boylarına göre binbaşıların ve yüzbaşıların denetimine verdi. Yaşları yirmi ve yirminin üstünde olanların sayımını yaptı. Savaşa hazır, mızrak ve kalkan kullanabilen üç yüz bin seçme asker olduğunu saptadı.
6 ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
Ayrıca İsrail'den yüz talant gümüş karşılığında, yüz bin yiğit savaşçı tuttu.
7 ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
Bu sırada bir Tanrı adamı gelip krala şöyle dedi: “Ey kral, İsrail'den gelen askerler seninle savaşa gitmesin. Çünkü RAB İsrailliler'le, yani Efrayimliler'le birlikte değil.
8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
Gidersen, yiğitçe savaşsan bile Tanrı seni düşmanın önünde bozguna uğratacak. Tanrı'nın yardım etmeye de, bozguna uğratmaya da gücü vardır.”
9 ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
Amatsya, “Ya İsrail askerleri için ödediğim yüz talant ne olacak?” diye sordu. Tanrı adamı, “RAB sana bundan çok daha fazlasını verebilir” diye karşılık verdi.
10 ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
Bunun üzerine Amatsya Efrayim'den gelen askerlerin evlerine dönmelerini buyurdu. Yahudalılar'a çok kızan askerler büyük bir öfke içinde evlerine döndüler.
11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
Amatsya cesaretini toplayarak ordusunu Tuz Vadisi'ne götürdü. Yahudalılar orada on bin Seirli'yi öldürdü.
12 ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
Sağ olarak ele geçirdikleri on bin kişiyi de uçurumun kenarına götürüp oradan aşağıya attılar. Hepsi paramparça oldu.
13 ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
Bu arada Amatsya'nın kendisiyle birlikte savaşa katılmamaları için geri gönderdiği askerler, Samiriye ile Beythoron arasındaki Yahuda kentlerine saldırdılar. Üç bin kişi öldürüp çok miktarda mal yağmaladılar.
14 ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Amatsya, Edomlular'ı bozguna uğrattıktan sonra, dönüşte Seir halkının putlarını yanında getirdi. Kendisine ilah olarak diktiği putlara taptı ve buhur yaktı.
15 ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
RAB Amatsya'ya öfkelendi. Ona bir peygamber göndererek, “Halkını senin elinden kurtaramayan bu halkın ilahlarına neden tapıyorsun?” diye sordu.
16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
Peygamber konuşmasını sürdürmekteyken Amatsya ona, “Seni krala danışman mı atadık? Sus! Yoksa öldürüleceksin” dedi. Peygamber, “Tanrı'nın seni yok etmeye karar verdiğini biliyorum. Çünkü sen bu kötülüğü yaptın, öğüdüme de aldırış etmedin!” dedikten sonra sustu.
17 ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
Yahuda Kralı Amatsya, danışmanlarıyla konuştuktan sonra Yehu oğlu Yehoahaz oğlu İsrail Kralı Yehoaş'a, “Gel, yüz yüze görüşelim” diye haber gönderdi.
18 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
İsrail Kralı Yehoaş da karşılık olarak Yahuda Kralı Amatsya'ya şu haberi gönderdi: “Lübnan'da dikenli bir çalı, sedir ağacına, ‘Kızını oğluma eş olarak ver’ diye haber yollar. O sırada oradan geçen yabanıl bir hayvan basıp çalıyı çiğner.
19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
İşte Edomlular'ı bozguna uğrattın diye böbürleniyorsun. Otur evinde! Niçin bela arıyorsun? Kendi başını da, Yahuda halkının başını da derde sokacaksın.”
20 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
Ne var ki, Amatsya dinlemek istemedi. Bunun böyle olması Tanrı'nın isteğiydi. Edom'un ilahlarına taptıkları için Tanrı onları düşmanın eline teslim etmeye karar vermişti.
21 ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
Derken İsrail Kralı Yehoaş Yahuda Kralı Amatsya'nın üzerine yürüdü. İki ordu Yahuda'nın Beytşemeş Kenti'nde karşılaştı.
22 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
İsrailliler'in önünde bozguna uğrayan Yahudalılar evlerine kaçtı.
23 ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
İsrail Kralı Yehoaş, Yehoahaz oğlu Yoaş oğlu Yahuda Kralı Amatsya'yı Beytşemeş'te yakalayıp Yeruşalim'e götürdü. Efrayim Kapısı'ndan Köşe Kapısı'na kadar Yeruşalim surlarının dört yüz arşınlık bölümünü yıktırdı.
24 ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
Tanrı'nın Tapınağı'nda Ovet-Edom soyunun gözetimi altındaki altını, gümüşü, eşyaları, sarayın hazinelerini ve bazı adamları da rehine olarak yanına alıp Samiriye'ye döndü.
25 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
Yahuda Kralı Yoaş oğlu Amatsya, İsrail Kralı Yehoahaz oğlu Yehoaş'ın ölümünden sonra on beş yıl daha yaşadı.
26 ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Amatsya'nın yaptığı öbür işler, başından sonuna dek, Yahuda ve İsrail krallarının tarihinde yazılıdır.
27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
RAB'bin ardınca yürümekten vazgeçtiği andan başlayarak Yeruşalim'de Amatsya'ya bir düzen kurulmuştu. Amatsya Lakiş'e kaçtı. Ardından adam göndererek onu öldürttüler.
28 ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
Ölüsü at sırtında getirildi, Yahuda Kenti'nde atalarının yanına gömüldü.